ଦୁଇଟି ପୃଥକ୍ ପୃଥକ୍ ସ୍ଥାନରେ ସ଼ଡକ ଦୁର୍ଘଟଣାରେ ୫ଜଣଙ୍କ ଜୀବନ ଚାଲି ଯାଇଛି। କେଉଁଠି ଗଛରେ ତ କେଉଁଠି ବିଦ୍ୟୁତ୍ ଖୁଣ୍ଟରେ ବାଇକ୍ ପିଟି ହେବା ଯୋଗୁ ୫ ଜଣଙ୍କ ମୃତ୍ୟୁ ଘଟିଛି।
ବୌଦ୍ଧ ଜିଲ୍ଲାରେ ଦିନକୁ ଦିନ ବଢି ବଢି ଚାଲିଛି ଦୁର୍ଘଟଣାର ହାର । ସଡକ ଦୁର୍ଘଟଣାରେ ଅକାରଣେ ଜୀବନ ହରାଉଛନ୍ତି ଅନେକ ଲୋକ । ଭାଂଗି ଯାଉଛି ଅନେକ ପରିବାରର ହସ ଖୁସିର ସଂସାର
ଡେରାଡୁନରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୧୧ ଜଣଙ୍କ ଜୀବନ ଚାଲି ଯାଇଥିବା ବେଳେ ୪ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଆହତଙ୍କୁ ସ୍ଥାନୀୟ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି।
ଖୋର୍ଦ୍ଧା- ବଲାଙ୍ଗୀର ୫୭ ନମ୍ବ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ୨ ଜଣ ମହିଳାଙ୍କ ମୃତ । ଏହାକୁ ନେଇ ଘଟଣା ସ୍ଥଳରେ ଉତ୍ତେଜନା ଦେଖା ଦେଇଛି। ଉତ୍ୟକ୍ତ ଲୋକେ ଟାୟାର ଜାଳି ଜାତୀୟ ରାଜପଥ ଅବରୋଧ କରିଛନ୍ତି ।
ମରଣଯନ୍ତା ପାଲଟିଛି ବ୍ରହ୍ମପୁର ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥ। ଦୁର୍ଘଟଣା ବଢିବା ସହ ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ି ଚାଲିଛି। ୩ ବର୍ଷ ମଧ୍ୟରେ ଗଲାଣି ଶତାଧିକ ଜୀବନ।
ଦିନକୁ ଦିନ ବଢିବାରେ ଲାଗିଛି ଦୁର୍ଘଟଣା। ସ୍ଥିତି ଏମିତି ହେଲାଣି ଯେ, ଦୁର୍ଘଟଣାର ଶିକାର ହୋଇ ରାସ୍ତା ଉପରେ ହିଁ ଅନେକ ଲୋକ ପ୍ରାଣ ହରାଉଛନ୍ତି। ଯାହାକୁ ନେଇ କେନ୍ଦ୍ର ସରକାରଙ୍କର ଚିନ୍ତା ବଢିଛି। ଦୁର୍ଘଟଣାକୁ ଏଡ଼ାଇବା ପାଇଁ କେନ୍ଦ୍ରଠୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ଅନେକ ଯୋଜନା କରିଛନ୍ତି ସତ କିନ୍ତୁ କିଛି ଲାଭ ହେଉନାହିଁ।
ଆଜି ସକାଳେ ଏହି ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍-ବସ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୫ରୁ ୩୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଆହତଙ୍କୁ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି।
କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଜାତୀୟ ରାଜପଥ ୨୦ର ଦରଖଳା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ନୂଆଦିଲ୍ଲୀ ସ୍ଥିତ ଜାତୀୟ ମାନ ନିର୍ଦ୍ଧାରଣ ଅଧିକାରୀ ଗୁହାର ଚନ୍ଦ ପନୱାରଙ୍କ ମୃତ୍ୟୁ ଘଟିଛି।
ଗଂଜାମ ଗାଙ୍ଗପୁର ଥାନା କୁଲାଙ୍ଗି-କାଳିଆଗୁଡ଼ା ରାସ୍ତାରେ ଓଲଟିଛି ନୀଳକଣ୍ଠ ନାମକ ଯାତ୍ରୀବାହୀ ବସ । ବସଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଛି । ନୀଳକଣ୍ଠ ନାମକ ଘରୋଇ ବସ ଟି ସୋରଡା ରୁ ଭଞ୍ଜନଗର ଅଭିମୁଖେ ଯାତ୍ରା କରୁଥିଲା । ବସ ରେ ୩୦ ରୁ ଅଧିକ ଯାତ୍ରୀ ଥିଲେ ।
ଅଜଣା ଗାଡ଼ି ଧକ୍କାରେ ୨ ମହିଳା ମୃତ। ଗାଧୋଇବା ପାଇଁ ନାଳକୁ ଯାଉଥିବା ବେଳେ ଏମାନଙ୍କୁ ଏକ ଅଜଣା ଗାଡ଼ି ଧକ୍କା ଦେଇଥିବା ସୂଚନା ମିଳିଛି। ଆଜି ଭୋର ସମୟରେ ଗାଁ ନିକଟ ଏକ ନାଳକୁ ଗାଧୋଇବା ପାଇଁ ଯାଉଥିଲେ।
୧୬ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍କୁ ପଛରେ ବାଇକ୍ ପିଟି ହେବା ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି।
କନଷ୍ଟେବଲ୍ଙ୍କ ଉପରେ ମାଡ଼ିଗଲା କାର୍। ମର୍ଣ୍ଣିଂ ୱାକ୍ କରୁଥିବା ବେଳେ ଜଣେ କନଷ୍ଟେବଲ୍ଙ୍କୁ କାର୍ ଧକ୍କା ଦେଇଥିବା ଜଣାପଡ଼ିଛି। ବାଙ୍କୀ-କଟକ ରାସ୍ତାର କଇଁମୁଣ୍ଡି ଫାଣ୍ଡି ନିକଟସ୍ଥ ଚାରିଘରିଆ ଛକ ଠାରେ ଏହି ଦୁର୍ଘଟଣା ଘଟିଛି।
ବସ୍ ଡ୍ରାଇଭରଙ୍କ ମାନବିକତା । ସାଧାରଣତଃ ବସ୍ ଦୁର୍ଘଟଣା ହେବା ମାତ୍ରେ, ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଥାଏ । କାରଣ ତା ମନରେ ଭୟ ଥାଏ, ଦୁର୍ଘଟଣା ଯୋଗୁଁ ବସ୍ ଯାତ୍ରୀ ହୁଅନ୍ତୁ କିମ୍ବା ସ୍ଥାନୀୟ ଲୋକ, ପ୍ରଥମେ ଚାଳକକୁ ହିଁ ଦୋଷ ଦେଇଥାନ୍ତି ।
ଗତ ୨୪ ଘଣ୍ଟାରେ କୋରାପୁଟରେ ୨ଟି ଦୁର୍ଘଟଣା ଘଟିଛି। ସୌଭାଗ୍ୟବଶତଃ, ଦୁର୍ଘଟଣାରେ କାହାର ମୃତ୍ୟୁ ଘଟି ନାହିଁ। ଭାରସାମ୍ୟ ହରାଇ ରାସ୍ତାକଡ଼କୁ ବସ୍ ଓଲଟି ପଡ଼ିବା ଯୋଗୁ ୪ ଜଣ ଆହତ ହୋଇଥିବା ବେଳେ ବୋଲେରୋ ଓଲଟି ୧୫ ଜଣ ଆହତ ହୋଇଛନ୍ତି।
ଗଛରେ କାର୍ ପିଟି ହେବା ଯୋଗୁ ଗୋଟିଏ ପରିବାରର ୪ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ମଧ୍ୟ ହୋଇଛନ୍ତି।ଝାଡ଼ଖଣ୍ଡ ଖୁଣ୍ଟି ନିକଟ ତରପା ଚୁର୍ଗି ନଦୀ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।
