କୋଲକାତାରୁ ୩ ବାଂଲାଦେଶୀ ଆତଙ୍କବାଦୀଙ୍କୁ ଗିରଫ କରିଛି ପଶ୍ଚିମବଙ୍ଗ ପୁଲିସର ସ୍ୱତନ୍ତ୍ର ଟାସ୍କ ଫୋର୍ସ । କୋଲକାତା STF ଦ୍ୱାରା ୩ ଜଣ ଜମାତ-ଉଲ ମୁଜାହିଦ୍ଦିନ ସଦସ୍ୟ ଧରାପଡ଼ିଛନ୍ତି । ସେମାନଙ୍କର ଓଡ଼ିଶା ଲିଙ୍କ ଥିବା ଜଣାପଡ଼ିଛି ।
ନିର୍ଯାତନା ଦେଉଥିଲେ ସେବାଶ୍ରମ ମାଲିକ। ଖାଇବାକୁ ଠିକ୍ ଭାବେ ଦେଉ ନ ଥିଲେ। ଏପରିକି ଇଟା,ବାଲି ବୋହିବାକୁ ବାଧ୍ୟ କରୁଥିଲେ । କେବଳ ସେତିକି ନୁହେଁ, ବାସନ ମାଜିବାକୁ, ଲୁଗାସଫା ମଧ୍ୟ କରିବାକୁ ବି କହୁଥିଲେ।
ଜର୍ମାନୀରୁ ଓଡ଼ିଶା ଆସି ବାଲେଶ୍ୱର ଜିଲ୍ଲାର ଖନ୍ତାପଡ଼ା ଚୈତନ୍ୟ ମିଶନରେ ରହୁଛନ୍ତି । ମଝିରେ ମଝିରେ ଶ୍ରୀକ୍ଷେତ୍ରକୁ ଆସି ପତିତପାବନଙ୍କୁ ଦର୍ଶନ ବି କରୁଛନ୍ତି । ତେବେ ବିଦେଶିନୀ ହୋଇଥିବାରୁ ଶ୍ରୀମନ୍ଦିର ଯାଇ ଜଗନ୍ନାଥଙ୍କ ଦର୍ଶନ କରି ପାରୁନାହାନ୍ତି ।
ଗତ ୨୪ ଘଣ୍ଟାରେ ରାଜ୍ୟରେ ୨ ହଜାର ୭୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ସମୁଦାୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୪୫ ହଜାର ୭୪୯କୁ ବୃଦ୍ଧିକୁ ବୃଦ୍ଧି ପାଇଛି ।
ଜନ୍ମବେଦୀରେ ପୂଜା ପାଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ରଥରେ ଦିନଟିଏ କାଟିବା ପରେ ଗତକାଲି ଠାରୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ପୂଜା ପାଉଛନ୍ତିଅ କାଳିଆ ସାଆନ୍ତଙ୍କ ସହ ଭାଇ ବଡ଼ଠାକୁର ବଳଭଦ୍ର ଓ ଭଉଣୀ ସୁଭଦ୍ରା ।
ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା କାର୍ଯ୍ୟ ସରିବା ପରେ ଆରମ୍ଭ ହୋଇଛି ନିର୍ମାଣ କାର୍ଯ୍ୟ । ୨୦ ଏକକ ସ୍ଥାନରେ ଠିଆ ହେବାକୁ ଥିବା ଏହି ନୂଆ ବସଷ୍ଟାଣ୍ଡ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହେଲେ ଦୀର୍ଘ ବର୍ଷ ଧରି ବାଦାମବାଡ଼ି ବସଷ୍ଟାଣ୍ଡରେ ହେଉଥିବା ସମସ୍ୟା ଦୂର ହେବ ବୋଲି ଆଶା ରଖିଛନ୍ତି କଟକବାସୀ ।
ମାସାଧିକ କାଳ ସର୍ପ ଦଂଶନ ଜ୍ୱାଳାରେ ଜଳୁଥିବା ୯ ବର୍ଷର ବାଳିକା ମଂଜୁଳା ଅଣ୍ଟିର ଚିକିତ୍ସା ଲାଗି ବ୍ୟବସ୍ଥା କରିଛି । ନବରଙ୍ଗପୁର ଜିଲ୍ଲା ପ୍ରଶାସନ ମଂଜୁଳାକୁ ଗତକାଲି ସାରେ ପ୍ରଥମେ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ପରେ ତାକୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ମଂଜୁଳାର ପରିବାରକୁ ରେଡକ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କାର ତୁରନ୍ତ ସହାୟତା ମଧ୍ୟ ଯୋଗାଇ ଦେଇଛନ୍ତି ଜିଲ୍ଲାପାଳ ।
