ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ସାଙ୍ଗକୁ ଝଡ଼ ତୋଫାନ ସତର୍କତା । ଆଗାମୀ ୩ ଦିନ ଯାଏ ରାଜ୍ୟରେ ୨ରୁ ୩ ଡିଗ୍ରୀ ଯାଏ ବୃଦ୍ଧି ପାଇବ ଦିନ ତାପମାତ୍ରା । ଗରମ ସହ ଗୁଳୁଗୁଳିରେ ବି ସନ୍ତୁଳି ହେବେ ରାଜ୍ୟବାସୀ ।
ଚଳିତ ଗ୍ରୀଷ୍ମରେ ଏବେ ସୁଦ୍ଧା ରାଜ୍ୟରେ ଆସିଲାଣି ୯୬ଟି ଅଂଶୁଘାତ ଜନିତ ମୃତ୍ୟୁ ଅଭିଯୋଗ । ମେ ୩୦ ସୁଦ୍ଧା ୪୨ଟି ଅଭିଯୋଗ ଆସିଥିବା ବେଳେ, ଗତ ୪୮ ଘଣ୍ଟାରେ ଅଂଶୁଘାତରେ ୫୪ ଜଣଙ୍କ ମୃତ୍ୟୁ ଅଭିଯୋଗ ହୋଇଛି ।
ଆଗାମୀ ୨୨ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।
ଆଗାମୀ ୪ ଦିନ ଲାଗି ଦେଶର ୬ଟି ରାଜ୍ୟକୁ ଗ୍ରୀଷ୍ଣପ୍ରବାହ ଏବଂ ୩ଟି ରାଜ୍ୟରେ ଭାରି ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ ।
ଭୀଷଣ ହେଉଛି ଗ୍ରୀଷ୍ମକୋପ । ଆକାଶରୁ ହେଉଛି ଅଗ୍ନିବର୍ଷା । ଆସନ୍ତାକାଲି ଯାଏଁ ସିଭିୟର ହିଟ୍ ୱେଭ୍ ପାଇଁ ରାଜ୍ୟ କିଛି ସ୍ଥାନରେ ରେଡ୍ ଆଲର୍ଟ ଜାରି ହୋଇଛି । ଆଜି ପାଇଁ ୧୧ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି ।
୧୦/୧୫ ବର୍ଷ ତଳେ ରାଜଧାନୀରେ କେମିତି ବୋହୁଥିଲା ଶୀତଳ ପବନ, କେମିତି ଆରାମଦାୟକ ଥିଲା ଭୁବନେଶ୍ୱର। କିନ୍ତୁ ଆଜି ଶୀତଳ ନୁହେଁ, ଝାଞ୍ଜି ମାଡ଼ରେ ପୋଡ଼ିଯାଉଛି ସର୍ବାଙ୍ଗ। ମୁଣ୍ଡ ଉପରେ ସୂର୍ଯ୍ୟଙ୍କ ପ୍ରକୋପ, ପାଦ ତଳେ ଉତ୍ତପ୍ତ ଧରାପୃଷ୍ଠ।
୨୩ ଓ ୨୪ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ସାମାନ୍ୟ ହ୍ରାସ ଘଟିବ। ପାରଦ ୨ ରୁ ୩ ଡିଗ୍ରୀ ଖସିଲେ ବି ଏହା ୪୧ ଡିଗ୍ରୀ ପାଖାପାଖି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ପୁଣି ରାଜ୍ୟରେ ଧିରେ ଧିରେ ବୃଦ୍ଧି ପାଉଛି ତାତି । ଆସନ୍ତା ୫ ଦିନ ଭିତରେ ତାପମାତ୍ରା ୫ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ନେଇ ସମ୍ଭାବନା ରହିଛି । ଉପକୂଳ ଓଡ଼ିଶାର ଜଗତସିଂହପୁର, ଗଞ୍ଜାମ ଭଳି ଜିଲ୍ଲାରେ ଗୁଳୁଗୁଳି ଅଧିକ ହେବ ।
ଆକାଶରୁ ଅଗ୍ନିବର୍ଷାରେ ଲାଗିଲା ବ୍ରେକ୍ । ଆଶ୍ୱସ୍ତି ଆଣିଲା କାଳବୈଶାଖୀ ବର୍ଷା । ଆଜି ବି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବ । ଗତକାଲି ଅପେକ୍ଷା ଆଜି ବର୍ଷାର ପରିମାଣ ବଢିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜି ପାଇଁ ୧୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
ଅସହ୍ୟ ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି । ଆଜିଠୁ ତିନି ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ଖସିବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।
ରାଜ୍ୟରେ ବିଭିନ୍ନ ସ୍ଥାନରେ ବଢିଛି ତାପମାତ୍ରା । ଆଗାମୀ ୩ରୁ ୪ ଦିନ ଯାଏଁ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ୩୮ରୁ ୪୦ ଡିଗ୍ରୀ ଏବଂ ଉପକୂଳବର୍ତ୍ତୀ ଜିଲ୍ଲା ମାନଙ୍କରେ ୩୬ ରୁ ୩୮ ଡିଗ୍ରୀ ତାପମାତ୍ରା ରହିବା ସମ୍ଭାବନା ।
ରାଜ୍ୟର ବିଭିନ୍ନ ସ୍ଥାନରେ ଗତକାଲି ତାଣ୍ଡବ ରଚିଛି କାଳବୈଶାଖୀ । କେଉଁଠି ବଜ୍ରପାତ ହୋଇଛି ତ ଆଉ କେଉଁଠି କୁଆପଥର ମାଡ଼ରେ ଉଜୁଡ଼ିଯାଇଛି ଧାନ ଫସଲ ସହ ପରିବା ଚାଷ । ସୁବର୍ଣ୍ଣପୁର ବିନିକା ଅଞ୍ଚଳରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ହୋଇଛି ।
ତତଲା କଢେଇରେ ଭାଜି ହେଉଛି ଓଡ଼ିଶା । ଆଗକୁ ଆହୁରି ବଢିବ ତାତି । ଆଗାମୀ ୪ ଦିନ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରାରେ ୩ ରୁ ୫ଡ଼ିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା ରହିଛି ।