ଅସୁରକ୍ଷିତ ଜାତୀୟ ରାଜପଥ। ଯାଜପୁର ଜିଲ୍ଲା ଦେଇ ଯାଇଥିବା ୨୦ ନମ୍ବର ଜାତୀୟ ରାଜପଥ ହେଉ କିମ୍ବା ମୟୂରଭଞ୍ଜ ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ, ଏଗୁଡିକ ଏବେ ମରଣଯନ୍ତା ପାଲଟିଛି। ଗାଡ଼ି ଚଳାଇବାକୁ ଡରୁଛନ୍ତି ଡ୍ରାଇଭର, ଯା’ଆସ କରିବାକୁ ଭୟ କରୁଛନ୍ତି ଲୋକେ।
ଏମିତି ବି ଆସେ ମୃତ୍ୟୁ ! ମନ୍ଦିରରୁ ଫେରୁଥିବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ପିକ୍ଅପ୍ ଭ୍ୟାନ୍। ଆଜି ସକାଳୁ ସକାଳୁ ବଲାଙ୍ଗିର ସହରରେ ଏହି ଦୁଃଖଦ ଘଟଣା ଘଟିଛି।
ପୁଣି ଜଣେ ବିଚାରପତିଙ୍କୁ ହତ୍ୟା ଉଦ୍ୟମ। ଫତେହପୁର ଜିଲ୍ଲା ଦୌରା ଜଜ୍ ଗୁରୁବାର ଏକ ବଡ ସଡକ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି।
ରାସ୍ତାରେ ବସ୍ଟି ହଠାତ୍ ଖରାପ ହୋଇଗଲା। ଅନେକ ଯାତ୍ରୀ ବସ୍ ଭିତରେ ଥିଲେ। ଆଉ କିଛି ଯାତ୍ରୀ ବସ୍ ତଳେ ଶୋଇଥିଲେ। ଟ୍ରେଲରଟି ବସ୍କୁ ଧକ୍କା ଦେବା ସହ ତଳେ ଶୋଇଥିବା ଲୋକଙ୍କ ଉପରେ ଚଢି ଯାଇଥିଲା।
ବସ୍ ଦୁର୍ଘଟଣାରେ ୩ ଜଣ କଂଗ୍ରେସ କର୍ମୀଙ୍କ ମୃତ୍ୟୁ ଘଟିଛି। ପଞ୍ଜାବର ମୋଗା ଜିଲ୍ଲାରେ ଏହି ଦୁର୍ଘଟଣା ଘଟିଛି। ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି।
ଖୋର୍ଦ୍ଧା: ଖୋର୍ଦ୍ଧା ବୋଲଗଡ଼ ପିଚୁକୁଳିରେ ଦୁଇ ଦୁଇଟି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଗୁରୁତର ହୋଇଛନ୍ତି। ପିଚୁକୁଳି ବଜାରରେ ଭାରସାମ୍ୟ ହରାଇ ରାସ୍ତାକଡ଼ର ଏକ ଦୋକାନ ଉପରେ ଏକ ହାଇୱା ମାଡ଼ି ଯାଇଥିଲା। ଫଳରେ ଏହି ଦୋକାନରେ ଥିବା ୪ ଜଣ ଗୁରୁତର ହୋଇଛନ୍ତି। ସେହିପରି ପିଚୁକୁଳି ବଜାରଠାରୁ କିଛି ଦୂରରେ ଆଉ ଏକ ଦୁର୍ଘଟଣା ଘଟିଛି। ବିଦ୍ୟୁତ ଖୁଣ୍ଟ ସହ ଏକ ଦ୍ରୁତଗାମୀ କାର ଧକ୍କା ହେବାରୁ […]
