ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ଗୋପାଳପୁର ଗାଁର କ୍ଷତିପ୍ରଭା ବାରିକ । ଦୁଇ ସନ୍ତାନ ଥିବାରୁ ଜୁଲାଇ ମାସ ୧୭ ତାରିଖରେ ଧାମନଗର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଆୟୋଜିତ ଗର୍ଭନିୟନ୍ତ୍ରଣ ଅସ୍ତ୍ରୋପଚାର ଶିବିରରେ ଅସ୍ତ୍ରୋପଚାର କରାଇଥିଲେ। ସେଠାରେ ସ୍ଵତନ୍ତ୍ର ଡାକ୍ତରୀ ଦଳ ଅସ୍ତ୍ରୋପଚାର କରିବା ସହ ଆବଶ୍ୟକୀୟ ଚିକିତ୍ସା ପରେ ଘରକୁ ପଠାଇଥିଲେ
ନେତା ହେବା ପରେ ବି ବଦଳି ନାହାନ୍ତି । ଚାରିଥର ସରପଞ୍ଚ, ଥରେ ପଞ୍ଚାୟତ ସମିତି ଅଧ୍ୟକ୍ଷ, ଥରେ ଜିଲ୍ଲା ପରିଷଦ ସଦସ୍ୟ ଆଉ ଏବେ ବିଧାୟକ । ବିଧାୟକଙ୍କୁ ଛୁଇଁପାରିନି ଭିଆଇପି କଲଚର୍ । ପଦବୀ ପାଇବାର ପରେ ବି ତାଙ୍କର ଚାଲିଚଳନ, ଆଚାର ବ୍ୟବହାରରେ କିଛି ପରିବର୍ତ୍ତନ ଆସିନି । ଆଜିକାଲି ନେତା ମାନେ ପଦ ପଦବୀ ପାଇଗଲା ସେମାନଙ୍କ ଢାଞ୍ଚା ବଦଳି ଯାଉଥିବା ଦେଖାଯାଉଛି ।
ଚାଷ ଜମିକୁ ଜଳସେଚନ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ଏବେ ବି ଅନେକ ଜମିକୁ ଜଳ ଯୋଗାଣର ଅସୁବିଧା ନଥିବା କାରଣରୁ ଶହ ଶହ ଚାଷ ଜମି ପଡିଆ ପଡିଛି । ଗଞ୍ଚାମ ଜିଲ୍ଲା ରଙ୍ଗମେରୁ ଅଞ୍ଚଳରେ ଅଚଳ ହୋଇ ପଡିରହିଛି ଚେକ୍ ଡ୍ୟାମ୍ । ଡ୍ୟାମର ନିମ୍ନମାନର କାମ ହୋଇଥିବା ନେଇ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି । ନାମକୁ ମାତ୍ର ଚେକ୍ ଡ୍ୟାମ୍ ହୋଇ ରହିଛି ହେଲେ କିଛି କାମକୁ ନୁହଁ ବୋଲି ଚାଷୀ ଅଭିଯୋଗ କରିଛନ୍ତି ।
ରାଜ୍ୟବାସୀଙ୍କୁ ପୁଣି ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିୟମ ନମାନିଲେ ପୁଣି ଲକଡାଉନ କରାଯିବ ବୋଲି ସତର୍କ କଲେ । ଦେଶର ଅନ୍ୟ ରାଜ୍ୟରେ କୋଭିଡ଼ କେସ୍ ବଢୁଛି । ଭୁବନେଶ୍ୱରରେ କୋଭିଡ୍ କେସ୍ ସ୍ଥିର ରହିଛି । ଓଡ଼ିଶା ଧିରେ ଧିରେ ଅନ୍ଲକ୍ ହେଉଛି
