ନୂଆବର୍ଷରେ ଶ୍ରୀଜିଉଙ୍କ ଦର୍ଶନ ଲାଗି ପୁରୀରେ ଅସମ୍ଭାଳ ଭିଡ଼ । ଟ୍ରେନ୍ ଡବା ଭଳି ବଡ଼ଦାଣ୍ଡରେ ଲାଗିଛି ଭକ୍ତଙ୍କ ଲାଇନ୍ । ତେଣେ ଆଜି ପୁଣି ସିଂହଦ୍ୱାର ସାମ୍ନାରେ ବ୍ୟାରିକେଡ୍ ଭାଙ୍ଗି ଶ୍ରୀମନ୍ଦିରକୁ ଧସେଇ ପଶିଛନ୍ତି ଭକ୍ତ । ସ୍ଥିତି ସ୍ୱାଭାବିକ କରିବାକୁ ନାକେଦମ୍ ହୋଇଥିଲା ପୋଲିସ ।
ଶ୍ରୀମନ୍ଦିରର ରାଜଭୋଗ ଏବଂ ଛପନ ଭୋଗ ମଧ୍ୟରେ ପଣା ଭୋଗ ଅନ୍ୟତମ। ପଣା ଭୋଗ ଠାକୁରଙ୍କ ନିତିଦିନିଆ ନୀତି ସମେତ କେତେକ ବିଶେଷ ପର୍ବପର୍ବାଣିରେ ମଧ୍ୟ ହୋଇଥାଏ। ଶ୍ରୀମନ୍ଦିର ଭୋଗ ପରମ୍ପରା ମଧ୍ୟରେ ତିନିପ୍ରକାର ପଣା ଭୋଗ ହୋଇଥାଏ। ଆସନ୍ତୁ ସେସବୁ ବିଷୟରେ ଜାଣିବା।
ଆଡ଼ପ ମଣ୍ଡପରେ ଶ୍ରୀବିଗ୍ରହମାନଙ୍କ ସନ୍ଧ୍ୟା ଦର୍ଶନ ଅତ୍ୟନ୍ତ ପୁଣ୍ୟଦାୟକ। ନୀଳାଦ୍ରି ମହୋଦୟରେ ବର୍ଣ୍ଣିତ ହୋଇଛି ଯେ, ନୀଳାଚଳରେ ଦଶ ବର୍ଷ ପର୍ଯ୍ୟନ୍ତ ତ୍ରିକାଳ ପୂଜା କାଳରେ ଭକ୍ତ ଶ୍ରୀବିଗ୍ରହମାନଙ୍କର ଦର୍ଶନରେ ଯେଉଁ ଫଳ ପାଏ, ସେହି ଫଳ ମହାବେଦୀ ବା ଆଡ଼ପ ମଣ୍ଡପରେ ଗୋଟିଏ ଦିନର ଦର୍ଶନରେ ମିଳେ।
ଆଜି ପୁରୀ ଶ୍ରୀକ୍ଷେତ୍ର ଭକ୍ତ ପ୍ରେମରେ ଜନସମୁଦ୍ରରେ ପରିଣତ। ଆପଣ ଯଦି ପୁରୀ ନ ଯାଇ ଘରେ ଅଛନ୍ତି ତେବେ ଜଗନ୍ନାଥଙ୍କୁ ନେଇ ଆଧାରିତ ଏହି ୬ଟି ଓଡ଼ିଆ ଫିଲ୍ମ ନିଶ୍ଚିତ ଦେଖନ୍ତୁ, ଯାହାର ଲିଙ୍କ୍ ଆମେ ଏଠାରେ ଦେଉଛୁ।
କଥାରେ ଅଛି ‘ଅରକ୍ଷିତକୁ ଦଇବ ସାହା’। ଜୀବନରେ ସତ୍ ପଥରେ ଥାଇ ଭଗବାନଙ୍କ ଉପରେ ଅତୁଟ ବିଶ୍ୱାସ ରଖିଥିଲେ ବିଭିନ୍ନ କଷ୍ଟକର ପରିସ୍ଥିତି ତଥା ଦୁଃଖଦ ମୁହୂର୍ତ୍ତରୁ ତ୍ରାହି ମିଳିପାରିବ। ତେଣୁ ଆଧ୍ୟାତ୍ମିକତାର ମହାମନ୍ତ୍ର ହେଉଛି ‘ଭକ୍ତି’। ଭକ୍ତ ବନ୍ଧୁ ମହାନ୍ତି ଏହାର ଉଦାହରଣ।
ଦ୍ରୁତଗତିରେ ଚାଲିଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ା ଖୋଳାଯାଇଛି ବିରାଟ ବିରାଟ ଗାତ, ବନ୍ଧା ଯାଇଛି ଲୁହାରଡ଼, ଚାଲିଛି କଂକ୍ରିଟ୍ ନିର୍ମାଣ।କୁହାଯାଉଛି ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର ପଟେ ତିଆରି ହେଉଛି, ଇଲେକ୍ଟ୍ରିକାଲ୍ ରୁମ, ସେଲଟର ରୁମ୍ ଓ ଶୌଚାଳୟ।