କଳଙ୍କିତ ମନ୍ତ୍ରୀଙ୍କୁ ଗୃହରେ ପୂରାଇ ଦେବୁ ନାହିଁ । ମନ୍ତ୍ରୀ ହତ୍ୟା ଘଟଣାରେ ପୂରା ସାମିଲ ଅଛନ୍ତି । କିନ୍ତୁ ସରକାର କିଛି କରୁନାହାନ୍ତି ।
ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ରାୟପୁର ଘରେ ଘଟିଥିଲା କଣ ? ଏହାର ଗୁମର ଖୋଲିଛନ୍ତି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା । ମମିତା ହତ୍ୟା ମାମଲାରେ ରାୟପୁର ବୁଝାମଣା ନେଇ ଖୁଲାସା କଲେ ବିଧାୟକ ସନ୍ତୋଷ ସିଂହ ସାଲୁଜା । ପୂର୍ବରୁ ବିଜୟ ମହାପାତ୍ର, ନରସିଂହ ମିଶ୍ର ଏ ପ୍ରସଙ୍ଗରେ ଉଠାଇଥିଲେ, ଆଉ ଏବେ ପୁଣି ଥରେ ରାୟପୁର କଥା ଉଠାଇଛନ୍ତି କଂଗ୍ରେସ ବିଧାୟକ।