ବ୍ୟାଙ୍କ୍ ଲକର୍ରେ ରଖାଯାଇଥିବା ସାମଗ୍ରୀ ଗାଏବ ହେଲେ କିମ୍ବା କୌଣସି ପ୍ରକାର କ୍ଷତି ହେଲେ ଏଥିପାଇଁ କ୍ଷତିପୂରଣ ଦେବେ ବ୍ୟାଙ୍କ୍ କର୍ତ୍ତୃପକ୍ଷ। ଲକରର ବାର୍ଷିକ ଦେୟ ଯେତେ ଥିବ, ତା’ର ଶହେ ଗୁଣା କ୍ଷତିପୂରଣ ଗ୍ରାହକକୁ ଦେବେ ବ୍ୟାଙ୍କ କର୍ତ୍ତୃପକ୍ଷ। ବୁଧବାର ଏହି ନିର୍ଦ୍ଦେଶ ଦେଇଛନ୍ତି ରିଜର୍ଭ ବ୍ୟାଙ୍କ୍। ତେବେ ପ୍ରାକୃତିକ ବିପର୍ଯ୍ୟୟ କିମ୍ବା ଗ୍ରାହକଙ୍କ ଅବହେଳାରୁ କ୍ଷତି ହେଲେ ବ୍ୟାଙ୍କ୍ କର୍ତ୍ତୃପକ୍ଷ ଦାୟୀ ହେବେ ନାହି। ତା ଛଡ଼ା ଲକର୍ ସାମଗ୍ରୀ ପାଇଁ ସଂପୃକ୍ତ ବ୍ୟାଙ୍କ୍ କର୍ତ୍ତୃପକ୍ଷ ଗ୍ରାହକଙ୍କୁ ବୀମା ବିକ୍ରି କରି କରିପାରିବେ ନାହିଁ ।