ପ୍ରବଳ ଦାବି ପରେ ଆଜିଠୁ ଖୋଲିଛି ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାର । ପୁରୀବାସୀ ଏହି ପଶ୍ଚିମଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ । ଏନେଇ ସୂଚନା ଦେଇଛନ୍ତି ପୁରୀ ଉପଜିଲ୍ଲାପାଳ । ତେବେ ପୁରୀ ବାସିନ୍ଦା ପରିଚୟପତ୍ର ଦେଖାଇ ପଶ୍ଚିମ ଦ୍ୱାର ଦେଇ ଶ୍ରୀମନ୍ଦିର ଭିତରକୁ ଯାଇପାରିବେ ବୋଲି ସୂଚନା ମିଳିଛି ।
କୋଭିଡ ମହାମାରୀ ସମୟରେ କେବଳ ସିଂହଦ୍ୱାର ଦେଇ ସମସ୍ତ ଭକ୍ତଙ୍କୁ ମନ୍ଦିର ଭିତରକୁ ପ୍ରବେଶ ଅନୁମତି ଥିଲା । ଏବେ ସିଂହଦ୍ୱାର ଏବଂ ପଶ୍ଚିମ ଦ୍ୱାର ଭକ୍ତଙ୍କ ପାଇଁ ଖୋଲାରହିବ ।
ରୀତିନୀତି ପରେ ଶ୍ରୀନଅରରୁ ଆସି ଶରଧାବାଲିରେ ପହଞ୍ଚିଥିଲେ ଜଗନ୍ନାଥଙ୍କ ଆଦ୍ୟ ସେବକ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଆରମ୍ଭ କରିଥିଲେ ଛେରାପହଁରା। ଏହାପରେ ପହଞ୍ଚିଯାଇଥିଲା ସେଇ ମହାର୍ଘ ମୁହୂର୍ତ୍ତ।
ଶ୍ରୀମନ୍ଦିରକୁ ବାହୁଡ଼ିଲେ ମହାବାହୁ । ସିଂହଦ୍ୱାର ସାମ୍ନାରେ ଲାଗିଲା ୩ ରଥ । ତାଳଧ୍ୱଜ, ଦର୍ପଦଳନ ପରେ ନନ୍ଦିଘୋଷ ରଥ ଲାଗିଛି । ସଂଧ୍ୟା ୬ଟା ୪୩ରେ ସିଂହଦ୍ୱାର ସାମ୍ନାରେ ଲାଗିଲା ନନ୍ଦିଘୋଷ ।
୨୪ ଘଣ୍ଟିଆ ସଶସ୍ତ୍ର ପୋଲିସ ପହରା ଓ ସିସିଟିଭି ନିରୀକ୍ଷଣରେ ହେବ ରୁପା ଛାଉଣି।