ସନ୍ଦେହ ଘେରରେ ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ । ଗତକାଲି ରାତିରେ ସରକାରୀ ବାସଭବନରେ ପତ୍ନୀଙ୍କ ସହ ଥିବା ବେଳେ ନିଆଁରେ ପୋଡ଼ି ହୋଇ ଗୁରୁତର ହୋଇପଡ଼ିଥିବା ସୌମ୍ୟରଞ୍ଜନଙ୍କ ଆଜି କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି
ଘରୋଇ କଳିରୁ ଜଘନ୍ୟ କାଣ୍ଡ ୫ ବର୍ଷର ଶିଶୁପୁତ୍ରକୁ ହତ୍ୟା ପରେ ମାଆର ଆତ୍ମହତ୍ୟା ଉଦ୍ୟମ । ଗୁରୁତର ମାଆ ମେଡିକାଲରେ ଭର୍ତ୍ତି । ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଜଗନ୍ନାଥପୁର ଗାଁରେ ।
ରାଜ୍ୟକୁ ଆସିଲା ଆଉ ୩୮ ହଜାର କୋଭାକ୍ସିନ୍ ଟିକା । ଗତକାଲି ୩ ଲକ୍ଷ ୧୬ ହଜାର ୪୫୦ ଡୋଜ କୋଭିସିଲ୍ଡ ଟିକା ଆସିଥିଲା । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କୋଭିସିଲ୍ଡ ଟିକା ୩ ଲକ୍ଷ ୪୯ ହଜାର ୯୩୦ ଡୋଜ ରହିଥିବା ବେଳେ ୩ ଲକ୍ଷ ୯ ହଜାର ୫୩୦ କୋଭାକ୍ସିନ୍ ଟିକା ମହଜୁଦ ଅଛି ।
ଚଳିତ ବର୍ଷ ମଧ୍ୟ ବୋଲ୍ବମ୍ ଉପରେ ରୋକ୍ ଲଗାଇଛନ୍ତି ରାଜ୍ୟ ସରକାର । ଏ ନେଇ ଏସ୍ଆର୍ସିଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । ଏହି ନିର୍ଦ୍ଦେଶନାମା ଅନୁସାରେ କୌଣସି ଧାର୍ମିକ ସ୍ଥାନ କି ଜଳାଶୟରୁ ପାଣି ଉଠାଇ ପାରିବେନି କାଉଡ଼ିଆ
ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ACFO) ଙ୍କ ମୃତ୍ୟୁ ଘଟଣା ଏବେ ଭିନ୍ନ ମୋଡ଼ ନେଇଛି। ACFOଙ୍କ ମୃତ୍ୟୁ ଘଟଣାରେ ସନ୍ଦେହ ଘେରକୁ ଆସିଛନ୍ତି ମୃତ ସୌମ୍ୟରଞ୍ଜନ ମହାପାତ୍ରଙ୍କ ପତ୍ନୀ।
ରାଜ୍ୟରେ ଯୁକ୍ତ ଦୁଇରେ ବଢ଼ିବ ସିଟ୍ ସଂଖ୍ୟା । ଜୁନିଅର କଲେଜ ଗୁଡ଼ିକରେ +୨ ସିଟ୍ ବଢ଼ାଇବା ପାଇଁ ଅନୁମତି ମିଳିଛି । ଉଚ୍ଚମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଏନେଇ ଅନୁମତି ଦେଇଛନ୍ତି ରାଜ୍ୟ ସରକାର ।
ଭୁବନେଶ୍ୱର: ରାଜ୍ୟର ୧୨ ଜିଲ୍ଲାରେ ଆଜି ଝଡ଼ବର୍ଷା ଓ ବଜ୍ରପାତ ହେବାର ଆଶଙ୍କା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୩ ଘଣ୍ଟା ପାଇଁ ଏହି ୧୨ ଜିଲ୍ଲାକୁ ସତର୍କ ସୂଚନା ଜାରି ହୋଇଛି। ଏହି ୧୨ ଜିଲ୍ଲା ହେଲା-ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର,ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ ଓ ବାଲେଶ୍ୱର। କାମ ନଥିଲେ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଇଛି। ଆଜି ସକାଳେ […]