ଷ୍ଟାଫ୍ ସିଲେକ୍ସନ୍ କମିଶନ୍ରେ ନିଯୁକ୍ତି କେଳେଙ୍କାରୀକୁ ନେଇ ତେଜୁଛି ଅସନ୍ତୋଷ । କମିଶନ ସଦସ୍ୟଙ୍କ ବ୍ୟକ୍ତିଗତ ସଚିବ ପଦବୀରୁ ତଡ଼ା ଖାଇଥିବା କରିତକର୍ମା କୋଟିପତି ବିରଞ୍ଚି ସାହୁ କେବଳ ଜଣେ ନୁହଁନ୍ତି, ଦୀର୍ଘଦିନ ଧରି ଅନେକ ଲୋକଙ୍କ ସଂପୃକ୍ତିରେ ଏ ଦୁର୍ନୀତି ଚାଲିଥିବା ଅଭିଯୋଗ ଉଠିଛି
ରାଜ୍ୟରେ ଆବାସ କେଳେଙ୍କାରୀର ଗୋଟିକ ପରେ ଗୋଟିଏ ଫର୍ଦ୍ଦ ସାମ୍ନାକୁ ଆସୁଛି। ଏତେ ଫର୍ଦ୍ଦ ଯେ, ସବୁ ଯୋଡ଼ିଲେ ଗୋଟିଏ ପୋଥି ହୋଇଯିବ। କେଉଁଠି ଯୋଗ୍ୟଙ୍କୁ ଘର ମିଳୁନି, ଆଉ କେଉଁଠି ଅଯୋଗ୍ୟ ମାଲାମାଲ୍। ତେବେ ବାଲେଶ୍ୱର ବସ୍ତାରେ ଜଣେ ଲକ୍ଷପତି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୨ ମହଲା ଘର ତୋଳୁଥିବା ବେଳେ କଟକ ସାଲେପୁରରେ ଜଣେ ବିଧବା ବୟସ୍କା ମହିଳାଙ୍କ ବିଜୁ ପକ୍କାଘର ଆଶା ମଉଳି ଯାଉଛି
ଶିଶୁ ଯୌନ ଉତ୍ପୀଡ଼ନରେ ଓଡ଼ିଶା, ଦେଶରେ ଚତୁର୍ଥ ସ୍ଥାନରେ ରହିଛି। ଗତ ୧୦ ବର୍ଷ ଭିତରେ ରାଜ୍ୟରେ ଶିଶୁ ଦୁଷ୍କର୍ମ ଓ ଯୌନ ନିର୍ଯାତନା ଭଳି ମାମଲା ୧୮ ଗୁଣା ବଢ଼ିଯାଇଛି। ଯାହାକି ଜାତୀୟ ହାରଠାରୁ ଢେର୍ ଅଧିକ। ନିକଟରେ ଲୋକସଭାରେ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀଙ୍କ ଲିଖିତ ଉତ୍ତରରେ ସାମ୍ନାକୁ ଆସିଛି ଏଭଳି ଚିନ୍ତାଜନକ ତଥ୍ୟ ।
ଜୁଲାଇ ଶେଷ ସୁଦ୍ଧା ଦେଶର ପ୍ରଥମ ସହର ଭାବେ ଭୁବନେଶ୍ୱର ଶତ ପ୍ରତିଶତ କୋଭିଡ୍ ଟିକାକରଣ ଲକ୍ଷ୍ୟ ହାସଲ କରି ନେଇଛି। ଏକଥା ଆମେ ନୁହେଁ, ଖୋଦ ବିଏମସି ଦାବି କରୁଛି। ହେଲେ ଟିକାକେନ୍ଦ୍ରରେ ଲମ୍ବା ଲାଇନ୍ ଓ ୨ ଲକ୍ଷରୁ ଅଧିକ ଲୋକ ଦ୍ୱିତୀୟ ଡୋଜ୍ ପାଇ ନଥିବା ତଥ୍ୟ ବିଏମସିକୁ ପକାଇଛି ଅଡୁଆରେ
ପାୱାରଫୁଲ୍ ଫାଇଭ୍-ଟି ସଚିବକୁଙ୍କୁ ବିରୋଧ । ସ୍ଥିତି ସମୀକ୍ଷା ବେଳେ ସଚିବଙ୍କୁ ବିରୋଧ କଲେ ଛଟେଇ ନର୍ସିଂ ଷ୍ଟାଫ୍ । ରାଜ୍ୟ ସରକାରଙ୍କ ସଚିବ ସ୍ତରୀୟ ହାଇଲେଭେଲ୍ ଟିମ୍ ଆଜି ବଲାଙ୍ଗୀର ଗସ୍ତ କରି ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ଓ ଭିତ୍ତିଭୂମିର ତଦାରଖ କରିଛନ୍ତି ।
