ବରଗଡ଼ ପୋଲିସ୍ ହେପାଜତରେ ଗୋବିନ୍ଦ କୁମ୍ଭାର ମୃତ୍ୟୁ ମାମଲାକୁ ନେଇ ଭାରତ ବିକାଶ ପରିଷଦ ପକ୍ଷରୁ ହାଇକୋର୍ଟରେ ମାମଲା ଦାଏର କରାଯାଇଛି। ଏଥିରେ କେନ୍ଦ୍ର ଓ ରାଜ୍ୟ ସରକାର, ଡିଜିପି, ବରଗଡ଼ ଏସ୍ପି, ଥାନା IICଙ୍କୁ ପକ୍ଷଭୁକ୍ତ କରାଯାଇଛି।
ଅନୁଗୁଳ ବଅଁରପାଳ ୟୁପି ସ୍କୁଲ ପରିସର ଅଙ୍ଗନବାଡ଼ି କେନ୍ଦ୍ରରେ ଅଘଟଣ ଘଟିଥିଲା। ୨୦୧୨ ସେପ୍ଟେମ୍ୱର ୭ ତାରିଖରେ ସ୍କୁଲ କ୍ୟାମ୍ପସ୍ ପରିସରରେ ନୂଆ ଘର ନିର୍ମାଣ ପାଇଁ ଖୋଳା ଯାଇଥିବା ନିଆଁରେ ଥିବା ପାଣିରେ ବୁଡ଼ି ଦୁଇ ଜଣ ଛୋଟ ପିଲାଙ୍କ ମୃତ୍ୟୁ ଘଟିଥିଲା। ଏହି ଖବର ପ୍ରକାଶ ପାଇବା ପରେ ସମଗ୍ର ରାଜ୍ୟରେ ଉଦ୍ବେଗ ପ୍ରକାଶ ପାଇଥିଲା।
କଟକରେ ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ବିବାଦ ମାମଲାର ରାୟ ଶୁଣାଇଛନ୍ତି ହାଇକୋର୍ଟ। ମୂର୍ତ୍ତି ଉଚ୍ଚତା ବୃଦ୍ଧି ନେଇ ହୋଇଥିବା ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି। ୪ ଫୁଟ ଉଚ୍ଚତାକୁ ନେଇ କଟକ ବାଲୁବଜାର ପୂଜା କମିଟି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା।
ମା' ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ବିବାଦ; ଆଜି ହାଇକୋର୍ଟଙ୍କ ରାୟ
ହାଇକୋର୍ଟରେ ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ବିବାଦ ମାମଲାର ଶୁଣାଣି ଶେଷ ହୋଇଛି। ଆସନ୍ତାକାଲି ରାୟ ଶୁଣାଇବେ ହାଇକୋର୍ଟ। ମୂର୍ତ୍ତି ଉଚ୍ଚତା ବିବାଦ ନେଇ କଟକ ବାଲୁବଜାର ପୂଜା କମିଟି କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା।
ମିଥ୍ୟା ଦୁର୍ଘଟଣା ବୀମା ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ କ୍ଷତି ପୂରଣ ବାବଦରେ ଦିଆଯାଇଥିବା ଟଙ୍କା ସୁଧ ସହିତ ଫେରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।
ଏହି ଲାଇଭ ଷ୍ଟ୍ରିମିଙ୍ଗ ଓଡ଼ିଶା ହାଇକୋର୍ଟର ଅଫିସିଆଲ୍ ୟୁଟୁବ ଚ୍ୟାନେଲରେ ଉପଲବ୍ଧ ହେଉଛି। ଏଥିସହ ଓଡ଼ିଶା ହାଇକୋର୍ଟ ମୋବାଇଲ ଆପ, ଅନଲାଇନ ଜରିଆରେ ନିମ୍ନ ଅଦାଲତରେ ଜୋରିମାନା ଆଦାୟ ବ୍ୟବସ୍ଥା, ଟ୍ୱିନ ସିଟିରେ ପରିବହନ ସମ୍ପର୍କିତ ଇ-ଚାଲାଣ ବିବାଦ ପାଇଁ ଭର୍ଚୁଆଲ କୋର୍ଟ ବ୍ୟବସ୍ଥା ଲୋକାର୍ପିତ କରାଯାଇଛି।
