• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Odisha

2 Odia Jawans
ଓଡ଼ିଶାର ୨ କମାଣ୍ଡୋଙ୍କୁ ମିଳିବ ଶୌର୍ଯ୍ୟ ଚକ୍ର ସମ୍ମାନ

ଓଡ଼ିଶାର ୨ ଯବାନଙ୍କୁ ମିଳିବ ମରଣୋତ୍ତର ଶୌର୍ଯ୍ୟ ଚକ୍ର ସମ୍ମାନ। ସହିଦ ୨ ଏସ୍ଓଜି କମାଣ୍ଡୋ ସୁଧୀର ଟୁଡୁ ଓ ଦେବାଶିଷ ସେଠୀଙ୍କୁ ମରଣୋତ୍ତର ଶୌଯର୍ୟ ଚକ୍ର ସମ୍ମାନ ମିଳିବ। ମାଓବାଦୀଙ୍କ ସହ ଗୁଳି ବିନିମୟରେ ଏହି ଦୁଇ କମାଣ୍ଡୋ ଅସୀମ ବୀରତ୍ୱ ପ୍ରଦର୍ଶନ କରିବା ସହ ସହିଦ ହୋଇଥିଲେ। ପୋଲିସ ଡିଜି ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି। ଏହାସହ ତାଙ୍କ ପରିବାର ସଦସ୍ୟଙ୍କ ସହ କଥା ହୋଇଥିବା ପୋଲିସ ଡିଜି ସୂଚନା ଦେଇଛନ୍ତି। ଅଦମ୍ୟ ସାହସ ଓ ବୀରତ୍ୱ ପ୍ରଦର୍ଶନ କରିଥିବା ପୋଲିସର ଯବାନଙ୍କୁ ଶୌର୍ଯ୍ୟ ଚକ୍ର ପ୍ରଦାନ କରାଯାଇଥାଏ। ଓଡ଼ିଶା ପୋଲିସର ୨ କମାଣ୍ଡୋଙ୍କୁ ଏହି ସମ୍ମାନରେ ସମ୍ମାନିତ କରିବା ପାଇଁ ଚୟନ କରିଥିବାରୁ ପୋଲିସ ଡିଜି ଭାରତ ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି।

bargarh
ପ୍ରଶାସନର ଦୃଷ୍ଟି ଆଢ଼ୁଆଳରେ ସଂଗ୍ରାମୀ ପୀଠ ପାଣିମୋରା

ଓଡିଶାର ସଂଗ୍ରାମୀ ପୀଠ ଭାବରେ ବେଶ୍ ପରିଚିତ ବରଗଡ ଜିଲ୍ଳାର ପାଣିମୋରା ଗାଁ । ଅହିଂସା ଆନ୍ଦୋଳନରେ ଗାଁର ୩୨ ଜଣ ସଂଗ୍ରାମୀ ଇଂରେଜ ମାନଙ୍କ ବିରୁଦ୍ଧରେ ଲଢ଼େଇ କରି କାରାବରଣ କରିଥିଲେ । ଏମାନଙ୍କ ମଧ୍ୟରେ ଏବେ ଜଣେ ସ୍ୱାଧୀନତା ସଂଗ୍ରାମୀ ଜିତେନ୍ଦ୍ରିୟ ପ୍ରଧାନ ଜୀବିତ ଥିବା ବେଳେ ପାଣିମୋରା ଗାଁ ସେହି ସଂଗ୍ରାମୀ ମାନଙ୍କୁ ନେଇ ଏବେ ବି ଗର୍ବିତ ମନେ କରୁଛି

 chanadal halwa
ଘରେ ବନାନ୍ତୁ ‘ବୁଟ ଡାଲି ହାଲୱା

ଅଧିକାଂଶ ଲୋକ ମିଠା ଖାଦ୍ୟ ଖାଇବାକୁ ପସନ୍ଦ କରନ୍ତି । ଆମ ଖାଦ୍ୟରେ ମିଠା ନଥିଲେ ଖାଇବା ଅଧୁରା ଲାଗେ । ସାଧାରଣତଃ ଆପଣ ମାନେ ଜାଣିଥିବେ ଛେନାରୁ ବିଭିନ୍ନ ପ୍ରକାରର ମିଠାର ରେସିପି ତିଆରି ହୋଇଥାଏ । କିନ୍ତୁ ଆଗରୁ କେବେ ଡାଲିରେ ମିଠାର ରେସିପି ପ୍ରସ୍ତୁତ କରିଛନ୍ତି କି ? ଆଜି ଆମେ ଆପଣଙ୍କୁ ଏକ ସୁସ୍ୱାଦୁ ମିଠା ରେସିପି ବିଷୟରେ କହିବାକୁ ଯାଉଛୁ ।