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରେଣ୍ଟିନରେ ୫୧୮ ଜଣ ଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍ ୩୬୧ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୧୪୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୩୧ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୫,୫୨୬ରେ ପହଞ୍ଚିଛି। ଆକ୍ଟିଭ୍ କେସ୍-୪,୮୮୮ ଥିବାବେଳେ ୩ ଲକ୍ଷ ୩୮ ହଜାର ୬୬୨ ଜଣ ଆକ୍ରାନ୍ତ ସୁସ୍ଥ ହେଲେଣି Covid-19 […]
ରାଜ୍ୟରେ ଯୁକ୍ତ ଦୁଇରେ ବଢ଼ିବ ସିଟ୍ ସଂଖ୍ୟା । ଜୁନିଅର କଲେଜ ଗୁଡ଼ିକରେ +୨ ସିଟ୍ ବଢ଼ାଇବା ପାଇଁ ଅନୁମତି ମିଳିଛି । ଉଚ୍ଚମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଏନେଇ ଅନୁମତି ଦେଇଛନ୍ତି ରାଜ୍ୟ ସରକାର ।
ଦେଶର ୫୫ ଜିଲ୍ଲାରେ ପଜିଟିଭିଟି ହାର ୧୦%ରୁ ଅଧିକ ରହିଛି । ୫୫ ସର୍ବାଧିକ ସଂକ୍ରମିତ ଜିଲ୍ଲାମାନଙ୍କ ମଧ୍ୟରୁ ଓଡ଼ିଶାରୁ ଗୋଟିଏ ଜିଲ୍ଲା ରହିଥିବା ନେଇ ସୂଚନା ମିଳିଛି। ପ୍ରେସମିଟରେ ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ୍ ଅଗ୍ରୱାଲ ଏନେଇ ସୂଚନା ଦେଇଛନ୍ତି। ଏହାସହ ରାଜସ୍ଥାନର ସର୍ବାଧିକ ୯ ଜିଲ୍ଲାରେ ପଜିଟିଭିଟି ହାର ୧୦%ରୁ ଅଧିକ ରହିଛି
ଭକତ ଡୋରିରେ ବନ୍ଧା କାଳିଆ ଠାକୁର । କୁନି ଭକତର କୁନି ରଥ । ପୁରୀ ଯିବାକୁ ଇଛା ଥିଲା ହେଲେ ସେ ଯାଇ ପାରିଲାନି ଜଗାକୁ ଦର୍ଶନ କରିବା ପାଇଁ , ସେଥିପାଇଁ ତ କୁନି ରଥ ତିଆରି କରି ରଥ ଟାଣିଛି କୁନି ଭକ୍ତ । କାଳିଆ ପ୍ରେମରେ ପଡିଯାଇଛି ସୁନ୍ଦରଗଡ଼ ଜିଲ୍ଲାର ୨ ବର୍ଷର ବାଳକ ।
ବାରିପଦା ଜଗନ୍ନାଥ ମନ୍ଦିର ଚାରିପାଖରେ ୧୪୪ ଧାରା ଜାରି କଲା ପ୍ରଶାସନ। ମନ୍ଦିର ଚାରିପାଖ ୫ ଶହ ମିଟର ଦୂରତା ପର୍ଯ୍ୟନ୍ତ ଏହି ୧୪୪ ଧାରା ଜାରି ହୋଇଛି। ଆାଜିଠାରୁ ବାହୁଡ଼ା ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ ବୋଲି ସୂଚନା ଦେଇଛନ୍ତି ଏସଡିପିଓ। ଶାନ୍ତିଶୃଂଖଳା ରକ୍ଷା ପାଇଁ ଘଟଣା ସ୍ଥଳରେ ୩ ପ୍ଲାଟୁନ ପୋଲିସ ଫୋର୍ସ ଓ ୨୦ ଅଫିସରଙ୍କୁ ମୁତୟନ କରାଯାଇଛି। ପରମ୍ପରା ଅନୁସାରେ ପୁରୀ ରଥ ଯାତ୍ରାର ପର ଦିନ ଏଠାରେ ରଥଯାତ୍ରା ହୋଇଥାଏ।
