ଏଣିକି ଅଫଲାଇନ୍ ମୋଡ୍ରେ ପରୀକ୍ଷା ହେବ । ଏନେଇ ସବୁ ଶିକ୍ଷାନୁଷ୍ଠାନକୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । କୋଭିଡ୍ ସ୍ଥିତିରେ ସୁଧାର ପରେ ଶିକ୍ଷାର ଗୁଣାତ୍ମକ ମାନକୁ ଦୃଷ୍ଟିରେ ରଖି ଶିକ୍ଷା ବିଭାଗ ଏହି ନିଷ୍ପତ୍ତି ନେଇଛି ।
ଉଚ୍ଚ ଶିକ୍ଷାନୁଷ୍ଠାନ ଗୁଡିକରେ ଲକ୍ଷାଧିକ ଛାତ୍ରଛାତ୍ରୀ ପଢୁଛନ୍ତି। ଯଦି ଓମିକ୍ରନ କାରଣରୁ ସମ୍ଭାବ୍ୟ ତୃତୀୟ ଲହର ଆସେ ତେବେ ସରକାର କି ପଦକ୍ଷେପ ନେବେ?
ସରକାରଙ୍କ ନିର୍ଦ୍ଦେଶକ୍ରମେ ଅକ୍ଟୋବର ୧ ତାରିଖରୁ ୧୧ ତାରିଖ ମଧ୍ୟରେ ଯୁକ୍ତ ଦୁଇ ଅଫ୍ ଲାଇନ ପରୀକ୍ଷା ହେବ। ତେବେ ଏତେ କମ୍ ସମୟ ଭିତରେ ପ୍ରସ୍ତୁତ ହେବା ସମ୍ବବପର ନୁହେଁ ବୋଲି ଛାତ୍ରଛାତ୍ରୀମାନେ ଦାବି କରିଥିଲେ। ଏହା ସହ ଦଶମ ନମ୍ବର ଆଧାରରେ ଯୁକ୍ତ ଦୁଇ ମୂଲ୍ୟାୟନ କରିବାକୁ ଦାବି କରିଥିଲେ।