Railway Heritage Museum
ବାରିପଦାରେ ନିିର୍ମାଣ ହେବ ରେଳ ମ୍ୟୁଜିୟମ

ନୂଆ ରୂପ ନେବ ମୟୂରଭଞ୍ଜ ଜିଲ୍ଲାର ରେଳ ଐତିହ୍ୟ। ଭଙ୍ଗାଦଦରା ଭାବେ ଥିବା ମୟୂରଭଞ୍ଜ ରାଜତନ୍ତ୍ର ଅମଳର ରେଳ ଇଞ୍ଜିନ ଓ ଡବା ନୂଆ ରୂପ ନେବାକୁ ଯାଉଛି। ଦୀର୍ଘ ଏକ ଦଶନ୍ଧିରୁ ଅଧିକ ସମୟର ଏହି ରେଳ ଇଞ୍ଜିନ ଓ ରେଳ ଡବାର ପୁନରୁଦ୍ଧାର କରି ଏକ ନୂତନ ରେଳ ମ୍ୟୁଜିୟମ ନିର୍ମାଣ ହେବ। ଏହାର ନିର୍ମାଣ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଯାଇଛି। ଫଳରେ ଆଗାମୀ ପୀଢ଼ି ମୟୂରଭଞ୍ଜ ଜିଲ୍ଲାର ରେଳ ଐତିହ୍ୟକୁ ଏଠାରେ ଦେଖିବା ସହ ଏହା ସମ୍ପର୍କରେ କିଛି ଶିକ୍ଷା ଲାଭ କରିପାରିବେ।

Accused Ties Knot
ପ୍ରେମ, ପ୍ରତାରଣା ପରେ ଜେଲ୍‌ରେ ବିବାହ

ପ୍ରଥମେ ପ୍ରେମ, ତା’ପରେ ପ୍ରତାରଣା ଏବଂ ଶେଷରେ ଜେଲ୍‌ରେ ପ୍ରେମିକାକୁ ବିବାହ କଲେ ପ୍ରେମିକ। କଟକ ଚୌଦ୍ୱାର ସର୍କଲ ଜେଲ୍‌ରେ ଦୁଇ ପରିବାର ଏବଂ ଜେଲ କର୍ତ୍ତୃପକ୍ଷଙ୍କ ଉପସ୍ଥିତିରେ ପ୍ରେମିକା ମଥାରେ ସିନ୍ଦୂର ଦେଲା ପ୍ରେମିକ। ସୂଚନା ଅନୁସାରେ, କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ଅନ୍ତର୍ଗତ ପିଠାପଡ଼ା ଗାଁର ଚିନ୍ମୟୀ ସେଠୀ ଏବଂ ସାଲେପୁର କଟରୋପା ଅଞ୍ଚଳର ଅଂଶୁମାନ ମଲ୍ଲିକ ପରସ୍ପରକୁ ଭଲ ପାଉଥିଲେ। ତେବେ କିଛିଦିନ ପରେ ଅଂଶୁମାନ ଅନ୍ୟତ୍ର ବିବାହ କରିବାକୁ ଯୋଜନା କରୁଥିବା ଚିନ୍ମୟୀ ଜାଣିବାକୁ ପାଇଲେ। ଏନେଇ ଗାଁରେ ବୈଠକ ଡାକିବା ପରେ ବି କୌଣସି ସୁଫଳ ନ ମିଳିବାରୁ ଝିଅ ଘର ଲୋକେ ଥାନାରେ ଲିଖିତ ଅଭିଯୋଗ କରିଥିଲେ।

