ବିଧାନସଭାରେ ସୌମ୍ୟ ମୃତ୍ୟୁ ମାମଲା। ଧାନସଭାରେ ଉଠିଲା ବହୁ ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ପ୍ରସଙ୍ଗ। ପ୍ରଥମେ ପୋଲିସ ଓ ଏବେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଥିଲେ ବି କୌଣସି ନିଷ୍କର୍ସ ନବାହାରିବାକୁ ନେଇ ଅସନ୍ତୋଷ ପ୍ରକାଶ କଲେ ପାରଳାଖେମୁଣ୍ଡି ବିଧାୟକ ନାରାୟଣ ରାଓ।
ମନ୍ତ୍ରୀଙ୍କୁ ଜଣାନାହିଁ କବାଡିଆଙ୍କୁ ବିକ୍ରି ହୋଇଗଲା ‘ମୋ ସାଇକେଲ’। ଏନେଇ ନା ସରକାର, ନା ବିଭାଗୀୟ ମନ୍ତ୍ରୀଙ୍କ ପାଖରେ ଅଛି କୌଣସି ତଥ୍ୟ। ନିଜେ ମନ୍ତ୍ରୀ ପ୍ରତାପ ଜେନା ଆଜି ଗୃହରେ ଏମିତି ତଥ୍ୟ ରଖିଛନ୍ତି।
ବର୍ତ୍ତମାନ ରାଜ୍ୟରେ କୋଭିଡ୍ ସ୍ଥିତି ଚିନ୍ତାଜନକ ନଥିଲେବି ତୃତୀୟ ଲହର ନେଇ ବିଶେଷଜ୍ଞମାନେଆଶଙ୍କା କରୁଛନ୍ତି। ଏପରିକି ନିୟମ ମାନିବାକୁ ପରାମର୍ଶ ଦେଇଛି। ରାଜ୍ୟରେ ଏବେବି ୧୮ ବର୍ଷରୁ କମ୍ ବର୍ଗର ସଂକ୍ରମିତଙ୍କ ସଂଖ୍ୟା ୧୦୦ ଉପରେ ରହୁଛି। କେରଳରେ ସ୍ଥିତି ଉଦ୍ବେଗଜନକ ରହିଛି।
ଡିଏମ୍ଇଟି ସିବିକେ ମହାନ୍ତି କହିଛନ୍ତି, ପିଲାଙ୍କ ଯତ୍ନ ନେବାର ପ୍ରଥମ ଦାୟିତ୍ୱ ଅଭିଭାବକମାନଙ୍କର। ପିଲାମାନେ ଟିକା ନେଇ ନ ଥିବାରୁ ବାପା ମାଆ ସାବଧାନ ରୁହନ୍ତୁ। ସ୍କୁଲ ପିଲାଙ୍କ ଠାରେ କରୋନା ସଂକ୍ରମଣ ବଢ଼ିଲେ, ସ୍କୁଲ ବନ୍ଦ କରାଯିବ। ସ୍ବାସ୍ଥ୍ୟ ବିଭାଗ କହିଛି, କୋଭିଡ୍ରେ ଆକ୍ରାନ୍ତ ହୋଇଥିବା ମାତ୍ର ୦.୨ ପ୍ରତିଶତ ପିଲା ଆଇସିୟୁରେ ଆଡ୍ମିଟ୍ ହୋଇଛନ୍ତି। କେହି ଭେଣ୍ଟିଲେଟରକୁ ଯାଇନାହାନ୍ତି।
କଙ୍କଡା ଧର, ୫ ହଜାର ନିଅ। କଙ୍କଡ଼ା ଧରିବା ପାଇଁ ଏଭଳି ଅଭିନବ ପ୍ରତିଯୋଗିତା ଦେଖିବାକୁ ମିଳିଛି ସମ୍ବଲପୁର ଯୁଜୁମୁରା ବ୍ଲକ ଅନ୍ଧାରୀ ଗାଁରେ। ଏଥିରେ ୩୫ ଜଣ ପ୍ରତିଯୋଗୀ ଭାଗ ନେଇ ନିକଟସ୍ଥ ନାଳରୁ କଙ୍କଡ଼ା ଧରିଥିଲେ। ଅଧିକ କଙ୍କଡ଼ା ଧରିଥିବା ପ୍ରତିଯୋଗୀଙ୍କୁ ୫ ହଜାର ଟଙ୍କାର ପୁରସ୍କାର ରାଶି ଦିଆଯାଇଥିଲା।
