ଜଗତ ନିୟନ୍ତା ଜଗନ୍ନାଥ ଭକ୍ତ ବଚ୍ଛଳ । ସେ ରତ୍ନ ସିଂହାସନରେ ବସୁଛନ୍ତି ସତ, ହେଲେ ଭକ୍ତ ଡାକ ଦେଲେ କୁଡ଼ିଆ ଘର ହେଉ ଅବା ଶ୍ମଶାନ, ସବୁଠି ବିଦ୍ୟମାନ ହୁଅନ୍ତି ।
ଗତକାଲି ସଂଧ୍ୟା ଧୂପ ନୀତି ପରେ ଘୋଡା ଫିଟା ଯାଇ ଚାରମାଳ ଲଗାଯିବା ସହ ପୁଷ୍ପାଞ୍ଜଳି କରାଯାଇ ପ୍ରଥମେ ମଦନ ମୋହନ ଓ ରାମକୃଷ୍ଣଙ୍କୁ ପହଣ୍ଡି ବିଜେ କରାଯାଇଥିଲା । ପରେ ଚକ୍ରରାଜ ସୁଦର୍ଶନ, ବଡ଼ଭାଇ ବଳଭଦ୍ର, ମା ସୁଭଦ୍ରା ଓ ଶେଷରେ ଶ୍ରୀ ଜଗନ୍ନାଥଙ୍କୁ ଗୋଟି ପହଣ୍ଡିରେ ଜନ୍ମ ବେଦୀକୁ ବିଜେ କରାଯାଇଥିଲା । ମହାବାହୁଙ୍କ ଏହି ବିଶେଷ ଓ ଅନନ୍ୟ ଆଡପ ମଣ୍ଡପ ବିଜେ କୋଭିଡ କଟକଣା ମଧ୍ୟରେ ବିନା ଭକ୍ତରେ ଶୃଙ୍ଖଳିତ ଭାବେ ଅନୁଷ୍ଠିତ ହୋଇଥିଲା ।
ଗୋଟି ପହଣ୍ଡିରେ ଯାଉଛନ୍ତି ଶ୍ରୀ ଜଗନ୍ନାଥ ମହାପ୍ରଭୁ। ଆଗରେ ସୁଦର୍ଶନ, ପରେ ବଡ଼ଭାଇ ଆଉ ତାହା ପଛକୁ ଦେବୀ ସୁଭଦ୍ରା ଓ ସର୍ବାଶେଷରେ ଯାଉଛନ୍ତି କାଳିଆ ଗୋସାଇଁ
ସେପଟେ ଆସନ୍ତାକାଲି ଆଡ଼ପ ଅବଢା ମିଳିବ ବୋଲି ଜଣାପଡ଼ିଛି। ତେବେ ୭ ଦିନ ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରରେ ରହିବେ ଶ୍ରୀଜିଉ। ଏହା ପରେ ପଞ୍ଚମୀ ଦିନ ହେରାପଞ୍ଚମୀ ନୀତି ଅନୁଷ୍ଠିତ ହେବ। ଏହିଦିନ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ମନ୍ଦିର ଯାଇ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବାର ବିଧି ରହିଛି।
ରଥାଋଢ ଚତୁର୍ଦ୍ଧାମୃର୍ତ୍ତିଙ୍କୁ ଅର୍ଣ୍ଣ ଭୋଗ ଲାଗିନଥାଏ । ପୂର୍ବ କାଳରୁ ଚାଲି ଆସିଛି ଏହି ପରମ୍ପରା। ପ୍ରଭୁଙ୍କ ନିକଟରେ ଶଂଖ କୋରା,ନଡିଆ କୋରା,ବଡ଼ କୋରା,ସାନ କୋରା ଓ ମଝାଲ କୋରା ସହିତ ବିଭିନ୍ନ ଫଳ ଭୋଗ ଲାଗି କରାଯାଏ ।
