ସୁମିତ୍ଙ୍କ ଘର ସାମ୍ନାରେ ୧୪୪ ଧାରା ଲାଗୁ ହେଲା। ବ୍ରହ୍ମାନଗର ଅଂଚଳରେ ଥିବା ସୁମିତଙ୍କ ଘର ଆଗରେ ପୋଲିସ ୧୪୪ ଧାରା ଲାଗୁ କରିଛି। ସୂଚନା ଅନୁସାରେ, ଅନିର୍ଦ୍ଦିଷ୍ଟକାଳ ପାଇଁ ୧୪୪ ଲାଗିଛି।
ଚଳିତ ବର୍ଷ ପଞ୍ଚୁକରେ ବାବା ଧବଳେଶ୍ୱରଙ୍କ ଦର୍ଶନ ବନ୍ଦ । ଧବଳେଶ୍ୱରଙ୍କ ପୀଠରେ ପଞ୍ଚୁକ ଓ ବଡଓଷାରେ କଟକଣା ଲଗାଇଲା ପ୍ରଶାସନ । ଆଜି ଅଁଳା ନବମୀଠାରୁ କାର୍ତ୍ତିକ ପୂର୍ଣ୍ଣିମା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ୧୨ରୁ ୧୯ ତାରିଖ ଯାଏଁ ପୀଠରେ ୧୪୪ ଧାରା ବଳବତ୍ତର ରହିବ । କେବଳ ବିଧି ରକ୍ଷା ପାଇଁ ହେବ ନୀତିକାନ୍ତି ।
ଆଜି ପବିତ୍ର ମାସ କାର୍ତ୍ତିକର ପ୍ରଥମ ସୋମବାର ରାଜ୍ୟର ବିଭିନ୍ନ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି ।ମହାଦେବଙ୍କ ଦର୍ଶନ କରି ଆଶିଷ ଲାଭ କରୁଛନ୍ତି ଶ୍ରଦ୍ଧାଳୁ। ସେହିପରି ଶ୍ରୀକ୍ଷେତ୍ର ପୁରୀରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି।