ଅପେକ୍ଷା ଆଉ ମାତ୍ର ଦିନକର। ବଡ଼ଦାଣ୍ଡରେ ଗଡ଼ିବ ମହାପ୍ରଭୁଙ୍କ ତିନି ରଥ। ପତିତଜନଙ୍କ ଉଦ୍ଧାର ଲାଗି ବଡ଼ ଦେଉଳର ରତ୍ନ ସିଂହାସନରୁ ଆସି ରଥାରୁଢ଼ ହେବା ପରେ ଜନ୍ମବେଦୀରେ ବିଜେ ହେବେ ଚତୁର୍ଦ୍ଧାମୁରତି। ଗତବର୍ଷ ଭଳି ଏ ବର୍ଷ ବି କରୋନା କଟକଣା ଭିତରେ ଆୟୋଜିତ ହେଉଥିବା ଐତିହାସିକ ଘୋଷଯାତ୍ରା ପାଇଁ ପ୍ରସ୍ତୁତ ରଥ, ପଥ
ସହରର ଅନ୍ୟ ସ୍ଥାନ ଗୁଡ଼ିକରେ କେବଳ ଔଷଧ ଦୋକାନ, ମେଡ଼ିକାଲ୍ ଉପକରଣ ଦୋକାନ ଏବଂ ଚଷମା ଦୋକାନ ଗୁଡ଼ିକୁ ଅନୁମତି ରହିବ। ପୁରୀ ଜିଲ୍ଲା ବାହାରୁ ଆସୁଥିବା ଲୋକଙ୍କ ଚଳପ୍ରଚଳକୁ ରୋକିବା ପାଇଁ ସମସ୍ତ ପ୍ରବେଶ ପଥକୁ ସିଲ୍ କରାଯିବା ସହ ୮ଟି ଚେକିଂ ପଏଣ୍ଟର ବ୍ୟବସ୍ଥା କରାଯିବ ବୋଲି ଚିଠିରେ ଉଲ୍ଲେଖ କରିଛି ପୁରୀ ଜିଲ୍ଲା ପ୍ରଶାସନ।
ତେଣୁ ଆଗୁଆ ଅତ୍ୟାବଶ୍ୟକ ସାମଗ୍ରୀ କିଣିବାକୁ ଜିଲ୍ଲା ପ୍ରଶାସନ ପରାମର୍ଶ ଦେଇଛି। ଯଦି କୌଣସି ପର୍ଯ୍ୟଟକ କିମ୍ବା ଅତିଥି ପୁରୀ ସହରର ହୋଟେଲ, ଲଜ୍, ଧର୍ମଶାଳା, ଗେଷ୍ଟ ହାଉସରେ ରହୁଥିଲେ। ଆଜି ସୁଦ୍ଧା ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। କର୍ଫ୍ୟୁ ବଳବତ୍ତର ଥିବା ସମୟରେ ବଡ଼ଦାଣ୍ଡରେ ବାହନ ଚଳାଚଳ ଉପରେ କଟକଣା ଲଗାଯାଇଛି।
ଛଳଛଳ ଭକ୍ତର ଆଖି, ଯୋଡ଼ ହସ୍ତ ନବଯୌବନ ରୂପରେ କାଳିଆକୁ ଟିକେ ଦର୍ଶନର ଅସୁମାରି ଆବେଗ। ହେଲେ ଦୁଆର ବନ୍ଦ, ସିଂହଦ୍ୱାର ଗୁମୁଟରେ ବିରାଜିତ ପତିତପାବନଙ୍କ ସାନିଧ୍ୟରେ ସୀମିତ ଭକ୍ତ ସାମାନ୍ୟ ସାନ୍ତ୍ୱନା ସିନା ମିଳୁଛି ହେଲେ ତୃପ୍ତ ହେଉନି ମନ। ଆଜି ନେତ୍ରୋତ୍ସବ, ଅନବସର ସରିବା ପରେ ଦେଉଳ ଭିତରେ ନବଯୌବନ ରୂପରେ ଝଟକୁଛନ୍ତି ଜଗା, ବଳିଆଙ୍କ ସହ ଚତୁର୍ଦ୍ଧା ମୂରତି
ସୋଲରେ ତିଆରି ସୁନ୍ଦର ସୁନ୍ଦର ଫୁଲ ମାଳ। ଏସବୁରେ ସଜେଇ ହେବେ ଶ୍ରୀଜିଉଙ୍କ ତିନି ରଥ। ଖୋର୍ଦ୍ଧା ଗୁରୁଜଙ୍ଗ ଭୋଇ ସାହିରୁ ମହାପ୍ରଭୁଙ୍କ ସେବା ପାଇଁ ଯିବ ଏହି ସୋଲ ଫୁଲ। ଚତୁର୍ଦ୍ଧାମୂର୍ତ୍ତିଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଏହି ସେବା କରିବାର ସୁଯୋଗ ପାଇ କେତେ ଖୁସି ଭୋଇ ପରିବାର ? କେମିତି ପ୍ରସ୍ତୁତ ହୋଇଥାଏ ସୋଲ ଫୁଲ ? କେବେଠାରୁ ଓ କେତେ ଦିନ ଲାଗିଥାଏ ଏହାକୁ ତିଆରି କରିବାକୁ, ଜାଣନ୍ତୁ ଏହି ଭିଡ଼ିଓରୁ
