ତୃତୀୟ ଜାତୀୟ ଓପନ ଜାଭିଲିନ୍ ଥ୍ରୋ ଚାମ୍ପିୟନସିପ୍ରେ ବ୍ରହ୍ମଗିରିର କିଶୋର କୁମାର ଜେନା ୭୪.୨୬ ମିଟର ଥ୍ରୋ କରି ଚାମ୍ପିୟନ ହୋଇଛନ୍ତି। ତାଙ୍କ ସହ ଆଲୋଚନା କରିଛନ୍ତି ଆମ ପୁରୀ ସିନିୟର ରିପୋର୍ଟର।
ଆଜି ପବିତ୍ର ମାସ କାର୍ତ୍ତିକର ପ୍ରଥମ ସୋମବାର ରାଜ୍ୟର ବିଭିନ୍ନ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି ।ମହାଦେବଙ୍କ ଦର୍ଶନ କରି ଆଶିଷ ଲାଭ କରୁଛନ୍ତି ଶ୍ରଦ୍ଧାଳୁ। ସେହିପରି ଶ୍ରୀକ୍ଷେତ୍ର ପୁରୀରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି।
ଆଜିଠୁ ଧର୍ମ ମାସ କାର୍ତ୍ତିକ ଆରମ୍ଭ ହୋଇଛି। ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ରାଧା ଦାମୋଦର ବେଶ ଦର୍ଶନ ସହ କାର୍ତ୍ତିକ ବ୍ରତ ପାଳନ ପାଇଁ ହଜାର ହଜାର ହବିଷ୍ୟାଳି ଶ୍ରୀକ୍ଷେତ୍ରକୁ ଆସିଥାନ୍ତି। କିନ୍ତୁ କରୋନା ପାଇଁ ସରକାର କଟକଣା ଜାରି କରିଥିବାରୁ ଏଥର ସେତେଟା ଭିଡ଼ ନାହିଁ।
ଆସନ୍ତାକାଲିଠୁ ଆରମ୍ଭ ହେଉଛି ଧର୍ମ ମାସ କାର୍ତ୍ତିକ। ଏହି ସମୟରେ ଶ୍ରୀକ୍ଷେତ୍ରରେ ଭକ୍ତ ହାଉଜାଉ ହେବା କଥା। ବିଶେଷ କରି ମହିଳା ଭକ୍ତ, କାରଣ କାର୍ତ୍ତିକ ବ୍ରତ କରି ସବୁ ଦିନ ଶ୍ରୀଜିଉଙ୍କ ରାଧା ଦାମୋଦର ବେଶ ଦେଖିବା ଓ ମହାପ୍ରସାଦ ପାଇବା କାହା ଭାଗ୍ୟରେ ଥାଏ
ପୁରୀ ନରେନ୍ଦ୍ର କୋଣ ଅଞ୍ଚଳରେ ଫୁଟିଲା ଗୁଳି। ଗତକାଲି ବିଳମ୍ବିତ ରାତିରେ ଘଟିଛି ଗୁଳିକାଣ୍ଡ। ଏଥିରେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଦାଦାବଟିକୁ ନେଇ ଗୁଳିମାଡ଼ ହୋଇଥିବା ଅଭିଯୋଗ ହୋଇଛି
ପୁରୀ ନରେନ୍ଦ୍ର କୋଣ ଅଞ୍ଚଳରେ ବିଳମ୍ବିତ ରାତିରେ ଫୁଟିଲା ଗୁଳି। ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ତେବେ କେଉଁ କାରଣରୁ ଫୁଟିଲା ଗୁଳି ଦେଖନ୍ତୁ ପୁରା ଖବର ।
କେବଳ ଗଣେଷଙ୍କ ପ୍ରତିମୂର୍ତ୍ତି ନୁହେଁ ମହାତ୍ମାଗାନ୍ଧୀ, କଥକଲ୍ଲୀ ନୃତ୍ୟାଙ୍ଗନ, ମା ଦୁର୍ଗା ଆଦି ଚିତ୍ର ଓଲଟା ଭାବରେ ଅତି ନିଖୁଣ ଚିତ୍ରିତ କରିଛନ୍ତି। କୋଭିଡ ସମୟରେ ଲକଡାଉନ ଚାଲିଥିବାରୁ ଘରେ ରହି ପାଠ ପଢିବା ସହ କିଛି ନିଆରା କଳାକୃତି କରିବା ପାଇଁ ମନ ବଳାଇଥିଲେ ଆୟୁଶ ଏବଂ ସେଥିରେ ସେ ସଫଳ ହୋଇଛନ୍ତି ଏବଂ ଆଗକୁ ଅନେକ ସ୍ୱପ୍ନ ରହିଛି ବୋଲି କହିଛନ୍ତି।
ଏବେ ଜଗନ୍ନାଥଙ୍କ ଜମି ଉପରେ ମାଫିଆଙ୍କ ଆଖି । ମିଛ ଚିଠିରେ କିସମ ପରିବର୍ତ୍ତନ କରିବାକୁ ଯାଉଥିଲେ ।
କାଳିଆ ପାଇଁ ଧନୀ, ଗରିବ ସବୁ ସମାନ.. ହେଲେ ଆଜି ଜଗା ଦର୍ଶନକୁ ନେଇ ଧନୀ, ଗରିବ ଭେଦଭାବ କରାଯାଉଥିବା ଅଭିଯୋଗ କରିଛନ୍ତି ଭକ୍ତ..