ନୟାଗଡ଼ ନାବାଳିକା ପରୀ ଦୁଷ୍କର୍ମ ଓ ହତ୍ୟା, ସମ୍ବଲପୁର ବଡ଼ମାଳରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଏବଂ ନୟାଗଡ଼ରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ସହ ଭିଡିଓ ଭାଇରାଲ୍ ଘଟଣା ରାଜ୍ୟରେ ବଢିଚାଲିଥିବା ଶିଶୁ ଯୌନ ଉତ୍ପୀଡ଼ନର ଗୋଟିଏ ଗୋଟିଏ ନଗ୍ନ ଚିତ୍ର।
ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ୍ ଦରଡ଼ା ପଞ୍ଚାୟତର ୨ଟି ଘର ଦେଖିବାକୁ ମିଳିଛି। ସରକାରଙ୍କ ଆଖିରେ ୨ ମହଲା କୋଠା ତୋଳୁଥିବା ସୁଜୟ ପଟ୍ଟନାୟକ ଆବାସ ଯୋଜନା ପାଇଁ ଯୋଗ୍ୟ, ହେଲେ ଆଜବେଷ୍ଟସ୍ ଓ ଜରିପାଲ ତଳେ ଥିବା କାଶୀନାଥ ରାଉଳ ଅଯୋଗ୍ୟ ହୋଇଛନ୍ତି। ପଲସିଆ ଗାଁର ସୁଜୟଙ୍କର ଆନୁମାନିକ ୫୦ ଲକ୍ଷ ଟଙ୍କାର ସଂପତ୍ତି ଥିଲେ ବି ୨୦୧୯-୨୦ରେ ସେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପାଇଥିବା ଅଭିଯୋଗ ହୋଇଛି। ଏବେ ସେ ୧୬ଶହ ବର୍ଗଫୁଟର ୨ମହଲା କୋଠା ତୋଳୁଛନ୍ତି। ହେଲେ ବିଡ଼ମ୍ବନା, ବାରମ୍ବାର ଆବେଦନ ପରେ ବି କାଶୀନାଥଙ୍କ ଭାଗ୍ୟ ଫିଟୁନି। ସେପଟେ ଏନେଇ କ୍ୟାମେରା ଆଗରେ କିଛି କହିବାକୁ ମନା କରିଦେଇଛନ୍ତି ବସ୍ତା ବିଡିଓ।
ଶେଷରେ ବିଶାଳ ବ୍ରିଟିଶ ବାହିନୀ ବିଦ୍ରୋହ ଦମନ କରିବାରେ ସଫଳ ହୋଇଥିଲେ ବି ବିଦ୍ରୋହୀ ନେତାମାନଙ୍କ ସହ ସନ୍ଧି କରିବାକୁ ବାଧ୍ୟ ହୋଇଥିଲେ। ତାହା ଥିଲା ଭାରତୀୟ ସ୍ୱାଧୀନତା ସଂଗ୍ରାମର ପ୍ରଥମ ସ୍ଫୁଲିଙ୍ଗ, ଯାହା ଭାରତର ବିଭିନ୍ନ ପ୍ରାନ୍ତରେ ବ୍ରିଟିଶ ବିରୋଧୀ ସଶସ୍ତ୍ର ସଂଗ୍ରାମ ଚଳାଇବାକୁ ବିଦ୍ରୋହୀମାନଙ୍କୁ ଦେଇଥିଲା ଅଗ୍ନିବର୍ଷୀ ପ୍ରେରଣା।
ହେଲେ ଏନେଇ କାର୍ଯ୍ୟାନୁଷ୍ଠାନ ନିଆ ନଯିବାର ଅଭିଯୋଗ ଆଣି ଗତକାଲି ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତିଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀମାନେ ବାଘମାରି ପଞ୍ଚାତ ଅଫିସ୍ ସାମ୍ନାରେ ଅନଶନରେ ବସିଥିଲେ। ତେବେ ଅନଶନ ଭାଙ୍ଗିବା ପରେ ବିଜେଡି ପକ୍ଷରୁ ଏକ ଶୋଭାଯାତ୍ରା ଯାଇ ବାଘମାରି ପଞ୍ଚାୟତ ଅଫିସ୍ ସାମ୍ନାରେ ପହଞ୍ଚିଥିଲା। ରିଲିଫ୍ ଚୁଡ଼ା ପୋତାଯାଇନାହିଁ, କଂଗ୍ରେସ ହୀନ ରାଜନୀତି କରୁଛି କହି ବିଜେଡି କର୍ମୀମାନେ ଗୋବର ପାଣିରେ କଂଗ୍ରେସ କର୍ମୀଙ୍କ ଅନଶନ ସ୍ଥଳୀରେ ଗୋବରପାଣି ସିଞ୍ଚି ଥିଲେ
ତେବେ ମାମଲାରେ କେବଳ ନୟାପଲ୍ଲୀ ଥାନାରୁ ଆସିଥିବା ଅଧିକାରୀଙ୍କୁ ନିଲମ୍ବନ କରାଯାଇଛି। କାର୍ଯ୍ୟାନୁଷ୍ଠାନ ନହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରଖିବାକୁ ଚେତାବନୀ ଦେଇଛି ଓକିଲ ସଂଘ। ତେବେ ଏ ନେଇ ପୋଲିସର ପ୍ରତିକ୍ରିୟା ମିଳିପାରିନି।
ସମୁଦ୍ରର କରାଳ ରୂପରେ ସାତଭାୟାର ସାତ ଟି ଗାଁ ଲୀନ ହୋଇଯାଇଥିବା ବେଳେ ସାତଭାୟାର ସ୍ମୃତି ବଖାଣୁଥିବା ଆରାଧ୍ୟ ଦେବୀ ମା ପଞ୍ଚୁ ବରାହିଙ୍କ ପୁରୁଣା ମନ୍ଦିର ମଧ୍ୟ ସମୁଦ୍ର ଧୀରେ ଧୀରେ ଲୀନ ହେବାକୁ ବସିଛି । ଜନବସତି ଆଡ଼କୁ ସମୁଦ୍ର ମୁହାଁଇବା ହେତୁ ପାଣିରେ ମିଶିବାକୁ ବସିଲାଣି ସାତଭାୟାର ମା ପଞ୍ଚୁ ବରାହୀଙ୍କ ମନ୍ଦିର
ବାପା ମା ସୁସ୍ଥ ସବଳ ସନ୍ତାନଟିଏ ପାଇବାକୁ ଭଗବାନଙ୍କ ପାଖରେ କେତେ ପୁଜାବ୍ରତ କରନ୍ତି । ଆଉ ଛୁଆ ଟିଏ ଜନ୍ମ ହେଲେ ବହୁତ ଖୁସି ହୋବ ସହ ତାର ଭବିଷ୍ୟତକୁ ନେଇ ଅନେକ ସ୍ୱପ୍ନ ଦେଖନ୍ତି । ହେଲେ ପିଲା ବଡ ହେଲା ପରେ ଯେତେବେଳେ ଅଜଣା ବ୍ୟାଧିରେ ପଡେ, ସେତେବଳେ ବାପାମାଁଙ୍କ ଦୁଃଖ କହିଲେ ନସରେ
ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସିଲାଟୀ ଗାଁର ହାଇସ୍କୁଲ ସମ୍ମୁଖରେ ଦିର୍ଘ ୩୦ ବର୍ଷରୁ ଉର୍ଦ୍ଧ ଦିନଧରି ରହୁଛନ୍ତି ଆଦିବାସୀ ପରିବାର । ଲଘୁଚାପ ଜନିତ ବର୍ଷାଯୋଗୁଁ କେନାଲ ପାଣି ବଢିଯିବାରୁ ଏଭଳି ସ୍ଥିତି ଉପୁଜିଛି । ପାଣି ନିଷ୍କାସନର ବ୍ୟବସ୍ଥା ନଥିବାରୁ ହିନସ୍ତା ହେଉଛନ୍ତି । କେନାଲ ପାଣି ବଢି ଯିବାରୁ ସ୍ଥିତି ବେହାଲ । ଘର ବାହାର ଓ ଭିତରେ ଆଣ୍ଠୁଏ ଉଚ୍ଚର ପାଣି
ଏତେ ବଡ଼ ଦୁନିଆରେ ପୂରା ଏକୁଟିଆ । ଜୀବନ ଜୀଇବାକୁ ଶରୀରରେ ଆଉ ଜୁ ନାହିଁ । ଘର କରିବାକୁ ନା ସାହସ ଅଛି ନା ସାହାରା ହେବାକୁ କିଏ ଅଛି । ଦୁଇ ବୃଦ୍ଧ ବିଧବା ଶାଶୂ ବୋହୁଙ୍କ ପାଇଁ ସତେ ଯେମିତି ସରକାରୀ ଯୋଜନା ସାତ ସପନ। ଘର ଖଣ୍ଡିଏ ପାଇଁ ଅନେକ ଥର ଗୁହାରୀ କରିଛନ୍ତି, ହେଲେ କିଛି ବି ସୁଫଳ ମିଳିନି
ବାହାର ରାଜ୍ୟରୁ ଓଡ଼ିଶା ଆସିବା ପାଇଁ ଥିବା କଟକଣାକୁ ପ୍ରତ୍ୟାହାର କରି ନିଆଯାଇଛି। ଏଣିକି ବାହାର ରାଜ୍ୟରୁ ଓଡ଼ିଶା ଆସୁଥିବା ବ୍ୟକ୍ତିଙ୍କୁ କରୋନା ଟେଷ୍ଟ ରିପୋର୍ଟ(ଆଣ୍ଟିଜେନ୍/ RTPCR ନେଗେଟିଭ ରିପୋର୍ଟ) କିମ୍ବା କରୋନା ଟିକାର ଦ୍ୱିତୀୟ ଡୋଜ୍ ପ୍ରମାଣପତ୍ର ମଧ୍ୟ ଆବଶ୍ୟକ ନାହିଁ।
ଆଜିଠାରୁ କଟକ, କେନ୍ଦ୍ରାପଡ଼ା ଓ କୋରାପୁଟ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ଖୋଲିଛି। କୋଭିଡ କଟକଣା ଭିତରେ ସମସ୍ତ ଧର୍ମାନୁଷ୍ଠାନ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି।
ବଡ଼ କାମଟିଏ ପାଇଁ ଅଣ୍ଟାରେ ଧନ ସିନା ନଥିଲା, ହେଲେ ମନ କିନ୍ତୁ ଥିଲା ପାହାଡ଼ଠୁ ବି ବଡ଼ ଆଉ ସେଇ ବଡ଼ ମନ ହିଁ ଏକ ବିରାଟ ପାହାଡ଼ର ଛାତି ଚିରି ଦୁର୍ଗମ ଗାଁକୁ ଫିଟାଇ ଦେଇଛି ସବୁ ଦିନିଆ ରାସ୍ତା। ଦୀର୍ଘ ୩୦ ବର୍ଷର ଅକ୍ଲାନ୍ତ ପରିଶ୍ରମର ପରିଚୟ ବିଳମ୍ବରେ ମିଳିଛି ସତ, ହେଲେ କୋଟି କୋଟି ମଣିଷମାନଙ୍କ ଭିତରେ ଆଜି ହୀରା ଭଳି ଝଟକାଇଛି। ଅପାଠୁଆ ହରିହରଙ୍କୁ ପ୍ରକୃତି ଓ ପରିସ୍ଥିତି ଆଗରେ ହାର ମାନିନଥିବା ହରିହରଙ୍କୁ ନେଇ ଏବେ ଜୋରସୋରରେ ସଚାଲିଛି ଚର୍ଚ୍ଚା। ନୟାଗଡ଼ ଓଡ଼ଗାଁ ବ୍ଲକର ଅପହଞ୍ଚ ତୁଲୁବି ଗାଁର ଅଦମ୍ୟ ଇଚ୍ଛାଶକ୍ତିର ମଣିଷ ଟିଏ।
ପ୍ରଥମେ ପରୀକ୍ଷା ଫଳ, ପରେ ଆଡମିଟ୍ କାର୍ଡ ଆଉ ଏବେ ପ୍ରଶ୍ନପତ୍ର ବିଭ୍ରାଟ। ମହାମାରୀ ସମୟରେ ମାଧ୍ୟମିକ ଶିକ୍ଷା ବୋର୍ଡ ଆହୁରି ବିବାଦ ଭିତରକୁ ଠେଲି ହୋଇଯାଇଛି। ଆଜି ବିଜ୍ଞାନ ବିଷୟରେ ପରୀକ୍ଷା ଲାଗି କଟକ ବୋର୍ଡ ସ୍କୁଲକୁ ଯାଇଥିଲେ ପରୀକ୍ଷାର୍ଥୀ। ହେଲେ ବିଡମ୍ବନାର ବିଷୟ ହେଲା ରେଗୁଲାର ପରୀକ୍ଷାର୍ଥୀଙ୍କୁ ମିଳିଲା ଏକ୍ସରେଗୁଲାର ଓ ଏକ୍ସ ରେଗୁଲାରଙ୍କୁ ମିଳିଲା ରେଗୁଲାର ପ୍ରଶ୍ନପତ୍ର