କୁମ୍ଭାରପଡା ସାହିର ମିଶ୍ର ଲେନ ଦେଇ ବଡଶଙ୍ଖରୁ ବାନାମ୍ବର ଛକ, ପୁରୁଣା ନବକଳେବର ରୋଡ ଦେଇ ବାନାମ୍ବର ଛକ ଠାରୁ ମାଟିଆପଡା ଛକ, ମାଟିଆପଡା ଛକ ଠାରୁ ଆଶୁତୋଷ ମଠ ଛକ, ଆଶୁତୋଷ ମଠ ଛକ ଠାରୁ ନୀଳକଣ୍ଠ ମନ୍ଦିର ଛକ, ନୀଳକଣ୍ଠ ମନ୍ଦିର ଛକ ଠାରୁ ବଡଶଙ୍ଖ ପର୍ଯ୍ୟନ୍ତ ଏହି କଟକଣା ଆସନ୍ତାକାଲି ସକାଳ ୬ ଟା ପର୍ଯ୍ୟନ୍ତ ବଳବତ୍ତର ରହିବ ।
ଗୁଣ୍ଡିଚା ମନ୍ଦିରରେ ପହଞ୍ଚିଲା ତିନି ରଥ । ଶରଧାବାଲିରେ ଲାଗିଲା ତିନି ଠାକୁରଙ୍କ ତିନି ରଥ । ତାଲଧ୍ୱଜ, ଦର୍ପଦଳନ ପରେ ଶେଷରେ ପହଞ୍ଚିଲା ମହାପ୍ରଭୁଙ୍କ ନନ୍ଦିଘୋଷ ରଥ । ବିନା ଭକ୍ତରେ ତିନି ରଥକୁ ଟାଣି ଟାଣି ମାଉସୀ ଘର ନେଲେ ସେବାୟତ । କୋଭିଡ୍ କଟକଣା ଯୋଗୁଁ ଦିବ୍ୟସେବାରୁ ବଂଚିତ ହେଲେ ଭକ୍ତ । ନିର୍ଦ୍ଧାରିତ ସମୟର ୩ ଘଣ୍ଟା ଆଗରୁ ଆଜି ଆରମ୍ଭ ହୋଇଥିଲା ରଥଟଣା ।
ପ୍ରଥମେ ବଳଭଦ୍ରଙ୍କ ରଥରେ ଛେରା ପହଁରା କରିବା ପରେ ଶ୍ରୀଜଗନ୍ନାଥଙ୍କ ରଥରେ ଛେରାପହଁରା କରିଥିଲେ ମହାରାଜା। ପରେ ଦେବୀ ରଥରେ ଛେରା ପହଁରା କରିଛନ୍ତି ଗଜପତି। ମହାରାଜା ପ୍ରଥମେ ରଥ ଉପରେ ଶ୍ରୀଜିଉମାନଙ୍କର ଆଳତୀ କରିଥିଲେ।
ତିନି ରଥରେ ଛେରାପହଁରା କରୁଛନ୍ତି ଗଜପତି ମହାରାଜା। ବିଧି ଅନୁସାରେ ତିନିରଥରେ ଶ୍ରୀଜିଉମାନେ ବିରାଜମାନ କରିବା ପରେ ଗଜପତି ମହାରାଜା ତାମ୍ର ଯାନରେ ଆସି ଶ୍ରୀଜିଉଙ୍କ ସେବା କରିବାର ଅନନ୍ୟ ପରମ୍ପରା ରହିଛି। ପ୍ରଥମେ ବଳଭଦ୍ରଙ୍କ ରଥରେ ଛେରା ପହଁରା କରିବା ପରେ ଶ୍ରୀଜଗନ୍ନାଥଙ୍କ ରଥରେ ଛେରାପହଁରା କରିଥିଲେ ମହାରାଜା। ପରେ ଦେବୀ ରଥରେ ଛେରା ପହଁରା କରିଛନ୍ତି ଗଜପତି। ମହାରାଜା ପ୍ରଥମେ ରଥ ଉପରେ ଶ୍ରୀଜିଉମାନଙ୍କର ଆଳତୀ କରିଥିଲେ
ଶ୍ରୀଜିଉଙ୍କର ପହଣ୍ଡି ଆରମ୍ଭ ହୋଇସାରିଛି। ଅପେକ୍ଷାର ଅନ୍ତ ହୋଇଛି। ଦଇତାଙ୍କ କାନ୍ଧରେ ବଡ଼ଦାଣ୍ଡକୁ ଓହ୍ଲାଇ ଆସିଛନ୍ତି ବଡ଼ଭାଇ ବଳଭଦ୍ର। ସାତ ପାହାଚରେ ପହଞ୍ଚିବା ପରେ ଶ୍ରୀବଳଭଦ୍ରଙ୍କୁ ଟାହିଆ ଲାଗୁ କରାଯାଇଛି। ପରେ ବାଇସି ପାହାଚ ଦେଇ ବଡ଼ଦାଣ୍ଡକୁ ବିଜେ ହେବେ ଶ୍ରୀ ବଳଭଦ୍ର।