ବହୁ ଚର୍ଚ୍ଚିତ ମାନବବାଦ ସଂଗଠନର ମୁଖ୍ୟ ମାନସ ଦାସ ଗିରଫ ପରେ ପୋଲିସ ତାଙ୍କ ଘରେ ରେଡ୍ କରିଛି। ଖୋର୍ଦ୍ଧା ପୋଲିସ୍ ମାନସଙ୍କ ଭୁବନେଶ୍ୱର ଘରେ ଯାଞ୍ଚ କରୁଛି।
ଆଜି ସ୍ୱାମୀ-ସ୍ତ୍ରୀ କୋର୍ଟରେ ପହଞ୍ଚି ଥିଲେ। ମାଜିଷ୍ଟ୍ରେଟ୍ ଉଭୟଙ୍କୁ ବୁଝାଉଥିଲେ। ଜୀବନକୁ ବିପଦ ରହିଛି ଦର୍ଶାଇ ସେ(ସିଦ୍ଧାର୍ଥ) ମାଜିଷ୍ଟ୍ରେଟ୍ଙ୍କ କୌଣସି କଥା ଶୁଣିବାର ନଥିଲେ। ତେବେ ଆଜି କୌଣସି ନିଷ୍କର୍ସ ବାହାରି ନପାରିବାରୁ ୨୯ ତାରିଖରେ ହାଜର ହେବାକୁ ମାଜିଷ୍ଟ୍ରେଟ୍ ପରାମର୍ଶ ଦେଇଥିଲେ। ପାରିବାରିକ ଅଦାଲତରୁ ବାହାରି ପରେ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା।
ରାଜ୍ୟରେ ସମ୍ଭାବ୍ୟ ମରୁଡ଼ି ସ୍ଥିତି ଓ ରାଜ୍ୟ ସରକାର ନେଇଥିବା ପଦକ୍ଷେପ ଉପରେ ସରକାରୀ ଦଳ ପକ୍ଷରୁ ଆଗତ ମୋସନ ଉପରେ ବିଧାନସଭାରେ ହୋଇଛି ସରଗରମ ଆଲୋଚନା। ବିରୋଧୀଦଳ ମୁଖ୍ୟ ସଚେତକ କହିଛନ୍ତି- ଓଡ଼ିଶା ବାରମ୍ବାର ମରୁଡ଼ି ସ୍ଥିତିର ସମ୍ମୁଖୀନ ହେଉଥିଲେ ବି ରାଜ୍ୟ ସରକାର ଏହାର ନିରାକରଣ ପାଇଁ କୌଣସି ଦୀର୍ଘମିଆଦି ଯୋଜନା ପ୍ରସ୍ତୁତ କରୁନାହାନ୍ତି।
ଇମ୍ଫା ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ ଘୋଷିତ ହୋଇଛି। ଅକ୍ଟୋବର ମାସରେ ଅନୁଷ୍ଠିତ ହେବ ଶାରଳା ପୁରସ୍କାର ପ୍ରଦାନ ଉତ୍ସବ। ଶାରଳା ପୁରସ୍କାର ପ୍ରଦାନ ଉତ୍ସବରେ ଏହି ସମ୍ମାନ ପ୍ରଦାନ କରାଯିବ। ଇମ୍ଫା ଦ୍ୱାରା ପରିଚାଳିତ ଇମ୍ପା ଆନୁକୂଲ୍ୟରେ ୧୯୮୦ ମସିହାରୁ ପ୍ରତିବର୍ଷ ଶାରଳା ପୁରସ୍କାର ପ୍ରଦାନ କରାଯାଇ ଆସୁଛି।
ପ୍ରଶ୍ନକାଳରେ ସେ କହିଥିଲେ ରାଜ୍ୟରେ ଅଗଷ୍ଟ ପହିଲା ସୁଦ୍ଧା ୧୧ ହଜାର ୪୫୬ ପୋଲିସ ପଦବୀ ଖାଲି ରହିଛି। ସେଥିରୁ ୧୩ ଡିଆଇଜି, ୧୫ ଏସ୍ପି ଓ ୨୪୮ ଇନ୍ସପେକ୍ଟର ପଦବୀ ଖାଲି ରହିଛି। ରାଜ୍ୟରେ ଥାନା ଓ ଫାଣ୍ଡି ଖୋଲିବା ନେଇ ଗୃହରେ ୪୦ ବିଧାୟକଙ୍କ ଉଦବେଗକୁ ଦେଖି ବାଚସ୍ପତି ରୁଲିଂ ଦେଇଛନ୍ତି।
