ରାଜ୍ୟର ମୋଟ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ମାଟ୍ରିକ ଖାତା ଦେଖାହେବ। ଏଥିପାଇଁ ୨୦ ତାରିଖ ସକାଳ ୧୦ଟା ସୁଦ୍ଧା ମୂଲ୍ୟାୟନ କେନ୍ଦ୍ରରେ ଯୋଗଦେବାକୁ ପରୀକ୍ଷକମାନଙ୍କୁ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ କହିଛନ୍ତି।
୭୦ ବର୍ଷ ବୟସରେ ମାଟ୍ରିକ ପରୀକ୍ଷା ଦେଇଛନ୍ତି ଫୁଲବାଣୀ ବିଧାୟକ ଅଙ୍ଗଦ କହଁର। ଛାତ୍ରଛାତ୍ରୀଙ୍କ ଗହଣରେ ବସି ବିଧାୟକ ପରୀକ୍ଷା ଦେଇଥିବା ଦେଖିବାକୁ ମିଳିଛି।
ରାଜ୍ୟରେ ଆଜିଠୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେଉଛି। ୩ ହଜାର ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ୍ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି।
ଆସନ୍ତା ୨୯ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ତେବେ ଆଜିଠୁ ପ୍ରଶ୍ନପତ୍ର ବୋର୍ଡ କାର୍ଯ୍ୟାଳୟରୁ ବିଭିନ୍ନ ଜିଲ୍ଲାର ନୋଡାଲ୍ ସେଣ୍ଟର ଗୁଡ଼ିକୁ ପଠାଯିବ। ଏଥିଲାଗି ୩୦ଟି ଜିଲ୍ଲାରେ ୩୧୫ଟି ନୋଡାଲ୍ ସେଣ୍ଟର କରାଯାଇଛି।
ସରିଲା ମାଟ୍ରିକ୍ ଅଫଲାଇନ ପରୀକ୍ଷା। ଆସନ୍ତା ୧୨ରୁ ଖାତା ଦେଖା ହେବ। ବୋର୍ଡ ସଭାପତି ରାମାଶିଷ ହାଜରା ଏହି ସୂଚନା ଦେଇଛନ୍ତି। ୯ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖାଯିବ। ୩ରୁ ୪ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି ସେ କହିଛନ୍ତି। ଅନ୍ୟପକ୍ଷେ, ପ୍ରଶ୍ନପତ୍ର ବଦଳରେ ବୋର୍ଡ ସଭାପତି କହିଛନ୍ତି ଯେ ତୃଟି ହୋଇଥିବା ସାମନାକୁ ଆସିଛି । ଏହାର ବିଭାଗୀୟ ତଦନ୍ତ ଚାଲିଛି। ତେବେ ଘଣ୍ଟାଏ ମଧ୍ୟରେ ତ୍ରୁଟି ସୁଧାର କରାଯାଇ ଛାତ୍ରଛାତ୍ରୀଙ୍କୁ ଅଧିକ ୧ ଘଣ୍ଟା ସମୟ ଦିଆଯାଇଥିଲା।
ଯେଉଁ ଛାତ୍ରଛାତ୍ରୀମାନେ ଅଫଲାଇନ୍ରେ ମାଟ୍ରିକ୍ ପରୀକ୍ଷା ଦେବାକୁ ଯାଉଛନ୍ତି, ସେମାନଙ୍କ ପରୀକ୍ଷାଫଳ ଅଗଷ୍ଟ ୨୨ ସୁଦ୍ଧା ବାହାର କରିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଯୋଜନା କରିଛି।
ଏଣିକି ସିବିଏସ୍ଇ ଢାଞ୍ଚାରେ ନବମ ଏବଂ ଦଶମ ପିଲାଙ୍କ ମୂଲ୍ୟାୟନ କରାଯିବ। ନବମ ଏବଂ ଦଶମରେ ବର୍ଷ ତମାମ ଆସେସମେଣ୍ଟ ପରୀକ୍ଷା ଚାଲିବ। ସବୁ ପିଲା ସବୁ ପରୀକ୍ଷାକୁ ଗୁରୁତ୍ୱର ସହ ନିଅନ୍ତୁ ବୋଲି ସଚିବ କହିଛନ୍ତି।
ଗତକାଲିଠାରୁ ଏହି ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଆସନ୍ତା ୨୦ ତାରିଖ ସଂଧ୍ୟା ୬ଟାରେ ଶେଷ ହେବ। ୨୦୨୧-୨୨ ଶିକ୍ଷା ବର୍ଷରେ ସିଟ୍ ବୃଦ୍ଧି ପାଇଁ ଏହି ଆବେଦନ କରି ପାରିବେ ଉଚ୍ଚ ମାଧ୍ୟମିକ ସ୍କୁଲ।