ଶ୍ରୀଜିଉଙ୍କର ପହଣ୍ଡି ଆରମ୍ଭ ହୋଇସାରିଛି। ଅପେକ୍ଷାର ଅନ୍ତ ହୋଇଛି। ଦଇତାଙ୍କ କାନ୍ଧରେ ବଡ଼ଦାଣ୍ଡକୁ ଓହ୍ଲାଇ ଆସିଛନ୍ତି କାଳିଆ ସାଆନ୍ତ। ସାତ ପାହାଚରେ ପହଞ୍ଚିବା ପରେ ଶ୍ରୀଜଗନ୍ନାଥଙ୍କୁ ଟାହିଆ ଲାଗି କରାଯାଇଛି
ଶ୍ରୀଜିଉଙ୍କର ଆରମ୍ଭ ହେଲା ପହଣ୍ଡି। ଅପେକ୍ଷାର ହେଲା ଅନ୍ତ। ଦଇତାଙ୍କ କାନ୍ଧରେ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ସୁଦର୍ଶନ। ସାତ ପାହାଚ ଓ ବାଇସି ପାହାଚ ଦେଇ ବଡ଼ଦାଣ୍ଡକୁ ବିଜେ ହେଉଛନ୍ତି ସୁଦର୍ଶନ। ଅବକାଶ, ରୋଷହୋମ, ଦ୍ୱାରପାଳ ପୂଜା ସହ ଅନ୍ୟାନ୍ୟ ନୀତି ପରେ ସକାଳ ଧୂପରେ ଖେଚୁଡ଼ି ଭୋଗ ଖାଇ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ଆସିଲେ ଶ୍ରୀଜିଉ।
ଶ୍ରୀଜିଉଙ୍କର ପହଣ୍ଡି ଆରମ୍ଭ ହୋଇସାରିଛି। ଅପେକ୍ଷାର ଅନ୍ତ ହୋଇଛି। ଦଇତାଙ୍କ କାନ୍ଧରେ ବଡ଼ଦାଣ୍ଡକୁ ଓହ୍ଲାଇ ଆସିଛନ୍ତି ବଡ଼ଭାଇ ବଳଭଦ୍ର। ସାତ ପାହାଚରେ ପହଞ୍ଚିବା ପରେ ଶ୍ରୀବଳଭଦ୍ରଙ୍କୁ ଟାହିଆ ଲାଗୁ କରାଯାଇଛି। ପରେ ବାଇସି ପାହାଚ ଦେଇ ବଡ଼ଦାଣ୍ଡକୁ ବିଜେ ହେବେ ଶ୍ରୀ ବଳଭଦ୍ର।
ଯାତ୍ରା ପାଇଁ ଆସିଲେ ମାଆ। ମଙ୍ଗଳାର୍ପଣ ହେବା ପରେ ପରେ ଆରମ୍ଭ ହୋଇଯାଇଛି ପହଣ୍ଡି। ଧାଡ଼ି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତୀ ଦଇତାଙ୍କ କାନ୍ଧରେ ଝୁଲି ଝୁଲି ଆସୁଛନ୍ତି ବଡ଼ଦାଣ୍ଡକୁ। ଏପଟେ ଚାମର ପଡ଼ୁଛି, ଆଲଟ ହେଉଛି ତାହା ସାଙ୍ଗକୁ ବିଜେ କାହାଳୀ ବି ବାଜୁଛି। ଦେବୀ ସାଙ୍ଗରେ ହଳଦୀ ରଙ୍ଗର ଛତା ବି ଆସୁଛି । ପ୍ରଥମେ ସୁଦର୍ଶନ ମହାପ୍ରଭୁ ପହଣ୍ଡି ହୋଇ ରଥାରୂଢ଼ ହୋଇସାରିଲେଣି। ପରେ ଆଗରେ ଚାଲିଛନ୍ତି ଶ୍ରୀବଳଭଦ୍ର ଏହାପଛକୁ ଦେବୀ ସୁଭଦ୍ରାଙ୍କର ଚାଲିଛି ପହଣ୍ଡି।
ଶ୍ରୀଜିଉଙ୍କର ପହଣ୍ଡି ଆରମ୍ଭ ହୋଇସାରିଛି। ଅପେକ୍ଷାର ଅନ୍ତ ହୋଇଛି। ଦଇତାଙ୍କ କାନ୍ଧରେ ବଡ଼ଦାଣ୍ଡକୁ ଓହ୍ଲାଇ ଆସିଛନ୍ତି କାଳିଆ ସାଆନ୍ତ। ସାତ ପାହାଚରେ ପହଞ୍ଚିବା ପରେ ଶ୍ରୀଜଗନ୍ନାଥଙ୍କୁ ଟାହିଆ ଲାଗି କରାଯାଇଛି। ପରେ ବାଇସି ପାହାଚ ଦେଇ ବଡ଼ଦାଣ୍ଡକୁ ବିଜେ ହେବେ ଶ୍ରୀ ଜଗନ୍ନାଥ। ଅବକାଶ, ରୋଷହୋମ, ଦ୍ୱାରପାଳ ପୂଜା ସହ ଅନ୍ୟାନ୍ୟ ନୀତି ପରେ ସକାଳ ଧୂପରେ ଖେଚୁଡ଼ି ଭୋଗ ଖାଇ ମଙ୍ଗଳାର୍ପଣ ସରି ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ଆସିଲେ ଶ୍ରୀ ଜଗନ୍ନାଥ ମହାପ୍ରଭୁ
ଠାକୁରଙ୍କ ସାଙ୍ଗେ ଆସୁଛି କଳା ଛତ୍ର। ପ୍ରଥମେ ସୁଦର୍ଶନ ମହାପ୍ରଭୁ ପହଣ୍ଡି ହୋଇ ରଥାରୂଢ଼ ହୋଇସାରିଲେଣି। ଏହାପରେ ବଡ଼ଭାଇ ବଳଭଦ୍ର, ପରେ ପରେ ଦେବୀ ସୁଭଦ୍ର ଓ ସଭା ଶେଷରେ କାଳିଆ ହାତୀ ପହଣ୍ଡିରେ ଆସିବ
ଶ୍ରୀଜିଉଙ୍କର ଆରମ୍ଭ ହେଲା ପହଣ୍ଡି। ଅପେକ୍ଷାର ହେଲା ଅନ୍ତ। ଦଇତାଙ୍କ କାନ୍ଧରେ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ସୁଦର୍ଶନ। ସାତ ପାହାଚ ଓ ବାଇସି ପାହାଚ ଦେଇ ବଡ଼ଦାଣ୍ଡକୁ ବିଜେ ହେଉଛନ୍ତି ସୁଦର୍ଶନ। ଅବକାଶ, ରୋଷହୋମ, ଦ୍ୱାରପାଳ ପୂଜା ସହ ଅନ୍ୟାନ୍ୟ ନୀତି ପରେ ସକାଳ ଧୂପରେ ଖେଚୁଡ଼ି ଭୋଗ ଖାଇ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ଆସିଲେ ଶ୍ରୀଜିଉ। ମଙ୍ଗଳାର୍ପଣ ହେବା ପରେ ପରେ ଆରମ୍ଭ ହେଲା ପହଣ୍ଡି। ଧାଡ଼ି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତୀ ଦଇତାଙ୍କ କାନ୍ଧରେ ଝୁଲି ଝୁଲି ଆସିବେ ବଡ଼ଦାଣ୍ଡକୁ। ଚାମର ପଡ଼ୁଛି, ଆଲଟ ହେଉଛି ତାହା ସାଙ୍ଗକୁ ବିଜେ କାହାଳୀ ବି ବାଜୁଛି।
ପ୍ରଥମେ ସୁଦର୍ଶନ ମହାପ୍ରଭୁ, ପରେ ବଡ଼ଭାଇ ବଳଭଦ୍ର, ପରେ ପରେ ଦେବୀ ସୁଭଦ୍ର ଓ ସଭା ଶେଷରେ କାଳିଆ ହାତୀ ପହଣ୍ଡିରେ ଆସିବ। ସାତ ପାହାଚ ନିକଟରେ ଦୁଇ ଭାଇଙ୍କୁ ଟାହିଆ ଲାଗି ହେବ। ଗୋଟିଏ ପୁଅ ନୃତ୍ୟରେ ପ୍ରକମ୍ପିତ ହେଉଥିବ ପୂରା ବଡ଼ଦାଣ୍ଡ। ସେପଟେ ନିର୍ଦ୍ଧାରିତ ସମୟ ପୂର୍ବରୁ ପହଣ୍ଡି ହେବ ବୋଲି ଆଶା ରଖାଯାଇଛି। ତେବେ ଦେଖାଯାଉ କେତେ ବେଳେ ଆସିବ ସେହି ଶୁଭ ମୁହର୍ତ୍ତ।
ଇତିହାସର ପୁନରାବୃତ୍ତି। ପୁଣି ଭକ୍ତ ବିନା ଘୋଷଯାତ୍ରାରେ ବାହାରିବେ ମହାପ୍ରଭୁ। ଆସନ୍ତାକାଲି ଶ୍ରୀକ୍ଷେତ୍ରରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଗତଥର ଭଳି ଏଥର ବି ଭକ୍ତବିନା ବଡ଼ାଦଣ୍ଡରେ ଗଡ଼ିବ ତିନି ରଥ। କାଲି ପ୍ରତ୍ୟୁଷରୁ ଯାତ୍ରା ପାଇଁ ଶ୍ରୀଜିଉ ସଜବାଜ ହେଉଥିବା ବେଳେ ଏପଟେ କିନ୍ତୁ ଚର୍ମନେତ୍ରରେ ଦର୍ଶନରୁ ପୁଣି ବଞ୍ଚିତ ହେବାକୁ ଯାଉଥିବାରୁ କାନ୍ଦି ଉଠିଛି ଭକ୍ତ ପ୍ରାଣ।
ଆଉ ମାତ୍ର କେଇ ଘଣ୍ଟାର ଅପେକ୍ଷା । ରାତି ପାହିଲେ ରତ୍ନ ସିଂହାସନ ଛାଡ଼ି ଜନ୍ମବେଦୀ ଅଭିମୁଖେ ବାହାରିବେ କାଳିଆ ସାଆନ୍ତ । କରୋନା କାଳରେ ଲଗାତର ଦ୍ୱିତୀୟ ବର୍ଷ ପାଇଁ ଭକ୍ତଶୂନ୍ୟ ବଡ଼ଦାଣ୍ଡରେ ଗଡ଼ିବ ବିଶ୍ୱନିୟନ୍ତାଙ୍କ ବିଶ୍ୱ ରଥ । ଏଥିପାଇଁ ପୁରୀରେ ବ୍ୟାପକ ପ୍ରସ୍ତୁତି ।
ଶ୍ରୀଗୁଣ୍ଡିଚା ଯାତ୍ରା ପରେ ହେବ ଶ୍ରୀମନ୍ଦିରର ଲେଜର ସ୍କାନିଂ । ଏଏସ୍ଆଇ ବୈଷୟିକ କମିଟି ଦ୍ୱାରା ଗର୍ଭଗୃହ, ଜଗମୋହନ, ନାଟମଣ୍ଡପ ଆଦିର ଅନୁଧ୍ୟାନ କରାଯିିବ ଶ୍ରୀଗୁଣ୍ଡିଚା ପରଦିନ ।
କେବଳ ଏତିକି ନୁହେଁ ବରଂ ଶ୍ରୀଜିଉଙ୍କ ଆଜି ଅନେକ ନୀତିକାନ୍ତି ରହିଛି। ସୂଚନା ଅନୁସାରେ, ଆଜି ରାତିରୁ ହିଁ ଠାକୁରଙ୍କ ଦେହରେ ସେନା ପଟ୍ଟାଲାଗି ହେବ। ଏହି କାମ ସମୟ ସାପେକ୍ଷ ବୋଲି ବରିଷ୍ଠ ସେବାୟତମାନେ କହିଛନ୍ତି। ଏହାସହ ଆସନ୍ତାକାଲି ନିର୍ଦ୍ଧାରିତ ସମୟ ପୂର୍ବରୁ ଶ୍ରୀଜିଉଙ୍କ ନୀତିକାନ୍ତି ସବୁ ସରିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଆଶା ରଖିଛନ୍ତି। ଏପଟେ, ଶ୍ରୀଜିଉଙ୍କ ଟାହିଆ ମଧ୍ୟ ପ୍ରସ୍ତୁତ ହେବାରେ ଲାଗିଛି। ତେବେ ମୋଟ୍ ଉପରେ ବର୍ଷା ବି ବାଧକ ସାଜିପାରିନାହିଁ ରଥ କାମରେ।
ପୁରୀ ବଡ଼ଦାଣ୍ଡରେ ରଥ ଗଡ଼ିବ, କିନ୍ତୁ ରଥାରୁଢ଼ ଦିଅଁ କି ତାଙ୍କ ଦିବ୍ୟରଥକୁ ଚର୍ମ ନେତ୍ରରେ ଦେଖି ପାରିବନି ଭକ୍ତ। ଭକ୍ତଟିଏ ପାଇଁ ୟାଠୁ ବଳି କଷ୍ଟ ଆଉ କଣ ବା ହେଇପାରେ? ବିଶ୍ୱ ନିୟନ୍ତାଙ୍କ ବିଶ୍ୱ ପ୍ରସିଦ୍ଧ ନବଦିନାତ୍ମ ଯାତ୍ରା ଲାଗି ସଜେଇ ହୋଇଛି ଶ୍ରୀକ୍ଷେତ୍ର ପୁରୀ। ହେଲେ ଉଣା କେବଳ ଭକ୍ତର ସେ ଦୁଇ ଚର୍ମନେତ୍ର ଓ ରଥାରୁଢ଼ ତିନିଠାକୁରଙ୍କ ସେ ଚକାନୟନ ମଧ୍ୟରେ ଅପୂର୍ବ ମିଳନର ଦୃଶ୍ୟ। କରୋନା କଟକଣା ଭିତରେ ଏ ବର୍ଷ ବି ହେବ ରଥଯାତ୍ରା
ଆଉ ମାତ୍ର କେଇ ଘଣ୍ଟାର ଅପେକ୍ଷା । ରାତି ପାହିଲେ ରତ୍ନ ସିଂହାସନ ଛାଡ଼ି ଜନ୍ମବେଦୀ ଅଭିମୁଖେ ବାହାରିବେ କାଳିଆ ସାଆନ୍ତ । କରୋନା କାଳରେ ଲଗାତର ଦ୍ୱିତୀୟ ବର୍ଷ ପାଇଁ ଭକ୍ତଶୂନ୍ୟ ବଡ଼ଦାଣ୍ଡରେ ଗଡ଼ିବ ବିଶ୍ୱନିୟନ୍ତାଙ୍କ ବିଶ୍ୱ ରଥ । ଏଥିପାଇଁ ପୁରୀରେ ବ୍ୟାପକ ପ୍ରସ୍ତୁତି ।
ରଥଯାତ୍ରା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ ଡିଜି । ପୁରୀ ଗୋପବନ୍ଧୁ ଆୟୁର୍ବେଦ ହସ୍ପିଟାଲ ପରିସରରେ ଏହି ସମୀକ୍ଷା ବୈଠକ ବସିଥିଲା । ଏହି ବୈଠକରେ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ, ପୁରୀ ଏସ୍ପିଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ । ରଥଯାତ୍ରା ସୁରକ୍ଷା ନେଇ ବ୍ୟାପକ ଆଲୋଚନା ହୋଇଥିଲା ।