Paralakhemundi ACF Death Case
ପୁଣି DFO, ବିଦ୍ୟାଭାରତୀଙ୍କୁ ଜେରା ହେବ: କ୍ରାଇମବ୍ରାଞ୍ଚ୍

ବହୁଚର୍ଚ୍ଚିତ ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାର ତଦନ୍ତ ଭାର ନେବା ପରେ ପାରଳାଖେମୁଣ୍ଡିରେ କ୍ରାଇମବ୍ରାଞ୍ଚ ଟିମ୍। ପାରଳାଖେମୁଣ୍ଡିରେ ୨ ଘଣ୍ଟାର ତଦନ୍ତ ପରେ ସୌମ୍ୟଙ୍କ ସରକାରୀ କ୍ୱାର୍ଟରରୁ ବାହାରିଛି କ୍ରାଇମବ୍ରାଞ୍ଚ ଟିମ। ପୁଣି DFO ଏବଂ ସୌମ୍ୟରଞ୍ଜନଙ୍କ ପତ୍ନୀ ବିଦ୍ୟାଭାରତୀଙ୍କୁ କ୍ରାଇମବ୍ରାଞ୍ଚ ଟିମ୍ ଜେରା କରିବ ବୋଲି ସୂଚନା ମିଳିଛି। କ୍ରାଇମବ୍ରାଞ୍ଚ ଡିଏସପି ଜ୍ଞାନରଞ୍ଜନ ମିଶ୍ରଙ୍କ ନେତୃତ୍ୱରେ ଗଠିତ ଏହି ୩ ଜଣିଆ ଟିମ୍ ସବୁ ଦିଗରୁ ତଦନ୍ତ କରୁଛନ୍ତି।

Benefits Of Ladies' Finger
ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ ଭେଣ୍ଡି, ଡାଏବେଟିଜ୍ କଣ୍ଟ୍ରୋଲ୍ କରେ, ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ

ସ୍ୱାସ୍ଥ୍ୟ ହିଁ ସଂପଦ । ଆମ ଶରୀର ପାଇଁ ସବୁଜ ପନିପରିବା ଖାଇବା ଅତ୍ୟନ୍ତ ଜରୁରୀ । ପନିପରିବା ମଧ୍ୟରେ ଭେଣ୍ଡିରେ ରହିଛି ଭରପୁର ଭିଟାମିନ୍ । ପୋଷକ ତତ୍ତ୍ୱରେ ଭରପୂର ଭେଣ୍ଡି । ଏଥିରେ ଭିଟାମିନ୍ ଏ, ଭିଟାମିନ୍ ସି, କ୍ୟାଲସିୟମ୍, ପୋଟାସିୟମ୍, ମ୍ୟାଗ୍ନେସିୟମ୍, ଫସଫରସ୍, ବିଟା କାରୋଟିନ୍, ଆଇରନ୍ ଏବଂ ଆଣ୍ଟି-ଅକ୍ସିଡାଣ୍ଟ ଗୁଣ ରହିଥାଏ । ତେବେ ଆସନ୍ତୁ ଜାଣିବା ଭେଣ୍ଡିର ବିଭିନ୍ନ ଉପକାରିତା ବିଷୟରେ ।

Man Escapes Murder Attempt By daughter
ଟଙ୍କା ଆଗରେ ଫିକା ପଡ଼ିଲା ବାପାର ସ୍ନେହ; ଘରେ ପୁରାଇ ନିଆଁ ଲଗାଇ ଦେଲେ ଝିଅ

ଟଙ୍କା ଆଗରେ ତୁଚ୍ଛ ହେଲା ସମ୍ପର୍କ। ଫିକା ପଡ଼ିଗଲା ବାପାର ସେହ୍ନ ଓ ଭଲ ପାଇବା। ଶେଷରେ ଟଙ୍କା ପାଇଁ ବାପାକୁ ମାରିବାକୁ ପଛାଇଲେ ନାହିଁ ନିଜ ଜନ୍ମ କଲା ସନ୍ତାନ। 

Puri Swargadwar
୧୬ରୁ ଖୋଲିବ ସ୍ୱର୍ଗଦ୍ୱାର : ପୁରୀ ବାହାର ଜିଲ୍ଲାର ଲୋକଙ୍କୁ ଶବଦାହ କରିବାକୁ ଅନୁମତି