ଆଜି ସକାଳେ ମାଆଙ୍କ ପାଇଁ ବିଭିନ୍ନ ସାମାଜିକ ସଂଗଠନ ଆଣ୍ଠେଇ ପ୍ରତିବାଦ କରିଥିଲେ। ବର୍ଷାରେ ଓଦା ହୋଇ ରାସ୍ତା ଉପରେ ଆଣ୍ଠୁ ମାଡି ବସି କଟକ ବାଦାମବାଡ଼ି ଛକରେ ସାମାଜିକ ସଂଗଠନର କର୍ମୀ ମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପ୍ରଶାସନକୁ ଗୁହାରି କରିଥିଲେ। ଆସନ୍ତା ଦୁର୍ଗାପୂଜାରେ ମାଆଙ୍କ ମୂର୍ତ୍ତି ୪ ଫୁଟ୍ରୁ ଅଧିକ କରିବାକୁ ସେମାନେ ଦାବି କରିଥିଲେ।
ବିଜ୍ଞାପନରେ ଦର୍ଶାଇଛନ୍ତି ସ୍ଥାନୀୟ ଶିଳ୍ପୋଦ୍ୟୋଗୀଙ୍କ ପ୍ରତିବାଦ ସତ୍ତ୍ୱେ ଯେ ରାଜ୍ୟରେ ଉତ୍ପାଦିତ ୬୦ ପ୍ରତିଶତ ଲୁହା ପଥର ଅଲଗା ରାଜ୍ୟକୁ ପଠାଯାଉଛି। ରାଜ୍ୟରେ ଲୁହାପଥର ଦର ଆକାଶଛୁଆଁ ହୋଇଥିବାରୁ ଖଣି ବ୍ୟବସାୟୀ ଲାଭବାନ ହେଉଛନ୍ତି। ହେଲେ ଲୁହା ପଥର ଅଭାବରୁ ରାଜ୍ୟରେ ସ୍ପଞ୍ଜ ଆଇରନ ୟୁନିଟ ବନ୍ଦ ହୋଇଗଲାଣି।
ଲଘୁଚାପ କ୍ଷେତ୍ର ପ୍ରଭାବରେ ଦୁଇ ଦିନ ଧରି ବର୍ଷା, ଭିଜିବ ରାଜ୍ୟର ଅଧିକାଂଶ ଅଞ୍ଚଳ।
ଶିକ୍ଷକଙ୍କଠୁ ୫୦ ହଜାର ବଟି ମାଗି ୨ ସାମ୍ବାଦିକ ଗିରଫ । ଆଉ ଜଣେ ଫେରାର ଥିବା ପୋଲିସର ସୂଚନା ।
ଓକାକ୍ ବିରୋଧରେ ବିଜେପିର ଦୁର୍ନୀତି ଅଭିଯୋଗ। ଥାନା ପାଇଁ ସିସିଟିଭି ଟେଣ୍ଡରରେ ଅନିୟମିତତା ।
ସାନ ଭାଇ ଶେଖରଙ୍କ ସହ ମିଶି ପଙ୍ଖା ସଜାଡ଼ିବାଠୁ ଆରମ୍ଭ କରି ମୋଟର ବାଇଣ୍ଡିଂ କରି ପେଟ ପୋଷୁଥିଲେ। ଏତେ ଆର୍ଥିକ ଅନଟନ ଭିତରେ ଥାଇ ବି ବ୍ୟାଡମିଣ୍ଟନ୍ ମୋହରୁ କିନ୍ତୁ ସେ ମୁକୁଳି ପାରିନଥିଲେ। ପ୍ରମୋଦ ୟା ଭିତରେ ଟୋକିଓରେ ଇତିହାସର ରଚନା କରିଥିଲେ ବି ଏପଟେ ଅତାବିରାରେ ଆଜି ବି ଉଜ୍ଜିବୀତ ରହିଛି ତାଙ୍କ ଜୀବନଜୀବିକାର ପୁରୁଣା ସ୍ମୃତି ଇଲେକ୍ଟ୍ରିକ୍ ମରାମତି ଦୋକାନ।
ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଉତ୍କର୍ଷ କେନ୍ଦ୍ରରେ ଆକର୍ଷଣୀୟ କ୍ଲାସରୁମ, ବିଶ୍ୱସ୍ତରୀୟ ବିଜ୍ଞାନଗାର, ଗ୍ରନ୍ଥାଗାର, ଗଣିତ ଓ ଭାଷା ବିଜ୍ଞାନଗାର, ଉନ୍ନତ କମ୍ପ୍ୟୁଟର ଲାବୋରାଟୋରୀ ଆଦିର ନିର୍ମାଣ କରିବା ପାଇଁ ଯୋଜନା ରହିଛି। ଶହେ କୋଟି ଟଙ୍କାରେ ନିର୍ମାଣ ହେଉଥିବା ଏହି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ପାଇଁ OB & CC ଲିମିଟେଡକୁ ଦାୟିତ୍ୱ ଦିଆଯାଇଛି। ଆସନ୍ତା ୧୮ ମାସ ମଧ୍ୟରେ ନିର୍ମାଣ କାମ ଶେଷ ହେବ।
ନିୟମ କହୁଛି, ସ୍ଥିତି ଅନୁଧ୍ୟାନ ପରେ ମୋଟିଭେଟର, ଯନ୍ତ୍ରୀ ଓ ବିଆର୍ସି ଫାଇନାଲ୍ ବିଲ୍ କରିବା କଥା। କିନ୍ତୁ ନିର୍ମାଣାଧିନ ପାଇଖାନା ନାଁରେ ଏବଂ ହିତାଧିକାରୀଙ୍କ ଅଗୋଚରରେ ଫାଇନାଲ୍ ବିଲ୍ କରି ଉଠାଣ ହୋଇଛି ଲକ୍ଷ ଲକ୍ଷ ଟଙ୍କା। କେବଳ ଭଦ୍ରକ ଓ ରାୟଗଡ଼ା ନୁହେଁ, ରାଜ୍ୟର ଏକାଧିକ ଜିଲ୍ଲାରେ ଏଭଳି ଦୁର୍ନୀତି ହୋଇଥିବା ଆଶଙ୍କା କରାଯାଉଛି।
ପୂଜା କମିଟି ଗୁଡିକର ଦାବି- ମୂର୍ତ୍ତିର ଉଚ୍ଚତା ଓ ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଦର୍ଶନ ଉପରେ ସରକାର ଲାଗୁ କରିଥିବା କଟକଣା ଯଥାର୍ଥ ନୁହେଁ। ଶ୍ରୀମନ୍ଦିର ସମେତ ଅନ୍ୟ ସବୁ ମନ୍ଦିରରେ ଯେଭଳି ଭକ୍ତଙ୍କୁ ଦର୍ଶନର ସୁବିଧା ଦିଆଯାଇଛି, ଦୁର୍ଗାପୂଜାରେ ମଧ୍ୟ ସମାନ ସୁବିଧା ମିଳିବାକୁ ସେମାନେ ଦାବି କରିଛନ୍ତି। ଏହାଛଡ଼ା ପୂର୍ବବର୍ଷ ଭଳି ଏବର୍ଷ ମଧ୍ୟ ସାଧାରଣ ଭାବେ ଉଚ୍ଚ ମୂର୍ତ୍ତି ନିର୍ମାଣ ଲାଗି ସରକାର ଅନୁମତି ଦିଅନ୍ତୁ ବୋଲି ଦାବି ହୋଇଛି।
ବନ୍ଧା ହେଲେ ନକଲି ଡାକ୍ତର। ଜାଲ ଦସ୍ତାବିଜରେ ଖୋଲିଥିଲେ କ୍ଲିନିକ। ଧରାପଡିବା ପରେ ଜେଲ ଗଲେ ନକଲି ଡାକ୍ତର।
ବିଶେଷ ସୂତ୍ରରୁ ଖବର ପାଇ ଭରତପୁର ପୋଲିସ ଏଠାରେ ରେଡ୍ କରିଥିଲା ଚଢାଉ ବେଳେ ଏଠାରୁ ମଦ ବୋତଲ, ଆପତ୍ତି ଜନକ ସାମଗ୍ରୀ ଜବତ କରାଯାଇଛି। ତେବେ ଏହି ରାକେଟର ମୁଖ୍ୟ କୁହାଯାଉଥିବା ହୋଟେଲ ମାଲିକ ଫେରାର ହୋଇଯାଇଛନ୍ତି।
