କିଛି ମାସ ତଳେ ଓଡ଼ିଶା ଚାଷୀ କେଜି ପିଛା ପିଆଜ ମାତ୍ର ୪/୫ ଟଙ୍କାରେ ବିକି ଦେଇଥିଲେ, ଏବେ ନିଜେ ଖାଇବା ପାଇଁ ୬୦-୭୦ ଟଙ୍କାରେ କିଣୁଛନ୍ତି ।
କୌଣସି ବଜାର ନୁହେଁ, କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ବାସଭବନ ଆଗରେ ପିଆଜ କେଜି ପିଛା ୮୦ ଟଙ୍କାରେ କିଣି ୨୦ ଟଙ୍କାରେ ବିକିଛି ଛାତ୍ର କଂଗ୍ରେସ । ପିଆଜ ଦରବୃଦ୍ଧି ନିୟନ୍ତ୍ରଣରେ ସରକାରଙ୍କ ବିଫଳତାକୁ ଦାୟୀ କରି ଏଭଳି ଢଙ୍ଗରେ ପ୍ରତିବାଦ କରିଛନ୍ତି ଛାତ୍ର କଂଗ୍ରେସ କର୍ମୀ ।
ପିଆଜ କଳାବଜାରୀ କରୁଥିଲେ ସାବଧାନ ! ଯେଉଁମାନେ କଳାବଜାରୀ କରିବେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।