ଆବାସ ବଣ୍ଟାଗଲେ କାଳେ ବିଜେପି ମାଇଲେଜ୍ ନେଇଯିବ ଓ ଯୋଜନାରୁ ବଂଚିତ ହେଉଥିବା ଲୋକଙ୍କ ଭିତରେ ଅସନ୍ତୋଷ ବଢିବ, ସେହି ଆଶଙ୍କାରେ ରାଜ୍ୟ ସରକାର ମୋ ଘର ଯୋଜନା ଆରମ୍ଭ କରିଥିବା କୁହାଯାଉଛି। ତେଣୁ ଏବେ ପିଏମ୍ ଆବାସ ବନାମ୍ ମୋ ଘର ନେଇ ଚାଲିଛି ପ୍ରତିଯୋଗିତା।
ସମ୍ଭାବ୍ୟ ତାଲିକାରେ ଗୁରୁତର ଗଡ଼ବଡ଼ ଅଭିଯୋଗ । ଆନ୍ଦୋଳନ ପାଇଁ ସଜବାଜ ହେଉଛି ରାଜ୍ୟ ବିଜେପି ।
ପିଏମ ଆବାସ ଯୋଜନାର ଲୋଗୋ ପରିବର୍ତ୍ତେ ବିଜୁ ପକା ଘର ଲୋଗୋ ଲାଗୁଛି।
ପ୍ରଧାନମନ୍ତ୍ରୀ ଆବାସ ଯୋଜନା(PMAY) ଅନିୟମିତତା ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ରାଜ୍ୟ ପାତରଅନ୍ତର କରୁଛି।
ଭିତରେ ଥରେ ଆଖି ବୁଲାଇ ଆଣିଲେ ଗରିବୀର ସଂଜ୍ଞା କଣ ତାହା ଆପେ ଆପେ ବୁଝି ହେବ। ହେଲେ ଦୁଃଖ ଓ ପରିତାପର ବିଷୟ ଯେ ବାଲେଶ୍ୱର ସହରର ୧୬ ନମ୍ବର ଓ୍ୱାର୍ଡରେ ରହୁଥିବା ସରୋଜ କୁମାର ମହାନ୍ତିଙ୍କ ଭାଗ୍ୟରେ ଆଜିଯାଏଁ ଜୁଟିନି ଆବାସ ଯୋଜନାରେ ଘର ଖଣ୍ଡେ। ଏଥିପାଇଁ ଯେ ସେ ଉଦ୍ୟମ କରି ନାହାନ୍ତି, ତା ନୁହେଁ ବ୍ଲକ୍, ମ୍ୟୁନିସିପାଲିଟିରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଯାଏଁ ଦୌଡ଼ିଛନ୍ତି ହେଲେ ଫଳ ଶୂନ।
ଟଙ୍କା ତ ମିଳିଲାନି ବରଂ ବାଟମାରଣା ହୋଇଥିବା ଶୁଣିଲେ। ତେବେ ସେହି ଗାଁର ଏହି ସଫଟେଓ୍ୱର ଇଂଜିନିୟ ସୁବ୍ରତ ପରିଡ଼ାଙ୍କର ୨ ମହଲା ଘର ଅଛି, ହେଲେ ତାଙ୍କ ନାଁରେ କୁଆଡ଼େ ୧ଲକ୍ଷ ୨୦ ହଜାର ଟଙ୍କା ପିଏମ୍ ଆବାସ ଯୋଜନାରେ ଆସିଛି। ସେ ତ ଟଙ୍କାଟିଏ ପାଇନାହାନ୍ତି। ତେଣୁ ଘଟଣା ସମ୍ପର୍କରେ ଜିଲ୍ଲାପାଳଙ୍କଠୁ ଆରମ୍ଭ କରି ଭିଜିଲାନ୍ସ ବିଭାଗ ପର୍ଯ୍ୟନ୍ତ ଜଣାଇଥିବା କହିଛନ୍ତି। ସେପଟେ, ଆଳି ବିଡିଓ କହିଛନ୍ତି କିଛି ଲିଖିତ ଅଭିଯୋଗ ଆସିଲେ ଦେଖିବେ।