ଢେଙ୍କାନାଳ: ଢେଙ୍କାନାଳ ମୋଟଙ୍ଗାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଗୋଟିଏ ପରିବାରର ୩ ସଦସ୍ୟଙ୍କ ଅକାଳ ବିୟୋଗ। ଆଜି ଭୋରରୁ ୫୫ ନମ୍ବର ଜାତୀୟ ରାଜପଥର ମୋଟଙ୍ଗା ନବଭାରତ ଛକରେ ଏହି ଦୁର୍ଘଟଣା ଘଟିଛି। କାର ଉପରେ ଏକ ଟ୍ରକ୍ ମାଡି ଯିବାରୁ ଘଟଣାସ୍ଥଳରେ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ତିନି ଜଣ ହେଲେ ଗୋବିନ୍ଦ ତ୍ରିପାଠୀ, ତାଙ୍କ ପତ୍ନୀ ମୋନାଲିସା ତ୍ରିପାଠୀ ଏବଂ ପୁଅ ସୌରଭ ତ୍ରିପାଠୀ। ତାଳଚେର ବଲଣ୍ଡା ଅଞ୍ଚଳର ଏହି […]
ସୁବର୍ଣ୍ଣପୁର : ସୁବର୍ଣ୍ଣପୁରରେ ସଡ଼କ ଦୁର୍ଘଟଣା। ଅଳ୍ପକେ ବର୍ତ୍ତିଲେ ବହୁ ଯାତ୍ରୀ। ସୋନପୁର-ସମ୍ବଲପୁର ରାସ୍ତାର ଅଇଁଲାଛାଟ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୮ ଜଣ ଆହତ ହୋଇଥିବା ବେଳେ ଜଣେ ଗୁରୁତର ଅଛନ୍ତି। ଆହତ ମାନଙ୍କୁ ଉଲୁଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସଟି ଭାରସାମ୍ୟ ହରାଇ ଗଛରେ ପିଟି ହେବାରୁ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।
ମହାରାଷ୍ଟ୍ର: ମହାରାଷ୍ଟ୍ରର ସତାରା ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା। ଦ୍ରୁତ ଗତିରେ ଥିବା ଏକ ଟ୍ରକ୍ ବାରିକେଡ଼ରେ ଚଢ଼ିଯିବାରୁ ଘଟଣାସ୍ଥଳରେ ୧୭ଜଣ ନିର୍ମାଣଧୀନ ଶ୍ରମିକଙ୍କ ମୃତ୍ୟୁ ହେବାସହ ୧୫ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ଅଧିକାଂଶ ମହିଳା ଥିବାର ଜଣାପଡ଼ିଛି। ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ, ଶ୍ରମିକମାନେ କର୍ଣ୍ଣାଟକର ବିଜାପୁରରରୁ ପୁନେ ଅଭିମୁଖେ ଯାଉଥିଲେ। ଘଟଣାସ୍ଥଳରେ ଡ୍ରାଇଭର ନିୟନ୍ତ୍ରଣ ହରାଇବାରୁ ଗାଡ଼ିଟି ମୁମ୍ବାଇ-ବେଙ୍ଗାଲୁରୁ ହାଇୱେ ଓଭରଟର୍ଣ୍ଣିଂ କରିବା ପୂର୍ବରୁ ଖମ୍ବାଟ୍କି ଘାଟ ନିକଟରେ […]
ଭଦ୍ରକ: ଭଦ୍ରକରେ ସିରିଜ୍ ଦୁର୍ଘଟଣା। ପଛକୁ ପଛ ୪ଟି ଟ୍ରକ ମଧ୍ୟରେ ଧକ୍କା ହେବାଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। NH-୧୬ ଚରମ୍ପା ରେଲୱେ ଓଭରବ୍ରିଜ୍ ନିକଟରେ ଏହି ଦୁର୍ଘଟଣା ଘଟିଛି। ସୂଚନା ଅନୁସାରେ, ଆଜି ସକାଳ ସାଢ଼େ ୬ଟା ବେଳେ ସେଠାରେ ଆରଟିଓ ଚେକିଂ ହେଉଥିଲା। ତେବେ ହୋମ୍ଗାର୍ଡ଼ ଜଣକ ଗୋଟିଏ ଟ୍ରକ୍କୁ ଅଟକାଇବା ପାଇଁ ଚେଷ୍ଟା କରିବାରୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଦ୍ରୁତ ଗତିରେ ଆସୁଥିବା ଟ୍ରକ୍ଟି […]