ଜୀବନର ବହୁ ମୂଲ୍ୟବାନ ସମୟ ସେ ବକ୍ସିଂ ପାଇଁ ଦେଇଥିଲେ। ସାରା ଦେଶରେ ନାଁ କରିଥିଲେ। ଜାତୀୟ ସ୍ତରରେ ଖେଳି ଗୋଲ୍ଡ ମେଡାଲ୍ ଜିତିଥିଲେ। ବେଷ୍ଟ ବକ୍ସର ଆୱାର୍ଡ ପାଇଥିଲେ। ହେଲେ ଆଜି ସେସବୁ ତୁଚ୍ଛ ! ଏବେ ସ୍ତ୍ରୀ ଶଯ୍ୟାଶାୟୀ, ଘରେ ଖାଇବାକୁ ବି ନାହିଁ,ଋଣ କରି ଝିଅକୁ ପଢ଼ାଉଛନ୍ତି ପାଠ । ଆଉ ଏମାନଙ୍କୁ ଚଳେଇବାକୁ ନିଜେ ଚା ବିକୁଛନ୍ତି ରାଉରକେଲାର ରାମେଶ୍ୱର ରାଏ । ଜାତୀୟସ୍ତରର ବକ୍ସର ଆଜି ଚା ଦୋକାନୀ ।
ଯେଉଁମାନେ ଲେଖକ, ସେମାନେ ଉପନ୍ୟାସ ଲେଖିବା ପୂର୍ବରୁ ଓ ପରେ ଏଇ ଜୀବନ ନିକଟରେ ହିଁ ଋଣ ସ୍ୱୀକାର କରିବାକୁ ବାଧ୍ୟ। କିଏ କିପରି ଭାବରେ ଜୀବନକୁ ଅନୁଭବ କରିଛନ୍ତି, ସେ ଅନୁଭବକୁ ଉପନ୍ୟାସ ରୂପେ ଫୁଟାଇବାକୁ ଯାଇ କାହାଣୀର କାୟାରେ ଛନ୍ଦି ହୋଇଛନ୍ତି କି ଚରିତ୍ରମାନଙ୍କ ମାୟାରେ ବାନ୍ଧି ହୋଇଛନ୍ତି - ବିଭିନ୍ନ ସାକ୍ଷାତକାରରେ ଏ ବାବଦରେ ଭିନ୍ନ ଭିନ୍ନ ଲେଖକୀୟ ବୟାନ ଆମକୁ ବେଳେବେଳେ ଶୁଣିବାକୁ ମିଳିଥାଏ। ଏବେ ପୁଣି ଆହୁରି ଗୋଟିଏ ନୂଆ କଥାର ଚଳଣି ଆରମ୍ଭ ହୋଇସାରିଲାଣି - ଗୋଟିଏ ଗୋଟିଏ ଉପନ୍ୟାସର ସୁବର୍ଣ୍ଣ ଜୟନ୍ତୀ ପାଳନ।
ଏହାସହ ଲବ୍ କହିଛନ୍ତି ଯେ, ଦେଶର ୪୪ ଜିଲ୍ଲାରେ କେସ୍ ପଜିଟିଭିଟି ୧୦ ପ୍ରତିଶତ ଉପରେ ରହିଛି, ଯାହାକୁ ନେଇ ଚିନ୍ତା ବଢିଛି । କେରଳରେ ସର୍ବାଧିକ ୧୦ ଜିଲ୍ଲାରେ ପଜିଟିଭିଟି ୧୦% ଉପରେ ରହିଛି ପଜିଟିଭିଟି ରେଟ୍ । ସେହିପରି ମଣିପୁରରେ ୯, ମିଜୋରାମରେ ୬, ନାଗାଲାଣ୍ଡର ୪ ଜିଲ୍ଲା ୧୦% ଉପରେ ରହିଛି ପଜିଟିଭିଟି ରେଟ୍ । ଏହାସହ ଦେଶର ୧୮ଟି ଜିଲ୍ଲାରେ କରୋନା ସଂକ୍ରମଣ ଉଦବେଗଜନକ ଭାବେ ବଢୁଛି, ଯାହାକୁ ନେଇ କେନ୍ଦ୍ର ସରକାର ଚିନ୍ତାପ୍ରକଟ କରିଛନ୍ତି । ପଜିଟିଭିଟି ୧୦% ଉପରେ ଥିବା ୪୪ ଜିଲ୍ଲା ଭିତରେ ଓଡ଼ିଶାର କିଛି ଜିଲ୍ଲା ନାହିଁ, ଯାହାକି ଏକ ଆଶ୍ୱସ୍ତିକର ଖବର ।