ଭୁବନେଶ୍ୱର: ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଷ୍ଟ୍ରପତି ହେବା ପରେ କୋବିନ୍ଦଙ୍କ ଏହା ପ୍ରଥମ ଓଡ଼ିଶା ଗସ୍ତ। ଭାରତୀୟ ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭୁବନେଶ୍ୱର ବିମାନ ବନ୍ଦରେ ପହଞ୍ଚିଲା ପରେ ରାଜ୍ୟପାଳ ଏସ୍.ସି ଜମିର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,ପୋଲିସ ଡିଜି ଆର.ପି ଶର୍ମା, ପୋଲିସ କମିଶନର ୱାଇ.ବି ଖୁରାନିଆ, ମୁଖ୍ୟ ଶାସନ ସଚିବ ସମେତ […]
ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଆଜି ଦିନ ପ୍ରାୟ ୧୦ଟା ୪୫ ମିନିଟରେ ସେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ଏଠାରୁ ସିଧା କଟକ ଯାଇ ଦିନ ୧୨ଟା ୧୫ ମିନିଟରେ ସେ ବିଜୁ ପଟ୍ଟନାୟକ ମ୍ୟୁଜିୟମକୁ ସାଧାରଣ ଲୋକଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ। ବିଜୁ ପଟ୍ଟନାୟକଙ୍କ ଜନ୍ମସ୍ଥାନ ଆନନ୍ଦ ଭବନକୁ ମ୍ୟୁଜିୟମରେ ପରିଣତ କରାଯାଇଛି। ରାଷ୍ଟ୍ରପତି କଟକର ନେତାଜୀ ମ୍ୟୁଜିୟମ, ନ୍ୟାସନାଲ ଲ ୟୁନିଭରସିଟିରେ ମଧ୍ୟ […]
ଓଡ଼ିଶା: ଆସନ୍ତାକାଲିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଏଥିପାଇଁ ରାଜଧାନୀ ଭୁବନେଶ୍ୱରରେ ଅଭୁତପୂର୍ବ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଭୁବନେଶ୍ୱରରେ ୩୦ ଫ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ଗତକାଲି କମିଶନରେଟ୍ ପୋଲିସ ପକ୍ଷରୁ ଅନୁଷ୍ଠିତ ହୋଇଥିଲା କାରକେଡ ରିହରସଲ। ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚିବା ପରେ କଟକ ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ତେଣୁ ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ କଟକ କମିଶନରେଟ ପୋଲିସ ପକ୍ଷରୁ ମଧ୍ୟ ପ୍ରସ୍ତୁତି […]