ଆଜି ଜଗନ୍ନାଥ ମହାପ୍ରଭୁଙ୍କ ନବଯୌବନ ଦର୍ଶନ। ବନକଲାଗି ନୀତି ପରେ ନୂଆ ରୂପରେ ଅତି ସୁନ୍ଦର ଦିଶୁଛନ୍ତି ମହାପ୍ରଭୁ, କାଲି ଉଭା ଯାତ୍ରା ପରେ ପରେ ସୋମବାର ଦିନ ଘୋଷଯାତ୍ରାରେ ବାହାରିବେ ଶ୍ରୀଜିଉ
OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves
ରଥଉପରେ ତିନି ଠାକୁରଙ୍କ ସୁନବେଶ ଭାରି ସୁନ୍ଦର, ଆକର୍ଷଣୀୟ । ମହଣ ମହଣ ସୁନାରେ ବିମଣ୍ଡିତ ହୋଇ ଠାକୁର ଦିଶିବେ ରାଜା ପରି। ଭକ୍ତ କହିବେ ସେ ପରା ଆମ କାଳିଆ ରାଜା..
\"AKUHA KATHA” (an untold story) is an Odia title which signifies the day to day happenings in today’s society may be it from Family, Social life,
ଏଥିସହ ରଥଯାତ୍ରା ସମୟରେ ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା ଏବଂ ରଥଯାତ୍ରାର ବିଭିନ୍ନ ଆନୁସଙ୍ଗିକ ବ୍ୟବସ୍ଥା ନେଇ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଛନ୍ତି। ବୈଠକରେ ଆଇନ, ଗଣଶିକ୍ଷା ଓ କ୍ରୀଡ଼ା ମନ୍ତ୍ରୀଙ୍କ ସମେତ ପୋଲିସ ଡିଜି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ ଓ ଏସପି ସାମିଲ ହୋଇଥିଲେ। ଗତବର୍ଷ ଭଳି ଏବର୍ଷ ମଧ୍ୟ ପୁରୀରେ ବିନାଭକ୍ତରେ ରଥଯାତ୍ରା ହେବାକୁ ଯାଉଛି।
ଆଜି ସୁସ୍ଥ ହୋଇଛନ୍ତି ମହାପ୍ରଭୁ ଜଗନ୍ନାଥ। ଏହି ସମ୍ବାଦ ପହଞ୍ଚିଛି ପୁରୀ ଗଜପତିଙ୍କ ପାଖରେ। ଏହା ପରେ କେମିତି ରଥଯାତ୍ରା ହେବ ଶୁଣନ୍ତୁ .....
ସୁସ୍ମିତା ମହାରଣା ବଡ଼ଦାଣ୍ଡରେ ତିଆରି କରିଛନ୍ତି କୁନି ନନ୍ଦିଘୋଷ। ନନ୍ଦିଘୋଷ ରଥ ସମ୍ମୁଖରେ ରଖିଛନ୍ତି ତାଙ୍କ ଆଇସ୍କ୍ରିମ୍ କାଠିର ନନ୍ଦିଘୋଷ ରଥକୁ। ଚାଲନ୍ତୁ ଦେଖିବା କେତୋଟି କାଠିରେ ସେ ତିଆରି କରିଛନ୍ତି।