କାଳବୈଶାଖୀ ବର୍ଷା ପରେ ସାରା ରାଜ୍ୟରେ ତାପମାତ୍ରା ପୁଣିଥରେ ବୃଦ୍ଧି ପାଇଛି । ଗତକାଲି ରାଜ୍ୟର ଅଧିକାଂଶ ସହରର ସର୍ବୋଚ୍ଚ ତାପମାତ୍ରା ୩୦ ଡିଗ୍ରି ଟପିଯାଇଥିଲା । ମାଲକାନଗିରିରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରି ପହଞ୍ଚିଥିଲା ।
କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବିସ୍ତୃତ ବର୍ଷା ହୋଇଛି । ଗତକାଲିଠାରୁ ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରୀଣ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି । ତେବେ ଢେଙ୍କାନାଳରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି ।
ବଦଳିଲା ପାଗରେ ମିଜାଜ୍ । କିଛି ଦିନର ତାତି ପରେ ରାଜ୍ୟରେ ଖସିଛି ପାରଦ ।
ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଆଉ କିଛି ଅଞ୍ଚଳରେ ତାତି ବଢିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଗତକାଲି ରାଜଧାନୀ ଭୁବନେଶ୍ୱରରେ ସର୍ବୋଚ୍ଚ ତାପମାତ୍ରା ୩୬.୪ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ୧୫ଟି ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଥିଲା ।
ପାଣିପାଗ ବିଶେଷଜ୍ଞଙ୍କ ମତ, ଫେବ୍ରୁଆରୀରେ ଏଭଳି ତାତି ରାଜ୍ୟରେ ନୂଆ ନୁହେଁ । ଏହାପୂର୍ବରୁ ୨୦୧୬ରେ ଭୁବନେଶ୍ୱରରେ ଫେବ୍ରୁଆରୀ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିଲା ।
ଅଦିନିଆ ବର୍ଷାରେ ବେହାଲ୍ ସାରା ରାଜ୍ୟ। ଉତ୍ତର-ପଶ୍ଚିମା ପବନ ସାଙ୍ଗକୁ ଗୁରୁଚାପ ଏବଂ ନିମ୍ନରେଖା ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଲାଗି ରହିଛି ବର୍ଷା।
ପେଟର ଭୋକ ମେଣ୍ଟାଇବା ପାଇଁ, ଜାଡ଼ର ମାଡ଼କୁ ପିଠି ପତେଇ ଦେଇଛି ଗରିବ ଖଟିଖିଆ । ଶୀତୁଆ ରାତିକୁ ବେଖାତିର କରି ଯାତ୍ରୀ ଅପେକ୍ଷାରେ ରେଶମ ସହରର ରିକ୍ସାବାଲା । କିଏ ଚାଦର ଭିତରେ ଜାକିଜୁକି ହୋଇ ଶୋଇଛି, ତ କିଏ ଗାମୁଛା ଖଣ୍ଡେ ଘୋଡ଼େଇ ରାତିସାରା ଥରୁଛି ।
ଆସନ୍ତାକାଲି ଦକ୍ଷିଣ ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସମ୍ଭାବନା । ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଆଣ୍ଡାମାନ ସାଗର ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପ ସାଗର ଅଞ୍ଚଳରେ ୨୭ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।
ବାତ୍ୟା ମୁକାବିଲା ପାଇଁ ଲୋକସେବା ଭବନରେ ପ୍ରାକ୍ ବାତ୍ୟା ପ୍ରସ୍ତୁତି ବୈଠକ । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ ।
ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନରେ ବର୍ଷା ହୋଇପାରେ । କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ମଧ୍ୟ ବର୍ଷା ହେବାର ସମ୍ଭାବନା ଅଛି ।
ସେହିପରି ଯାଜପୁର, ବାଲେଶ୍ୱର, ଭଦ୍ରକ, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ସୋନପୁର ଜିଲ୍ଲରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, ବଲାଙ୍ଗୀର, ମାଲକାନଗିରି, କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସମାନ ଦଶା ଭୋଗୁଛନ୍ତି ସେହି ମୁଂଜା ଗାଁର ଚାଷୀ ସୀମାଞ୍ଚଳ ସାମନ୍ତରାୟ । ତାଙ୍କ ଜମି ବି ପଡ଼ିଆ ପଡ଼ିଛି, ଶୁଖିଲା ମାଟିରେ ବା କେମିତି ତଳି ରୋଇବେ ଚିନ୍ତା ଘାରିଛି ତାଙ୍କୁ ।