ଆସନ୍ତା ୧୬ ତାରିଖରୁ ପୁରୀ ବାହାର ଜିଲ୍ଲାର ଲୋକଙ୍କୁ ଶବଦାହ କରିବାକୁ ଅନୁମତି ପ୍ରଦାନ କରାଯାଇଛି । ମହାମାରୀର ଭୟାବହତା ମଧ୍ୟରେ ପୁରୀ ସ୍ୱର୍ଗଦ୍ୱାରରେ କଟକଣା ଲାଗୁ କରାଯାଇଥିଲା । ଶବଦାହ ସମୟରେ କୋଭିଡ୍ କଟକଣା ମଧ୍ୟରେ ୧୦ ଜଣ ଉପସ୍ଥିତ ରହିପାରିବେ । ତେବେ ସ୍ୱର୍ଗଦ୍ୱାରରେ ଶବଦାହ କରିବାକୁ ମୃତକଙ୍କ କୋଭିଡ୍ ନେଗେଟିଭ ରିପୋର୍ଟ ଦେବା ବାଧ୍ୟତାମୂଳକ କରାଯାଇଛି । ଶନିବାର, ରବିବାର ସଟଡାଉନରେ କୌଣସି ଅସୁବିଧା ହେବନାହିଁ, ସଟଡାଉନରେ ମଧ୍ୟ ଶବଦାହ ହୋଇପାରିବ । ଏନେଇ ପୁରୀ ଉପଜିଲ୍ଲାପାଳ ଭବତାରଣ ସାହୁ ସୂଚନା ଦେଇଛନ୍ତି ।

Plus II Arts Results announced
ପ୍ରକାଶ ପାଇଲା ଯୁକ୍ତ ୨ କଳା ଓ ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ

ଯୁକ୍ତ ୨ କଳା ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। CHSE କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ଗଣଶିକ୍ଷା ମନ୍ତ୍ରୀ ରେଜଲ୍ଟ ଘୋଷଣା କରିଛନ୍ତି। ଛାତ୍ରଛାତ୍ରୀମାନେ orissaresults.nic.in ୱେବ୍‌ସାଇଟ୍‌କୁ ଯାଇ ରେଜଲ୍ଟ ଚେକ୍‌ କରିପାରିବେ। 

acf soumya ranjan mohapatra
ଖୋଲିବ କି ACF ସୌମ୍ୟରଞ୍ଜନଙ୍କ ମୃତ୍ୟୁ ରହସ୍ୟ ? ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ଏ ନେଇ ଆଜି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି।

Little Girl To Show Daredevilry
ପେଟର ଭୋକ ଆଗରେ ହାର ମାନିଛି ବୟସ,ବାଉଁଶରାଣୀ ଖେଳ ଦେଖାଉଛି କୁନି ଝିଅ

ପାପ ପୁଣ୍ୟ, ଭଲ ମନ୍ଦ, ହାନି ଲାଭର ବିଚାର କରେନି ଭୋକ । ତିଳ ତିଳ କରି ଜାଳେ, ଶାନ୍ତିରେ ଶୁଆଇ ଦିଏନି । ପେଟର ଭୋକ ମଣିଷକୁ ସବୁକିଛି କରାଇ ପାରେ । ସୁନ୍ଦରଗଡ ବସଷ୍ଟାଣ୍ଡରେ ଏପରି ଦୃଶ୍ୟ ଦେଖିବାକୁ ମିଳିଛି । ପେଟର ଭୋକ ଆଗରେ ହାର ମାନିଛି ବୟସ । ବଚିଂବା ପାଇଁ ରାଜ୍ୟ ବାହାରୁ ଆସି ବାଉଁଶରାଣୀ ଖେଳ ଦେଖାଉଛି କୁନି ଝିଅ ।

corona death
୧୧୩୨ କରୋନା ପଜିଟିଭ୍‌ ଚିହ୍ନଟ,୬୬ ଆକ୍ରାନ୍ତ ମୃତ

ରାଜ୍ୟରେ ପୁଣି ୧୧ଶହ ଉପରକୁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଅଗଷ୍ଟ ୧୩ର ରିପୋର୍ଟ ଅନୁସାରେ, ରାଜ୍ୟରେ ୧୧୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍‌ରୁ ୬୫୭ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କେସ୍‌ ୪୭୫ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୪୧୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୯୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଅଗଷ୍ଟ ୧୨ର ରିପୋର୍ଟ ଅନୁସାରେ, ରାଜ୍ୟରେ ୧୧୯୩ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। କ୍ୱାରେଣ୍ଟିନ୍‌ରୁ ୬୯୫ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କେସ୍‌ ୪୯୮ ଥିଲା।ସେହିପରି ରାଜ୍ୟରେ ଆଉ ୬୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Plus 2 Results
ଆଜି ପ୍ରକାଶ ପାଇବ +୨ କଳା ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ

ଆଜି ଦିନ ୧ଟାରେ ପ୍ରକାଶ ପାଇବ ୨ କଳା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ । CHSE କାର୍ଯ୍ୟାଳୟରେ ପରୀକ୍ଷା ଫଳ ପ୍ରକାଶ ପାଇବ । orissaresults.nic.in ୱେବସାଇଟକୁ ଯାଇ ରେଜଲ୍ଟ ଚେକ୍‌ କରିପାରିବେ ଛାତ୍ରଛାତ୍ରୀ । ଛାତ୍ରଛାତ୍ରୀ ନିଜର ରୋଲ୍‌ ନମ୍ବର ଦେଇ ରେଜଲ୍ଟ ଜାଣିପାରିବେ। କଳାରେ ୨ ଲକ୍ଷରୁ ଅଧିକ ଏବଂ ଧନ୍ଦାମୂଳକ ଶିକ୍ଷାରେ ପ୍ରାୟ ୫ ହଜାର ପିଲାଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । କରୋନା ପାଇଁ ଏଥର ପରୀକ୍ଷା ବାତିଲ ହୋଇଥିବାରୁ ବିକଳ୍ପ ମୂଲ୍ୟାୟନ ପଦ୍ଧତିରେ ଫଳ ପ୍ରକାଶ କରାଯିବ ।

Twins ‘Jaga-Balia’ Welcomes New Member
ଶିଶୁ ଜଗା-ବଳିଆଙ୍କ ଘରେ ଏବେ ଖୁସିର ଲହରୀ,ଘରକୁ ଆସିଲା ସୁଭଦ୍ରା

ଭଉଣୀ ସୁଭଦ୍ରାକୁ ପାଇଲା ଜଗା । ବଳିଆକୁ ହରାଇବା ପରେ ଗୁମସୁମ୍ ହୋଇ ବସୁଥିବା ଜଗାର ମୁହଁରେ ହସ । କନ୍ଧମାଳ ଜିଲ୍ଲା ମେଲୁପଡ଼ା ଗାଁର ଯୋଡ଼ା ମୁଣ୍ଡରୁ ଅଲଗା ହୋଇଥିବା ଶିଶୁ ଜଗା-ବଳିଆଙ୍କ ଘରେ ଏବେ ଖୁସିର ଲହରୀ । କାରଣ ବଳିଆର ବିୟୋଗ ପରେ ଏକୁଟିଆ ହୋଇଯାଇଥିବା ଜଗା ପାଇଛି ସାଙ୍ଗଟିଏ । ତା’ ପାଇଁ ଖେଳିବା ଆଉ ବୁଲିବା ପାଇଁ ସାଙ୍ଗ ହୋଇ ଦୁନିଆକୁ ଆସିଛି ନବଜାତ ଭଉଣୀ ।

Kandhamal
ବଳିଆ ଚାଲିଯାଇଥିଲା, ଜଗାକୁ ମିଳିଲା ସୁନା ଭଉଣୀ ସୁଭଦ୍ରା

ବଳିଆକୁ ହରାଇବା ପରେ ଗୁମସୁମ୍ ହୋଇ ବସୁଥିବା ଜଗାର ମୁହଁରେ ହସ । କନ୍ଧମାଳ ଜିଲ୍ଲା ମେଲୁପଡ଼ା ଗାଁର ଯୋଡ଼ା ମୁଣ୍ଡରୁ ଅଲଗା ହୋଇଥିବା ଶିଶୁ ଜଗା-ବଳିଆଙ୍କ ଘରେ ଏବେ ଖୁସିର ଲହରୀ । କାରଣ ବଳିଆର ବିୟୋଗ ପରେ ଏକୁଟିଆ ହୋଇଯାଇଥିବା ଜଗା ପାଇଛି ସାଙ୍ଗଟିଏ । ତା’ ପାଇଁ ଖେଳିବା ଆଉ ବୁଲିବା ପାଇଁ ସାଙ୍ଗ ହୋଇ ଦୁନିଆକୁ ଆସିଛି ନବଜାତ ଭଉଣୀ ।

