ପଂଚାୟତ ର୍ନିବାଚନ ପ୍ରସ୍ତୁତି ନେଇ ସର୍ବଦଳୀୟ ବୈଠକ। ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ଆଲୋଚନା କରୁଛନ୍ତି ରାଜ୍ୟ ନିର୍ବାଚନ କମିଶନ୍ । ଶୁଣନ୍ତୁ... ।
ସରପଞ୍ଚ ଓ ସମିତିସଭ୍ୟଙ୍କ ନିର୍ବାଚନୀ ଖର୍ଚ୍ଚ ବୃଦ୍ଧି ସହ ପୂର୍ବରୁ ଥିବା ୮୦ ହଜାରକୁ ଡବଲ ବା ୨ ଲକ୍ଷ କରାଯିବାକୁ ଆଜି ସର୍ବଦଳୀୟ ବୈଠକରେ ପ୍ରସ୍ତାବ ଦିଆଯାଇଛି
ଆସନ୍ତାବର୍ଷ ଫେବ୍ରୁଆରୀରେ ପଞ୍ଚାୟତ ନିର୍ବାଚନ ହୋଇପାରେ ! ଏଥିପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ପ୍ରସ୍ତୁତି ଜାରି ରହିଛି । ନିର୍ବାଚନ ପୂର୍ବରୁ ଭୋଟର ତାଲିକା ସଂଶୋଧନ ସଂପର୍କରେ ଆଲୋଚନା ପାଇଁ ବସିବ ସର୍ବଦଳୀୟ ବୈଠକ ।
କାଳ ହେଲା ନିର୍ବାଚନ । ସ୍ତ୍ରୀ ନିର୍ବାଚନ ହାରିଯିବା ପରେ ସହ୍ୟ କରିପାରିଲେନି ସ୍ୱାମୀ । ପରାଜୟ ଖବର ଶୁଣି ଜୀବନ ଚାଲିଗଲା । ବିହାର ଭୋଜପୁର ଜିଲ୍ଲାର ଚାରପୋଖରୀ ବ୍ଲକରେ ଏଭଳି ଅଭାବନୀୟ ଘଟଣା ଘଟିଛି । ନିକଟରେ ବିହାରରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ହୋଇଥିଲା ।
ଏଥର ପଞ୍ଚାୟତ ନିର୍ବାଚନର ହେବ ସେଣ୍ଟ୍ରାଲ କାଉଣ୍ଟିଂ । ପୋଲିଂ ସରିବା ପରେ ଭୋଟ ବାକ୍ସ ଗୁଡ଼ିକୁ ଷ୍ଟ୍ରଙ୍ଗ ରୁମ୍ରେ ରଖାଯିବ । ଭୋଟ ବାକ୍ସ ପାଇଁ ବ୍ଲକ ସ୍ତରରେ ଷ୍ଟ୍ରଙ୍ଗ ରୁମ୍ ପ୍ରସ୍ତୁତ କରାଯିବ ।
ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା ଜିଲ୍ଲା ପରିଷଦ ଅଧ୍ୟକ୍ଷ ସଂରକ୍ଷଣ ତାଲିକାକୁ ନେଇ ବିବାଦ ଥମିବାର ନାଁ ଧରୁନି । ଆଜି ପୁଣି ପାରଳାଖେମୁଣ୍ଡି ବିଧାୟକ କେ.ନାରାୟଣ ରାଓ ଉଠାଇଛନ୍ତି ପ୍ରଶ୍ନ ।
ପଞ୍ଚାୟତ ପରେ ପୌର ନିର୍ବାଚନ ପାଇଁ ଫିଟିଲା ବାଟ । ହଟିଲା ସଂରକ୍ଷଣ ନେଇ ଥିବା ପ୍ରତିବନ୍ଧକ । ପ୍ରାୟ ୩ ବର୍ଷ ବିଳମ୍ବରେ ପୌର ନିର୍ବାଚନ ପାଇଁ ଆରମ୍ଭ ହେବାକୁ ଯାଉଛି ପ୍ରକ୍ରିୟା । ବିଧାନସଭାରେ ସଂଶୋଧିତ ପୌର ଆଇନ ପାରିତ ହେବା ପରେ ବିଧିବଦ୍ଧ ଭାବେ ପ୍ରକାଶ ପାଇଛି ଗେଜେଟ୍ ନୋଟିଫିକେସନ୍ ।
୨ ମାସ ପୂର୍ବରୁ ଧାନ ଓ ଚାଉଳ କିଣା ନେଇ କେନ୍ଦ୍ର ଡକାଇଥିବା ବୈଠକରେ ସବୁ ରାଜ୍ୟର ସଚିବ ଥିଲେ। ଓଡ଼ିଶାର ଖାଦ୍ୟ ଯୋଗାଣ ସଚିବ କାହିଁକି ଚୁପ ବସିଥିଲେ ବୋଲି ପ୍ରଶ୍ନ କରିଛି ବିଜେପି। କଂଗ୍ରେସ ମଧ୍ୟ ଏହି ପ୍ରସଙ୍ଗ ଉଠାଇ ମୁଖ୍ୟମନ୍ତ୍ରୀ ନାମକୁ ମାତ୍ର ଚିଠି ଲେଖୁଛନ୍ତି ବୋଲି କହିଛି।
ପଂଚାୟତର ଅନୁସୂଚିତ ଜାତି ଓ ଜନଜାତିଙ୍କ ସଂଖ୍ୟା ଅନୁପାତରେ ଓ୍ୱାର୍ଡ ସଂରକ୍ଷଣ ହେବ। ଠିକ୍ ସେଭଳି ବ୍ଲକ୍ର SC-ST ସଂଖ୍ୟା ଅନୁସାରେ ସରପଞ୍ଚ ଓ ସମିତି ସଭ୍ୟ ଏବଂ ଜିଲ୍ଲା ଜନସଂଖ୍ୟା ଅନୁସାରେ ବ୍ଲକ ଚେୟାମ୍ୟାନ୍ ଓ ଜିଲ୍ଲା ପରିଷଦ ସଦସ୍ୟଙ୍କ ଲାଗି ସଂରକ୍ଷଣ ବ୍ୟବସ୍ଥା ଲାଗୁ ହେବ। ଏନେଇ ବିଭିନ୍ନ ଜିଲ୍ଲାରେ କସରତ ଆରମ୍ଭ ହୋଇଛି।
ଆନ୍ଧ୍ର ପରେ କୋଟିଆରେ ଓଡ଼ିଶା କରିବ ନିର୍ବାଚନ । ଗତ ଏପ୍ରିଲ ୮ରେ ଆନ୍ଧ୍ର ସରକାର ଜୋର ଜବରଦସ୍ତ କୋଟିଆରେ ପ୍ରବେଶ କରି ନିର୍ବାଚନ କରାଇଥିଲେ । ଏବେ ଓଡ଼ିଶା ସରକାରଙ୍କ ପକ୍ଷରୁ ସେଠାରେ ପଞ୍ଚାୟତ ନିର୍ବାଚନ କରାଯିବା ନେଇ ଘୋଷଣା କରାଯାଇଛି ।
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଟ ଫିଟିଲା! ଓଡ଼ିଶା ପଞ୍ଚାୟତ ଆଇନ ସଂଶୋଧନ ପ୍ରସ୍ତାବ ଅନୁମୋଦନ ପାଇଥିବା ସୂଚନା। ଜିଲ୍ଲା ପରିଷଦ ଆଇନ ଓ ସମିତି ସଭ୍ୟ ଆଇନ ସଂଶୋଧନ ପ୍ରସ୍ତାବକୁ ମଧ୍ୟ ଅନୁମୋଦନ ମିଳିଥିବା ସୂଚନା।
ବିଶ୍ୱସ୍ତ ସୂତ୍ରରୁ କ୍ୟାବିନେଟ୍ ବୈଠକରେ ଏହି ନିଷ୍ପତ୍ତି ହୋଇଥିବା ସୂଚନା ମିଳିଥିବାବେଳେ ଚଳିତ ଅଧିବେଶନରେ ବି ଏ ସମ୍ପର୍କିତ ବିଲ୍ ଆସିବା ଅନୁମାନ କରାଯାଉଛି। ଏସବୁ ଆଇନ୍ ବିଧାନସଭାରେ ପାରିତ ହେଲା ପରେ ସଂରକ୍ଷଣ ସୀମା ୫୦ ପ୍ରତିଶତ ଭିତରେ ରହିବ।
ଚଣ୍ଡିଗଡ : ପଞ୍ଜାବ ନିର୍ବାଚନରେ କଂଗ୍ରେସ କାହାକୁ ମୁଖ୍ୟମନ୍ତ୍ରୀ କରିବ, ତାକୁ ନେଇ ଏବେ ଚର୍ଚ୍ଚା ଜୋର୍ ଧରିଲାଣି । ତେବେ ଦଳର ବରିଷ୍ଠ ନେତା ତଥା କଂଗ୍ରେସ ସାଂସଦ ପ୍ରତାପ ସିଂହ ବାଜୱା, ରାହୁଲ୍ ଗାନ୍ଧୀଙ୍କୁ ଭେଟିବା ପରେ ଏହା…
ଭୁବନେଶ୍ୱର: ପୌର ନିର୍ବାଚନ ଭଳି ସମାନ ଦଶା ଭୋଗିବନି ତ ପଂଚାୟତ ନିର୍ବାଚନ ? ରାଜ୍ୟ ନିର୍ବାଚନ କମିଶନଙ୍କ ବାରମ୍ବାର ଅନୁରୋଧ ସତ୍ତ୍ୱେ ସରକାର ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପ୍ରକ୍ରିୟା ସାରୁନଥିବାରୁ ସୃଷ୍ଟି ହୋଇଛି ଏଭଳି ପ୍ରଶ୍ନ ।…