ସାପ କାମୁଡ଼ାକୁ ମାସେରୁ ଅଧିକ ସମୟ ବିତିଥିବାରୁ ଝିଅର ହାତ ନଷ୍ଟ ହେବାକୁ ବସିଛି। ଅର୍ଥ ଅଭାବରୁ ତାଙ୍କୁ ଉନ୍ନତ ଚିକିତ୍ସା ମିଳିପାରିନାହିଁ। ପରିବାର ଲୋକେ ଚିକିତ୍ସା ଲାଗି ସହାୟତା ପ୍ରଦାନ କରିବାକୁ ଦାବି କରିଛନ୍ତି। ମଂଜୁଳାକୁ କାମୁଡିଥିବା ନାଗ ସାପଟିକୁ ଧରି ଏବେବି ପରିବାର ଲୋକେ ଘରେ ରଖିଥିବା ଜଣାପଡ଼ିଛି। ଅନ୍ୟପଟେ ଚିକିତ୍ସା ଲାଗି ତାଙ୍କୁ ସମସ୍ତ ସୁବିଧାସୁଯୋଗ ଦିଆଯିବ ବୋଲି କହିଛନ୍ତି ରାଇଘର ବିଡିଓ।
ରଥାଋଢ ଚତୁର୍ଦ୍ଧାମୃର୍ତ୍ତିଙ୍କୁ ଅର୍ଣ୍ଣ ଭୋଗ ଲାଗିନଥାଏ । ପୂର୍ବ କାଳରୁ ଚାଲି ଆସିଛି ଏହି ପରମ୍ପରା। ପ୍ରଭୁଙ୍କ ନିକଟରେ ଶଂଖ କୋରା,ନଡିଆ କୋରା,ବଡ଼ କୋରା,ସାନ କୋରା ଓ ମଝାଲ କୋରା ସହିତ ବିଭିନ୍ନ ଫଳ ଭୋଗ ଲାଗି କରାଯାଏ ।
ତୈଳଦର ବୃଦ୍ଧି ପ୍ରତିବାଦରେ ଆସନ୍ତା ୧୫ରେ ବାମ ଦଳ ଓଡ଼ିଶା ବନ୍ଦ ଡାକରା ଦେଇଛି। ସକାଳ ୬ଟାରୁ ଦିନ ୧୨ଟା ଯାଏଁ ସାରା ଓଡ଼ିଶା ବନ୍ଦ କରିବାକୁ ଡାକରା ଦେଇଛି ବାମ ଦଳ। ବନ୍ଦକୁ ସଫଳ କରିବାକୁ ଆଜି ଭୁବନେଶ୍ୱରରେ ବାମ ଦଳ ପକ୍ଷରୁ ରାଲିର ଆୟୋଜନ କରାଯାଇଥିଲା। ବାମପନ୍ଥୀ ସଂଗଠନ ସିପିଆଇ, ସିପିଏମ୍, AITUC, BKMU ଓ AIKS ସଂଗଠନ ପକ୍ଷରୁ ମିଳିତ ଭାବେ ଏହି ବନ୍ଦ ଡାକରା ଦିଆଯାଇଛି।
ଆସନ୍ତାକାଲିଠୁ ବିଜେପିର ପ୍ରତିବାଦ। ବିଦ୍ୟୁତ ଦରବୃଦ୍ଧି ଓ ଅଘୋଷିତ ବିଦ୍ୟୁତକାଟ ନେଇ କାଲିଠୁ ୨୦ ତାରିଖ ପର୍ଯ୍ୟନ୍ତ ବିଜେପି ପ୍ରତିବାଦ କରିବ । କରୋନା ସମୟରେ ଲୋକଙ୍କ ଉପରେ ବିଦ୍ୟୁତ ଦରବୃଦ୍ଧି ଲଦି ଦିଆଯାଇଥିବା ବିଜେପି ଅଭିଯୋଗ କରିଛି ।
ଜୀବନ ଯୁଦ୍ଧରେ ହାରିଗଲେ କଟକର ଦିବ୍ୟରଞ୍ଜନ ବେହେରା । କରୋନାରେ ପୀଡିତ ହୋଇଥିଲେ ଦିବ୍ୟରଞ୍ଜନ । ଭୁବନେଶ୍ବରରେ ଚାଲିଥିଲା ଇକମୋ ଚିକିତ୍ସା ।
କଳାହାଣ୍ଡି: ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ। କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ୍ ମହୁଲପାଟଣା ଫାଣ୍ଡି ASI ମଳୟ ରଣା ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସ୍ଥାନୀୟ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ଦୁର୍ଘଟଣାଗ୍ରସ୍ତ ଟ୍ରାକ୍ଟ୍ରରକୁ ରିଲିଜ୍ କରିବା ପାଇଁ ASI ମଳୟ ରଣା ଗତକାଲି ସମ୍ପୃକ୍ତ ବ୍ୟକ୍ତିଙ୍କ ନିକଟରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଏହି ସମୟରେ ପୂର୍ବରୁ ଛକି ବସିଥିବା କଳାହାଣ୍ଡି ଭିଜିଲାନ୍ସ ତାଙ୍କୁ […]