ଆଜି ମହାପ୍ରଭୁ ରାଧା ଦାମୋଦର ବେଶରେ ଦର୍ଶନ ଦେଉଛନ୍ତି..ଦଶହରାରେ ମହାପ୍ରଭୁଙ୍କ ଦର୍ଶନ ସୁଯୋଗ ପାଇ ନ ଥିବା ବେଳେ ଆଜି ଜଗା ଦର୍ଶନ ପାଇଁ ବ୍ୟାକୁଳ ହୋଇପଡ଼ିଛନ୍ତି ଭକ୍ତ..
ଆଜିଠୁ ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି.. ରାଧା ଦାମୋଦର ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜି.. ଏହି ବେଶ ଅତ୍ୟନ୍ତ ସୁନ୍ଦର ଓ ଆକର୍ଷଣୀୟ ..
ଅଧର୍ମ ଉପରେ ଧର୍ମର ଜୟ, ଅସତ୍ୟ ଉପରେ ସତ୍ୟର ବିଜୟ। ଆଜି ଜଗଜ୍ଜନନୀ ମା ଦୁର୍ଗାଙ୍କର ବିଜୟା ଦଶମୀ ବା ଦଶହରା ପର୍ବ। ଏଥିପାଇଁ ଆଜି ଉଭୟ ପୀଠ ଓ ପୂଜା ମଣ୍ଡପରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଉଛି। ହେଲେ କଟକଣା ପାଇଁ ନାହିଁ ଭକ୍ତଙ୍କ ଗହଳି
ଦଶହରା ଏବଂ କାର୍ତ୍ତିକ ପୂର୍ଣ୍ଣିମାରେ ସର୍ବସାଧାରଣଙ୍କ ପାଇଁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ। ସର୍ବସାଧାରଣଙ୍କ ଦର୍ଶନ ପାଇଁ ଦଶହରା ଦିନ ବନ୍ଦ ରହିବ ଶ୍ରୀମନ୍ଦିର।
ଦେଶର କିଛି ପ୍ରାଚୀନ ଓ ବଡ଼ ମନ୍ଦିରରେ ପ୍ରବେଶ ପୂର୍ବରୁ ରହିଛି ସ୍ୱତନ୍ତ୍ର ଡ୍ରେସକୋର୍ଡ ନିୟମ । ଅର୍ଥାତ୍ ସେବକ ହୁଅନ୍ତୁ କି କର୍ମଚାରୀ ଅବା ଭକ୍ତ, ସମସ୍ତେ ପାରମ୍ପରିକ ପୋଷାକ ପିନ୍ଧିବାକୁ ବାଧ୍ୟ । ତାକୁ ଆଖିରେ ରଖି ଶ୍ରୀମନ୍ଦିରରେ ବି ଏଭଳି ବ୍ୟବସ୍ଥା ଲାଗୁ ପାଇଁ ହୋଇଛି ନିଷ୍ପତ୍ତି
ପୁରୀ ସଦର ବ୍ଲକ ଚାଳିସି ବାଟିଆ ମୌଜା ସହ ବାଲିପଡା ଏବଂ ଗଡ ପଞ୍ଚାୟତର ୩୦ରୁ ଅଧିକ ଗାଁର ଚାଷୀ ଏବେ ସମସ୍ୟା ଘେରରେ । ଚାଷ ଜମିରୁ ଜଳ ନିଷ୍କାସନ ହୋଇପାରୁନଥିବା ବେଳେ ଉର ଗ୍ରାମବାସୀଙ୍କ ପକ୍ଷରୁ ଖଲାସି ନାଳକୁ ଅବରୋଧ ଯୋଗୁଁ ଶହ ଶହ ଏକର ଚାଷ ଜମିରେ ପାଣି ଜମି ରହିଛି । ଫଳରେ ତଳି ନଷ୍ଟ ହୋଇଯାଇଛି ବୋଲି ଅଭିଯୋଗ କରିଛନ୍ତି ସ୍ଥାନୀୟ ଚାଷୀ
