କରୋନା ଟିକାକୁ ନେଇ ବଡ଼ ରାୟ ଦେଲେ ସୁପ୍ରିମକୋର୍ଟ। କହିଲେ, ଭ୍ୟାକ୍ସିନ ନେବା ପାଇଁ ବାଧ୍ୟ ନୁହନ୍ତି ଜନତା। ