କଳା ସହ ଧନ୍ଦାମୂଳକ ଶିକ୍ଷାର ଫଳ ମଧ୍ୟ ପ୍ରକାଶ ପାଇବ । www.chseresults.nic.inରେ ଜାଣି ହେବ ରେଜଲ୍ଟ ।
ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ । କାଲି ଅପରାହ୍ନ ୪ଟାରେ ପ୍ରକାଶ ପାଇବ ରେଜଲ୍ଟ । କଳା ସହ ଧନ୍ଦାମୂଳକ ଶିକ୍ଷାର ଫଳ ମଧ୍ୟ ପ୍ରକାଶ ପାଇବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧ୍ୟକ୍ଷ ଅଶ୍ୱିନୀ ମିଶ୍ର ଏନେଇ ସୂଚନା ଦେଇଛନ୍ତି । ମେ’ ୩୧ ରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇଥିଲା ।
ବଦଳିବ ଯୁକ୍ତ ୨ ପରୀକ୍ଷା ଢାଞ୍ଚା । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଏକାଡେମିକ କାଉନସିଲ୍ ପ୍ରକ୍ରିୟା ଆରମ୍ଭ କରିଛି।
ଦେଢ଼ ଘଣ୍ଟା କାଳ ସର୍ଭର ଡାଉନ ଯୋଗୁଁ ୱେବସାଇଟ୍ ଖୋଲୁ ନଥିଲା ।
ଦିନ ୧୧ଟାରୁ ରେଜଲ୍ଟ ଘୋଷଣା ହୋଇଥିଲେ ବି ଏଯାଏ ରେଜଲ୍ଟ ଦେଖିହେଉନି ।
ଆଜି ଦିନ ୧ଟାରେ ପ୍ରକାଶ ପାଇବ ୨ କଳା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ । CHSE କାର୍ଯ୍ୟାଳୟରେ ପରୀକ୍ଷା ଫଳ ପ୍ରକାଶ ପାଇବ । orissaresults.nic.in ୱେବସାଇଟକୁ ଯାଇ ରେଜଲ୍ଟ ଚେକ୍ କରିପାରିବେ ଛାତ୍ରଛାତ୍ରୀ । ଛାତ୍ରଛାତ୍ରୀ ନିଜର ରୋଲ୍ ନମ୍ବର ଦେଇ ରେଜଲ୍ଟ ଜାଣିପାରିବେ। କଳାରେ ୨ ଲକ୍ଷରୁ ଅଧିକ ଏବଂ ଧନ୍ଦାମୂଳକ ଶିକ୍ଷାରେ ପ୍ରାୟ ୫ ହଜାର ପିଲାଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । କରୋନା ପାଇଁ ଏଥର ପରୀକ୍ଷା ବାତିଲ ହୋଇଥିବାରୁ ବିକଳ୍ପ ମୂଲ୍ୟାୟନ ପଦ୍ଧତିରେ ଫଳ ପ୍ରକାଶ କରାଯିବ ।
ଜୁଲାଇ ୩୧ ଭିତରେ ପ୍ରକାଶ ପାଇପାରେ +୨ ରେଜଲ୍ଟ। ୩୧ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବାକୁ ଚେଷ୍ଟା କରୁଛୁ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।