ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ପଜିଟିଭ ଚିହ୍ନଟ ପରେ ସେ ଆଇସୋଲେସନରେ ରହିଥିବା ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି। ଗତ ୩ ଦିନରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନଙ୍କୁ କରୋନା ଟେଷ୍ଟ କରାଇବାକୁ ସେ ପରାମର୍ଶ ଦେଇଛନ୍ତି।
ବୁର୍ଲା ଭିମସାରର କୋଭିଡ୍ ଆକ୍ରାନ୍ତ ଡାକ୍ତରୀ ଛାତ୍ରଙ୍କ ଜେନମ୍ ସିକ୍ୱେନସିଂ ରିପୋର୍ଟରୁ ୨ଟି ଡେଲଟା ଭାରିଆଣ୍ଟ ଚିହ୍ନଟ କରାଯାଇଛି..
ଶତାୟୁ ଚାଟଶାଳୀ ଶିକ୍ଷକ ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି କରୋନାରେ ଆକ୍ରାନ୍ତ। ସେ ଏବେ ଯାଜପୁର କଳିଙ୍ଗନଗର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କ ଅବସ୍ଥା ଗୁରୁତର ଥିବା ଡାକ୍ତରଖାନା ପକ୍ଷରୁ ସୂଚନା ମିଳିଛି।
ଗୋଟିଏ ସ୍କୁଲରେ ୨୬ ଜଣ ଛାତ୍ରୀଙ୍କୁ କରୋନା। ମୟୂରଭଂଜ ଜିଲ୍ଲା ଠାକୁରମୁଣ୍ଡା ବ୍ଲକର ଚମକପୁର ଆବାସିକ ବାଳିକା ବିଦ୍ୟାଳୟର ୨୬ ଜଣ ଛାତ୍ରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି।