ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ପରବର୍ତ୍ତୀ ୨୪ ଘଣ୍ଟାରେ ସେହି ସମାନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ସମ୍ଭାବନା ମଧ୍ୟ ରହିଛି । ଏହାର ପ୍ରଭାବରେ ୨୫ ତାରିଖ ବେଳକୁ ରାଜ୍ୟର ବର୍ଷା ବିସ୍ତୃତି ଆଶଙ୍କା ରହିଛି । ଆଜି ଦକ୍ଷିଣ ଓଡ଼ିଶାର ବର୍ଷାର ପରିମାଣ ଅଧିକ ରହିପାରେ । ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟପଟେ ଘୂର୍ଣ୍ଣିବଳୟ ପ୍ରଭାବରେ ଗତ ଦୁଇ ଦିନ ହେଲା ରାଜ୍ୟରେ ଜାରି ରହିଛି ବର୍ଷା।
ପରବର୍ତ୍ତୀ ୨ ଦିନରେ ତାପମାତ୍ରା ୩ରୁ ୫ ଡିଗ୍ରୀ କମିପାରେ। ଜୁନ୍ ୨୧ ତାରିଖରେ ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ମେଘୁଆ ପାଗ ଓ ବର୍ଷା ସମ୍ଭାବନା ରହିଛି।
ଆଜି ୭ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ୭ ଜିଲ୍ଲାକୁ ଆଲର୍ଟ କରାଯାଇଛି।
ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବିଜୁଳି, ଘଡ଼ଘଡ଼ି ସହ କୁଆପଥର ମାଡ଼ ହୋଇପାରେ। ଏହାସହ ଘଣ୍ଟାପ୍ରତି ୪୦ରୁ ୫୦ କି.ମି. ବେଗରେ ଝଡପବନ ସମ୍ଭାବନା ରହିଛି।
ଆସନ୍ତା ୨ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ପାଇଁ ପାଗ ଅନୁକୂଳ ଥିବା ଭୁବନେଶ୍ୱର ସ୍ଥିତ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେଣୁ ପାଗରେ ମଧ୍ୟ ସାମାନ୍ୟ ପରିବର୍ତ୍ତନ ହୋଇଛି।
ଆଜି ୨୨ଟି ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି। ଏପରିକି କିଛି ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ।
ଗତକାଲି ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଜି ମଧ୍ୟ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟରେ ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି।
୨ ଦିନ ପରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୩ରୁ ୫ ଡିଗ୍ରୀ ତଳକୁ ଖସିବା ସମ୍ଭାବନା ରହିଛି। ସେପଟେ ରାଜ୍ୟରେ କୋହଲା ପାଗ ଓ କିଛି ସ୍ଥାନରେ ବର୍ଷା ଲାଗି ରହିଛି।
ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଶୀତର ବିଶେଷ ସମ୍ଭାବନା ନାହିଁ। ତେବେ ଦକ୍ଷିଣ ଓଡିଶାର କିଛି ଜିଲ୍ଲାର ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
ପଶ୍ଚିମବଙ୍ଗ ନିକଟରେ ଥିବାରୁ ଉତ୍ତର ପଶ୍ଚିମ ଭାଗରେ ଏହାର ଅଧିକ ପ୍ରଭାବ ରହିବ। ଆଗାମୀ ୩ ଦିନ ଧରି ଏହାର ପ୍ରଭାବ ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଏହାର ପ୍ରଭାବରେ ଆଜି ୫ ଜିଲ୍ଳାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ବାତ୍ୟା ‘ଗୁଲାବ’ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ଗତ ୬ ଘଣ୍ଟାରେ ଏହା ଘଣ୍ଟାକୁ ୧୪ କି.ମି. ବେଗରେ ପଶ୍ଚିମ ଦିଗରେ ଗତି କରୁଛି। ଆସନ୍ତା ୬ ଘଣ୍ଟାରେ ଏହା ଆହୁରି ଦୁର୍ବଳ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି।
ପବନ ଓ ବର୍ଷା ସହ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହେବାର ଆଶଙ୍କା ରହିଛି। ତେଣୁ ପ୍ରାଥମିକତା ଭିତ୍ତିରେ ସେହି ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଉପକୂଳକୁ ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ‘ଗୁଲାବ’। ସାମୁଦ୍ରିକ ଝଡ଼ ‘ଗୁଲାବ’କୁ ଦୃଷ୍ଟିରେ ରଖି ଆସନ୍ତାକାଲି ପର୍ଯ୍ୟନ୍ତ ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।
ବଙ୍ଗୋପସାଗରରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସାଙ୍ଗକୁ ଲଘୁଚାପ ସୃଷ୍ଟି ହୋଇପାରେ। ଘୂର୍ଣ୍ଣିବଳୟ ଧୀରେ ଧରେ ସକ୍ରିୟ ହେଉଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଗତ ୬ ଘଣ୍ଟାରେ ଏହା ଘଣ୍ଟା ପ୍ରତି ୧୨ କି.ମି. ବେଗରେ ଗତି କରୁଥିବା ପାଣିପାଗ ବିଭାଗ ସୂଚନା ଦେଇଛି।