ଦୁର୍ବୃତ୍ତମାନେ ମୁକେଶଙ୍କ ବେକ ମୋଡ଼ି ଭାଙ୍ଗି ଦେଇଛନ୍ତି । ହାର୍ଟ ବାହାର କରିଦେଇଛନ୍ତି । ଲିଭରକୁ ୪ ଖଣ୍ଡ କରିଦେଇଛନ୍ତି । ମୁଣ୍ଡକୁ ପ୍ରବଳ ପ୍ରହାର କରିଛନ୍ତି । ମୁଣ୍ଡରେ ୧୫ଟି ଫ୍ରାକ୍ଚର ଅଛି । ପିଟି ପିଟି ପଞ୍ଜରା ହାଡ଼ ଭାଙ୍ଗି ଦେଇଛନ୍ତି । ଏହି ଡାକ୍ତରଜଣକ କହିଛନ୍ତି, ମୋ ଜୀବନରେ ମୁଁ ଅନେକ ଶବ ବ୍ୟବଚ୍ଛେଦ କରିଛି । କିନ୍ତୁ ଏଭଳି ଶବ ବ୍ୟବଚ୍ଛେଦ କେବେ କରିନାହିଁ ।
ମନୀଷ ଅନୁରାଗ ମୃତ୍ୟୁ ମାମଲାରେ ନିଇତି ନୂଆ ନୂଆ ଖିଅ: ହୋଟେଲ୍-ବିଲ୍-ବଚସାରୁ ହତ୍ୟା କରାଯାଇଥିବା ଘନୀଭୂତ ହେଉଛି ଶଙ୍କା, ମୃତ୍ୟୁର ଗୁମର ଖୋଲିବାକୁ ୫ ଜଣଙ୍କୁ ଘାଣ୍ଟୁଛି କମିଶନରେଟ୍ ପୋଲିସ ।
ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ମୃତ୍ୟୁ ଘଟଣାରେ ଆସିଲା ଡାକ୍ତରୀ ରିପୋର୍ଟ। ଭୁବନେଶ୍ୱର ଏମ୍ସ PRO ଡାକ୍ତର ପ୍ରଭାସ ରଂଜନ ତ୍ରିପାଠୀ ଏନେଇ ସୂଚନା ଦେଇଛନ୍ତି।