ଶ୍ରୀମନ୍ଦିରରେ ପରିସରରେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ ହୋଇଛି। ବାମନ ମନ୍ଦିରରେ ଜଣେ ପୂଜକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ନାବାଳିକାଙ୍କ ପରିବାର ପକ୍ଷରୁ ସିଂହଦ୍ୱାର ଥାନାରେ ଏତଲା ଦାୟର କରାଯାଇଛି।
ପୁରୀ ସମୁଦ୍ରରେ ଗାଧୋଉ ଥିବାବେଳେ ଭାସି ଯାଇ ନିଖୋଜ ଥିବା ଛାତ୍ରଙ୍କ ମୃତଦେହ ଉଦ୍ଧାର। ଗତକାଲି ଅପରାହ୍ଣରେ ବଡ଼ ଢେଉରେ ୩ ଜଣ ଯୁବକ ଭାସି ଯାଇଥିଲେ। ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ ସ୍ଥାନୀୟ ଲାଇଫଗାର୍ଡ ଉଦ୍ଧାର କରିଥିବା ବେଳେ ଜଣେ ନିଖୋଜ ଥିଲେ।
ବ୍ଲ-ୁଫ୍ଲାଗ ବିଚ୍ ମାନ୍ୟତାପ୍ରାପ୍ତ ପୁରୀ ସମୁଦ୍ରବେଳାକୁ ବିଶ୍ୱସ୍ତରୀୟ କରାଯାଇ ପର୍ଯ୍ୟଟକଙ୍କୁ ଆତ୍କୃଷ୍ଟ କରାଯାଉଛି । ଏହା ଦ୍ୱାରା ପର୍ଯ୍ୟଟକଙ୍କ ସଂଖ୍ୟା ବହୁ ମାତ୍ରାରେ ବୃଦ୍ଧି ପାଉଛି । ଆଜିର ସେବା ଓ ସମର୍ପଣର ଅଭିଯାନର ଅନ୍ତିମ ଦିନରେ ଦେଶବ୍ୟାପୀ ୧୦ ପ୍ରମୁଖ ସମୁଦ୍ର ବେଳାଭୁମିକୁ ସଫେଇ ଅଭିଯାନ ଅନୁଯାୟୀ ଓଡିଶାର ପୁରୀ ବେଳଭୁମିର ସଫେଇ କାର୍ଯ୍ୟରେ ଯୋଗ ଦେଇଥିଲି ।
ଭଦ୍ରକ ଜିଲ୍ଲାର ରାହେଶ କୁମାର ସିଂ, ଅନୁଗୋଳର ଓମ୍ ପ୍ରକାଶ ଯାଦବ ଓ ସହିଦ ଅନୱର ଶ୍ରୀକ୍ଷେତ୍ର ଯାଇଥିଲେ। ସେମାନେ ଲାଇଟ୍ ହାଉସ୍ ବେଳାଭୂମିରେ ଗାଧୋଉଥିଲେ। ଏହି ସମୟରେ ଆସିଥିବା ବଡ଼ ଲହଡିରେ ସେମାନେ ଭାସିଯାଇଥିଲେ। ଚିତ୍କାର ଶୁଣି ଉଦ୍ଧାର ପାଇଁ ଯାଇଥିଲେ ଲାଇଫଗାର୍ଡ।
ମହଙ୍ଗା ପଡ଼ିଲା ନିୟମ ଉଲ୍ଲଂଘନ କରିବା। ଟ୍ରାଫିକ ନିୟମ ଉଲ୍ଲଂଘନ ଓ ନୋ ପାର୍କିଂ ଜୋନ୍ ଭିତରେ ବିଧାୟକଙ୍କ ଚାରି ଚକିଆ ଯାନ ପଶିବାରୁ ପୁରୀ ଟ୍ରାଫିକ ପୋଲିସ ୨,୦୦୦ଟଙ୍କା ଫାଇନ୍ କାଟିଛି।
