ସୁଭାଷ ଚନ୍ଦ୍ର ବୋଷ ଭାରତୀୟ ସିଭିଲ୍ ସର୍ଭିସ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିଲେ ମଧ୍ୟ ବ୍ରିଟିଶ ସରକାରରେ ସେବା କରିବାକୁ ମନା କରିଦେଇଥିଲେ। ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ସେ ଜାପାନ ଏବଂ ଜର୍ମାନୀର ସହଯୋଗରେ "ଆଜାଦ ହିନ୍ଦ୍ ଫୌଜ୍" ପ୍ରତିଷ୍ଠା କରିଥିଲେ।
ଆଜି ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ। ନେତାଜୀ ସୁଭାଷ ଚନ୍ଦ୍ର ବୋଷ ହେଉଛନ୍ତି ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଆଜାଦ ହିନ୍ଦ ଫୌଜର ପ୍ରତିଷ୍ଠାତା।