children test Covid positive
ବୁର୍ଲା VIMSARରେ ୨ ଶିଶୁଙ୍କୁ କରୋନା

ବୁର୍ଲା ଭୀମସାର୍‌(Veer Surendra Sai Institute Of Medical Sciences And Research)ରେ ୨ ଶିଶୁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ପଜିଟିଭ୍‌ ଚିହ୍ନଟ ହୋଇଥିବା ୨ ଶିଶୁଙ୍କ ବୟସ ୮ ମାସ ଓ ୫ ବର୍ଷ ବୋଲି ଜଣାପଡ଼ିଛି। 

Railway museum in Baripada
ବାରିପଦାରେ ନିିର୍ମାଣ ହେବ ରେଳ ମ୍ୟୁଜିୟମ

ନୂଆ ରୂପ ନେବ ମୟୂରଭଞ୍ଜ ଜିଲ୍ଲାର ରେଳ ଐତିହ୍ୟ। ଭଙ୍ଗାଦଦରା ଭାବେ ଥିବା ମୟୂରଭଞ୍ଜ ରାଜତନ୍ତ୍ର ଅମଳର ରେଳ ଇଞ୍ଜିନ ଓ ଡବା ନୂଆ ରୂପ ନେବାକୁ ଯାଉଛି। ଦୀର୍ଘ ଏକ ଦଶନ୍ଧିରୁ ଅଧିକ ସମୟର ଏହି ରେଳ ଇଞ୍ଜିନ ଓ ରେଳ ଡବାର ପୁନରୁଦ୍ଧାର କରି ଏକ ନୂତନ ରେଳ ମ୍ୟୁଜିୟମ ନିର୍ମାଣ ହେବ।

Odisha sees 1132 new Covid cases
୨୪ ଘଣ୍ଟାରେ ରାଜ୍ୟରେ ୧୧୩୨ କରୋନା ପଜିଟିଭ୍‌ ଚିହ୍ନଟ, କଟକରେ ସର୍ବାଧିକ ଆକ୍ରାନ୍ତଙ୍କ ମୃତ

ରାଜ୍ୟରେ ପୁଣି ୧୧ଶହ ଉପରକୁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଅଗଷ୍ଟ ୧୩ର ରିପୋର୍ଟ ଅନୁସାରେ, ରାଜ୍ୟରେ ୧୧୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍‌ରୁ ୬୫୭ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କେସ୍‌ ୪୭୫ ରହିଛି। 

plus two result
ଆଜି ଦିନ ୧ଟାରେ ପ୍ରକାଶ ପାଇବ +୨ କଳା ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ

କଳାରେ ୨ ଲକ୍ଷରୁ ଅଧିକ ଏବଂ ଧନ୍ଦାମୂଳକ ଶିକ୍ଷାରେ ପ୍ରାୟ ୫ ହଜାର ପିଲାଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । କରୋନା ପାଇଁ ଏଥର ପରୀକ୍ଷା ବାତିଲ ହୋଇଥିବାରୁ ବିକଳ୍ପ ମୂଲ୍ୟାୟନ ପଦ୍ଧତିରେ ଫଳ ପ୍ରକାଶ କରାଯିବ ।

plus two result
ଆଜି ପ୍ରକାଶ ପାଇବ +୨ କଳା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷାଫଳ : orissaresults.nic.in ୱେବସାଇଟରେ ଉପଲବ୍ଧ ହେବ ରେଜଲ୍ଟ

ଆଜି ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ । କଳାରେ ୨ ଲକ୍ଷରୁ ଅଧିକ ଏବଂ ଧନ୍ଦାମୂଳକ ଶିକ୍ଷାରେ ପ୍ରାୟ ୫ ହଜାର ପିଲାଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । orissaresults.nic.in ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ । ତେବେ ଆଜି କେଉଁ ସମୟରେ ଫଳ ପ୍ରକାଶ ପାଇବ, ସେନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୌଣସି ସୂଚନା ଦିଆ ଯାଇନାହିଁ

heavy-rainfall
ତିନି ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ତିନି ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ଅନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏଥିପାଇଁ ଅନେକ ଜିଲ୍ଲା ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ

ojee
୬ରୁ ୧୮ ଯାଏଁ ଚାଲିବ ଓଜେଇଇ, ସୂଚନା ଦେଲେ ଅଧ୍ୟକ୍ଷ ସୁଦୀପ ଚାନ୍ଦ

ସେପ୍ଟେମ୍ୱର ୬ରୁ ଆରମ୍ଭ ହେବ ଓଜେଇଇ ପରୀକ୍ଷା । ଏହି ପରୀକ୍ଷା ସେପ୍ଟେମ୍ବର ୧୮ ଯାଏ ଚାଳିବ । ପରୀକ୍ଷା ନେଇ ଓଜେଇଇ ଅଧ୍ୟକ୍ଷ ସୁଦୀପ ଚାନ୍ଦ ସୂଚନା ଦେଇଛନ୍ତି ।

BJD Will Field 27% OBC Candidate
OBC କାର୍ଡ଼ ଖେଳିଲା ବିଜେଡ଼ି,ନିର୍ବାଚନରେ ଦେବ ୨୭% ଓବିସି ପ୍ରାର୍ଥୀ

ଓବିସିଙ୍କୁ ନେଇ ବଡ଼ କାର୍ଡ଼ ଖେଳିଲା ବିଜୁ ଜନତା ଦଳ ବିଜେଡ଼ି। ଆଗାମୀ ପଞ୍ଚାୟତ ନିର୍ବାଚନରେ ୨୭% ଓବିସି ପ୍ରାର୍ଥୀ ବିଜେଡ଼ି ଦେବ ବୋଲି ଘୋଷଣା ହୋଇଛି। ଏନେଇ ପ୍ରେସମିଟ୍‌ କରି ବିଧିବଦ୍ଧ ଭାବରେ ସୂଚନା ଦେଇଛନ୍ତି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଏବଂ ଅରୁଣ ସାହୁ। ଉଭୟ ମନ୍ତ୍ରୀ କହିଛନ୍ତି କି ସଂରକ୍ଷଣ ନେଇ ନିଷ୍ପତ୍ତି ନେଇ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସଭାପତି ନବୀନ ପଟ୍ଟନାୟକ। କେବଳ ପଞ୍ଚାୟତ ନିର୍ବାଚନ ନୁହେଁ ବରଂ ପରବର୍ତ୍ତୀ ନିର୍ବାଚନରେ ବି ବିଜେଡ଼ି ୨୭ ପ୍ରତିଶତ ଓବିସି ପ୍ରାର୍ଥୀ ଦେବ ବୋଲି ଉଭୟ ନେତା କହିଛନ୍ତି

jagannath pradhan
ଦଳ ଛାଡିବେ କି ଭୁବନେଶ୍ୱରର ବିଜେପି ନେତା ଜଗନ୍ନାଥ ପ୍ରଧାନ ?

ଦଳ ଛାଡିବେ କି ଭୁବନେଶ୍ୱରର ବିଜେପି ନେତା ଜଗନ୍ନାଥ ପ୍ରଧାନ ? ଖୋଲାଖୋଲି ଅସନ୍ତୋଷ ଜାହିର କଲେ ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ। ଆଜି ଓଟିଭିକୁ ଦେଇଥିବା ପ୍ରତିକ୍ରିୟାରେ ସେ ଅସନ୍ତୁଷ୍ଟ ଥିବା ସ୍ୱୀକାର କରିଛନ୍ତି। ଭୁବନେଶ୍ୱର ଜିଲ୍ଲା ବିଜେପିର କାର୍ଯ୍ୟକଳାପକୁ ନେଇ ସେ ନିଜର ଅସନ୍ତୋଷ ଜାହିର କରିଛନ୍ତି। ଆଉ ଏହାର ସମାଧାନ ନେଇ ରାଜ୍ୟ ସଭାପତିଙ୍କୁ ଲିଖିତ ଭାବେ ମଧ୍ୟ ସେ ଜଣାଇଛନ୍ତି। ଜଗନ୍ନାଥ କହିଛନ୍ତି, ରାଜ୍ୟ ସଭାପତି ଗତକାଲି ଏ ସମ୍ପର୍କରେ ଡାକି ଆଲୋଚନା କରିଛନ୍ତି ଓ ୨ ଦିନ ଭିତରେ ସମସ୍ୟାର ସମାଧାନ କରିବେ ବୋଲି କହିଛନ୍ତି।