ଆସନ୍ତାବର୍ଷ ରଥଯାତ୍ରାବେଳେ କଳାହାଟ ଦ୍ୱାର ରୁପା ଛାଉଣୀ ହେବ। ଏଣୁ ଏତେଦିନ ପର୍ଯ୍ୟନ୍ତ ନିଳାଦ୍ରୀ ଭକ୍ତ ନିବାସରେ ରୁପାକୁ ସୁରକ୍ଷିତ ରଖିବା ସମ୍ଭବ ହେଉନଥିବାରୁ ଏହାକୁ କୋଷାଗାରକୁ ନିଆଯିବାକୁ ନିଷ୍ପତ୍ତି ହୋଇଥିଲା।
ଶ୍ରୀମନ୍ଦିରର କଳାହାଟା ଦ୍ୱାର ପାଇଁ ଆସିଥିବା ସମସ୍ତ ୫ କ୍ୱିଣ୍ଟାଲ ରୁପାକୁ ଆସନ୍ତାକାଲି ନିଳାଦ୍ରୀ ଭକ୍ତନିବାସ ଷ୍ଟ୍ରଙ୍ଗରୁମରୁ ଜିଲ୍ଲା କୋଷାଗାରକୁ ସ୍ଥାନାନ୍ତର କରାଯିବ। ଜିଲ୍ଲାପାଳଙ୍କଠାରୁ ସବୁଜ ସଂକେତ ମିଳିବା ପରେ କୋଷାଗାରରେ ରୁପାକୁ ସୁରକ୍ଷିତ ରଖିବା ଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିସ୍ପତ୍ତି ନିଆଯାଇଛି। ସେପଟେ ୭ଟି ଦ୍ୱାରର ରୁପା ଛାଉଣି କାମ ଶେଷ ହୋଇଛି।
ପୁରୀ ବଳଙ୍ଗା ଥାନା ବିସ୍ଫୋରଣ ମାମଲାରେ ତଦନ୍ତ ଆରମ୍ଭ। କେନ୍ଦ୍ରାଞ୍ଚଳ ଆଇଜି, ପୁରୀ ଏସ୍ପି ଘଟଣାସ୍ଥଳରେ ପହଞ୍ଚି ଘଟଣାର ଅନୁଧ୍ୟାନ କରିଛନ୍ତି। କିପରି ଏହି ବିସ୍ଫୋରଣ ହେଲା ? ବିସ୍ଫୋରକ କେତେ ପରିମାଣର ଥିଲା ସେ ସମ୍ପର୍କରେ ତଦନ୍ତ ହେଉଛି। ଆଡିସନାଲ ଏସ୍ପିଙ୍କୁ ଘଟଣାର ତଦନ୍ତ ପାଇଁ ଦାୟିତ୍ୱ ଦିଆଯାଇଥିବା ନେଇ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ସୂଚନା ଦେଇଛନ୍ତି।
୨୧ବର୍ଷର ଝିଅ ମିତାଲୀ। ଏଇ ବୟସରେ ଯିଏ ଫୁଲିଟିଏ ପରି ଫୁଟି ଉଠିବା କଥା, ସ୍ୱପ୍ନରେ ଭାସିବୁଲିବା କଥା ସେଇ ବୟସରେ ସେ ଅଜଣା ରୋଗରେ ଆକ୍ରାନ୍ତ ହୋଇ ନିଜର ଶୈଶବ, କୈଶୋର ଓ ଯୁବାବସ୍ଥାକୁ ହରେଇବାକୁ ବସିଲାଣି।
ପୁରୀ ଡେଲାଙ୍ଗ ଲୁଣା ନଦୀରେ ବୁଡ଼ି ଦୁଇ ନାବାଳକ ଭାଇଙ୍କ ମୃତ୍ୟୁ। ଗାଧୋଇବା ବେଳେ ଭାସି ଯାଇଥିଲେ ଦୁଇ ଭାଇ। ଉଦ୍ଧାର କରି ତାଙ୍କୁ ତୁରନ୍ତ ଡାକ୍ତରଖାନା ନିଆ ଯାଇଥିଲା। ମୃତ ଦୁଇ ଭାଇଙ୍କ ବୟସ ୭ ବର୍ଷ ଏବଂ ୩ ବର୍ଷ।