ମଙ୍ଗଳାର୍ପଣ,ଡୋରଲାଗି ଓ ପୁଷ୍ପାଞ୍ଜଳି ପରେ ଧାଡ଼ି ପହଣ୍ଡିରେ ରତ୍ନସିଂହାସନରୁ ସ୍ନାନବେଦୀକୁ ଓହ୍ଲାଇ ଆସିଛନ୍ତି ଚତୁର୍ଦ୍ଧାମୂରତି। ପ୍ରଥମେ ଚକ୍ରରାଜ ସୁଦର୍ଶନ, ତାପରେ ବଡ଼ଠାକୁର ବଳଭଦ୍ର, ତାଙ୍କ ପଛକୁ ଦେବୀ ସୁଭଦ୍ରା ଓ ଶେଷରେ ଆସି ସ୍ନାନ ବେଦୀରେ ବିଜେ କରିଛନ୍ତି ମହାପ୍ରଭୁ ଜଗନ୍ନାଥ ।
ବିଚିତ୍ର ଠାକୁର କାଳିଆ ଗୋସେଁଇ। ଅଜବ ତାଙ୍କର ନୀତିକାନ୍ତି। ସବୁକିଛି ମାନବ ପରି। ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ କଳସୀର ପବିତ୍ର ଜଳରେ ସ୍ନାନ କରନ୍ତି ଶ୍ରୀଜିଉ। ଏହି ଅନନ୍ୟ ପରମ୍ପରା ସମସ୍ତ ଜଗନ୍ନାଥ ପ୍ରେମୀଙ୍କୁ ଭାବବିହ୍ୱଳ କରିଦିଏ।
ଆଜି ଦେବସ୍ନାନ ପୂର୍ଣ୍ଣିମା । ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ଦେବସ୍ନାନ ନୀତି ଅନୁଷ୍ଠିତ ହେଉଛି । ଚତୁର୍ଦ୍ଧାମୂରତି ରତ୍ନବେଦି ଛାଡ଼ି ସ୍ନାନବେଦିକୁ ବିଜେ କରୁଛନ୍ତି । ଏହାସହ ଆଜି ୧୦୮ ଗରା ସୁବାସିତ ଜଳରେ ଆଜି ସ୍ନାନ କରିବେ ଶ୍ରୀଜିଉ । ଦେବସ୍ନାନ ପୂର୍ଣ୍ଣମୀ ପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇ ଉଠିଛି । ଦେଖନ୍ତୁ କିଛି ଚିତ୍ର...