ଭିତରେ ଥରେ ଆଖି ବୁଲାଇ ଆଣିଲେ ଗରିବୀର ସଂଜ୍ଞା କଣ ତାହା ଆପେ ଆପେ ବୁଝି ହେବ। ହେଲେ ଦୁଃଖ ଓ ପରିତାପର ବିଷୟ ଯେ ବାଲେଶ୍ୱର ସହରର ୧୬ ନମ୍ବର ଓ୍ୱାର୍ଡରେ ରହୁଥିବା ସରୋଜ କୁମାର ମହାନ୍ତିଙ୍କ ଭାଗ୍ୟରେ ଆଜିଯାଏଁ ଜୁଟିନି ଆବାସ ଯୋଜନାରେ ଘର ଖଣ୍ଡେ। ଏଥିପାଇଁ ଯେ ସେ ଉଦ୍ୟମ କରି ନାହାନ୍ତି, ତା ନୁହେଁ ବ୍ଲକ୍, ମ୍ୟୁନିସିପାଲିଟିରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଯାଏଁ ଦୌଡ଼ିଛନ୍ତି ହେଲେ ଫଳ ଶୂନ।
ଏଲିଫ୍ୟାଣ୍ଟ ଗାର୍ଡ ଭାବେ ପ୍ରଥମେ ନିଯୁକ୍ତ ହୋଇଥିଲେ ଗଙ୍ଗା। ପରବର୍ତ୍ତୀ ସମୟରେ ଡିଏଫ୍ଓଙ୍କ ଅଫିସ ସମେତ କ୍ୟାମ୍ପସରେ ଅସ୍ଥାୟୀ ରାତ୍ର ଜଗୁଆଳି ବନିଥିଲେ। ଏହି ସମୟରେ ସ୍ୱାମୀ ସୌମ୍ୟଙ୍କ ସହ ପତ୍ନୀ ବିଦ୍ୟାଭାରତୀ ଯେତେବେଳେ ମର୍ଣ୍ଣି ୱାର୍କରେ ଯାଆନ୍ତି, ସେତେବେଳେ ଡିଏଫ୍ଓ ଛାତ ଉପରୁ ଅନାନ୍ତି ବୋଲି ବି କହିଛନ୍ତି ଗଙ୍ଗା। ଏସବୁ ଦେଖିଥିବାରୁ ତାଙ୍କୁ କିଛି ମାସ ତଳେ ଚାକିରିରୁ ବାହାର କରିଦିଆଯାଇଥିବା ନେଇ ଗଣମାଧ୍ୟମ ଆଗରେ ବୟାନ ରଖିଛନ୍ତି ଗଙ୍ଗା।
ଓଡ଼ିଶା ବୈଷୟିକ ଗବେଷଣା ବିଶ୍ୱବିଦ୍ୟାଳୟ ବିଲରେ ସିଇଟି କଲେଜକୁ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିଛି। ଏହି ଶିକ୍ଷାଅନୁଷ୍ଠାନରେ ଇଂଜିନିୟରିଂ ଏବଂ ବିଜ୍ଞାନ ଓ କାରିଗରୀ, ବୈଷୟିକ ଜ୍ଞାନ କୌଶଳ, ସ୍ଥପତି ଓ ମ୍ୟାନେଜମେଣ୍ଟ ଏବଂ ଗବେଷଣା କ୍ଷତ୍ରରେ ଅଧିକ ସହାୟକ ହୋଇପାରିବ। ତେବେ ଗୃହରେ ଆଜି ଏହିସବୁ ବିଲ ଉପସ୍ଥାପନ ବେଳେ କଂଗ୍ରେସ ସଦସ୍ୟମାନେ କକ୍ଷ ତ୍ୟାଗ କରିଥିଲେ।
ମାନବ ଅଧତ୍କାର ସୁରକ୍ଷା ମଞ୍ଚ ସଦସ୍ୟ ଅବନୀ ଗୟା କହିଛନ୍ତି ଯେ, ଗୋପାଳପୁର ଓ ସୋନପୁର ବେଳାଭୂମିର ପ୍ରତି ୫୦ ମିଟର ଦୂରରେ ଖୋଲାଖୋଲି ମଦ ଦୋକାନ କରିବାକୁ ଚାହୁଁଛନ୍ତି। ଏହା କେଉଁ ପ୍ରକାରର ଜନମଙ୍ଗଳ କାମ? ଏହା କି ପ୍ରକାର ପର୍ଯ୍ୟଟନର ବିକାଶ? ଗଂଜାମବାସୀ ଏଭଳି ନିଷ୍ପତ୍ତିକୁ ଦୃଢ ବିରୋଧ କରୁଛି।