ହାଇକୋର୍ଟରେ ମାମଲାର ଶୁଣାଣି ବେଳେ ସିଧା ପ୍ରସାରଣ ବ୍ୟବସ୍ଥାକୁ ସ୍ଥଗିତ ରଖିବାକୁ ମୁଖ୍ୟ ବିଚାରପତିଙ୍କୁ ହାଇକୋର୍ଟ ବାର୍ ଆସୋସିଏସନ ପକ୍ଷରୁ ଚିଠି ।
ସିଧା ପ୍ରସାରଣ ହେବ ହାଇକୋର୍ଟରେ ଶୁଣାଣି ହେଉଥିବା ମାମଲା। ଏ ନେଇ ହାଇକୋର୍ଟଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ହେବା ପରେ ଓଡିଶା ବିଚାର ବିଭାଗ କ୍ଷେତ୍ରରେ ଏକ ନୂଆ ପଦକ୍ଷେପ ଯୋଡ଼ି ହୋଇଛି।
କୁହାଯାଏ, ବିଳମ୍ବିତ ନ୍ୟାୟ, ନ୍ୟାୟ ନୁହେଁ। ସେ ନ୍ୟାୟ ପାଇଁ କରିଥିଲେ ୧୧ ବର୍ଷର ଅପେକ୍ଷା ! ତଥାପି ମିଳିଲାନି ନ୍ୟାୟ। ଆଖି ବୁଜିଦେଲେ। ଏବେ ମୃତ୍ୟୁର ୧୧ ବର୍ଷ ପରେ ସେ ତାଙ୍କୁ ନ୍ୟାୟ ମିଳିଛି । ତେବେ ଏହି ନ୍ୟାୟକୁ ଆମେ ନ୍ୟାୟ ବୋଲି କହିବା ତ ?
ଭୁବନେଶ୍ୱର : ବିଜେଡି ବିଧାୟକ ପ୍ରଭାତ ବିଶ୍ୱାଳଙ୍କୁ ଜାମିନ। ୨ମାସ ପାଇଁ ଅନ୍ତରୀଣ ଜାମିନ ଦେଇଛନ୍ତି ହାଇକୋର୍ଟ। ସିସୋର ଚିଟ୍ଫଣ୍ଡ ଲିଙ୍କ୍ ମାମଲାରେ ଗିରଫ ହୋଇଥିଲେ ଚୌଦ୍ୱାର-କଟକ ବିଧାୟକ ପ୍ରଭାତ ବିଶ୍ୱାଳ। ସିବିଆଇ ଦ୍ୱାରା ଗିରଫ ହୋଇ ପ୍ରଭାତ ଭୁବନେଶ୍ୱର ଝାରପଡା ଜେଲରେ ଥିଲେ। ତେବେ ସ୍ୱାସ୍ଥ୍ୟଗତ ସମସ୍ୟା ନେଇ ପ୍ରଭାତ ଜେଲ ବଦଳରେ SCB ମେଡିକାଲରେ ଚିକିତ୍ସା ହେଉଥିଲେ। ୨୦୧୭ ସେମ୍ବେର ୧୯ରେ ପ୍ରଭାତଙ୍କୁ ଗିରଫ କରିଥିଲା CBI।
ପୁରୀ : ଖୋଲିଲା ଶ୍ରୀମନ୍ଦିର ଜଗମୋହନ। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଦୀର୍ଘ ଦୁଇ ବର୍ଷ ଦୁଇ ମାସ ପରେ ଆଜିଠୁ ଭିତର କାଠ ପାଖରୁ ଦିଅଁ ଦର୍ଶନ ସୁଯୋଗ ପାଇଛନ୍ତି ଭକ୍ତ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ସକାଳ ଧୂପ ପରେ ଆଜି ଭକ୍ତଙ୍କୁ ଜଗମୋହନକୁ ଛଡ଼ାଯାଇଥିଲା। ହେଲେ ଆରମ୍ଭରୁ ନୀତିରେ ବିଳମ୍ବ ପାଇଁ ସକାଳ ଧୂପ ସରୁ ସରୁ ୫ ଘଣ୍ଟା ବିଳମ୍ବ ହୋଇ ପ୍ରାୟ ସାଢ଼େ ୪ଟା ବାଜିଗଲା। ତା ପରେ ଆଜି ଅମାବାସ୍ୟା ଥିବାରୁ […]