ଆଜି ରାଷ୍ଟ୍ରପତି ନିର୍ବାଚନ। NDA ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଓ ୟୁପିଏ ପ୍ରାର୍ଥୀ ଯଶଓ୍ୱନ୍ତ ସିହ୍ନାଙ୍କ ମଧ୍ୟରେ ହେବ ଟକ୍କର।
NDAର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହୋଇଛନ୍ତି। ଓଡ଼ିଶାର ସବୁ ଭୋଟ୍ ତାଙ୍କୁ ମିଳିବା ପାଇଁ ଆମେ କାର୍ଯ୍ୟ ଜାରି ରଖିବୁ ବୋଲି ନବୀନ ଟ୍ୱିଟରରେ ଉଲ୍ଲେଖ କରିଛନ୍ତି।
ବିଜେପି ସାଂସଦ ଜୟନ୍ତ ସିହ୍ନା ଏବେ ଧର୍ମ ସଙ୍କଟରେ ପଡ଼ିଛନ୍ତି। ରାଷ୍ଟ୍ରପତି ନିର୍ବାଚନରେ ସେ କାହାକୁ ଭୋଟ୍ ଦେବେ, ବାପାଙ୍କୁ ନା ପାର୍ଟିକୁ ? ତାକୁ ନେଇ ଏବେ ସେ ଧର୍ମ ସଙ୍କଟରେ ପଡ଼ି ଯାଇଛନ୍ତି।
ଦ୍ରୌପଦୀ ମୁର୍ମୁ NDAର ରାଷ୍ଟ୍ରପତି ପ୍ରାର୍ଥୀ ହେବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକଥା ପୂର୍ବରୁ ଜାଣିଥିଲେ। ଦ୍ରୌପଦୀଙ୍କୁ ଶୁଭେଚ୍ଛା ଜଣାଇ ନବୀନ କରିଥିବା ଟ୍ୱିଟ୍ରେ ଏହାର ସଙ୍କେତ ମିଳିଛି।
ଏନ୍ଡିଏ ପକ୍ଷରୁ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରାଯିବା ପରେ ତାଙ୍କୁ Z+ ସୁରକ୍ଷା ମିଳିଛି। ଯେଉଁଥିରେ ୧୦ରୁ ଅଧିକ ଏନ୍ଏସ୍ଜି ସହ ସିଆରପିଏଫ୍ କମାଣ୍ଡୋ ରହିଛନ୍ତି।
ଏନ୍ଡିଏ ଓ ବିରୋଧୀ ମେଣ୍ଟ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛନ୍ତି। ଓଡ଼ିଶାର ଦ୍ରୌପଦୀ ମୁର୍ମୁଙ୍କୁ ଏନ୍ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଥିବା ବେଳେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶଓ୍ୱନ୍ତ ସିହ୍ନା ବିରୋଧୀ ପକ୍ଷର ରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି।