ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ। ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ସକାଳ ୧୧ ଟାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ରିନାରାୟଣ ପାତ୍ର ପରୀକ୍ଷା ଫଳ ଘୋଷଣା କରିବେ। ଏହାପରେ ଛାତ୍ରଛାତ୍ରୀ ମାନେ www.chseodisha.nic.in ଏବଂ www.orissaresults.nic.in ୱେବସାଇଟ୍ରେ ନିଜ ରୋଲ୍ ନମ୍ବର ଓ ରେଜିଷ୍ଟ୍ରେସନ୍ ନମ୍ବର ଦେଇ ପରୀକ୍ଷା ଫଳ ଜାଣିପାରିବେ। ଚଳିତ ବର୍ଷ ୯୫ହଜାରରୁ ଅଧିକ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଦେଇଛନ୍ତି। ଗତବର୍ଷ ଯୁକ୍ତ […]