ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷାର ଦ୍ୱିତୀୟ ପର୍ଯ୍ୟାୟ ଖାତା ଦେଖା। ରାଜ୍ୟର ୫୬ଟି କେନ୍ଦ୍ରରେ ପରୀକ୍ଷା ଖାତା ମୂଲ୍ୟାୟନ ହେଉଛି। ପ୍ରଥମ ପର୍ଯ୍ୟାୟ ଖାତାଦେଖା ଏପ୍ରିଲ ୪ରୁ ଆରମ୍ଭ ହୋଇ ଏପ୍ରିଲ ୧୪ରେ ଶେଷ ହୋଇଥିଲା। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ଖାତା ଦେଖା ଆଜିଠାରୁ ଏପ୍ରିଲ ୨୬ ତାରିଖ ପର୍ଯ୍ୟାୟ ଚାଲିବ। ଏପ୍ରିଲ ୨୮ ସୁଦ୍ଧା ସମସ୍ତ ଖାତାଦେଖା ସାରିବାକୁ ଉଚ୍ଚମାଧ୍ୟମିକ ଶିକ୍ଷାପରିଷଦ ସମୟ ଧାର୍ଯ୍ୟ କରିଛି। ସେପଟେ ୬ଦଫା ଦାବିରେ ଏବେବି […]
ଭୁବନେଶ୍ୱର: ଦାବି ହାସଲ ପାଇଁ ମୂଲ୍ୟାୟନ ବର୍ଜନ କରି ଆନ୍ଦୋଳନ ଚଳାଇଥିବା ଶିକ୍ଷକଙ୍କ ଲାଗି ଆଲୋଚନାର ବାଟ ଖୋଲା ଅଛି ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର। ତା’ସହ ମନ୍ତ୍ରୀ କହିଛନ୍ତି ସରକାର ସବୁବେଳେ ଆଲୋଚନା ପାଇଁ ପ୍ରସ୍ତୁତ, ତେବେ ମୂଲ୍ୟାୟନ ବର୍ଜନ ନିଷ୍ପତ୍ତି କୌଣସି ପ୍ରଭାବ ପକାଇବ ନାହିଁ। ଆସନ୍ତା ୧୬ ତାରିଖରୁ ଦ୍ୱିତୀୟ ପର୍ଯ୍ୟାୟ ଖାତା ଦେଖା ସରିବ ଓ ସଠିକ୍ ସମୟରେ ଯୁକ୍ତ ଦୁଇ ଫଳ ପ୍ରକାଶ ପାଇବ ବୋଲି […]
ଭୁବନେଶ୍ୱର: ଯୁକ୍ତ ଦୁଇ ଖାତା ମୂଲ୍ୟାୟନକୁ ଆସୁନଥିବା ଅଧ୍ୟାପକଙ୍କୁ ନିଲମ୍ବନ କର। ଯୁକ୍ତ ଦୁଇ ଖାତା ଦେଖିବାକୁ ଆସୁନଥିବା ପରୀକ୍ଷକଙ୍କ ଉଦ୍ଦେଶ୍ୟରେ ରାଜ୍ୟ ସରକାର ଏଭଳି କଠୋର ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ଅନୁଦାନପ୍ରାପ୍ତ କଲେଜ ପରିଚାଳନା କମିଟିକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ବିଭିନ୍ନ ଦାବିରେ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ମିଳିତ ମଞ୍ଚର ଆନ୍ଦୋଳନରେ ବହୁ ସଂଖ୍ୟାରେ ଅଧ୍ୟାପକ ସାମିଲ ହୋଇଥିବାରୁ +୨ ଖାତା ଦେଖାରେ ଗୁରୁତର ବିଭ୍ରାଟ ସୃଷ୍ଟି […]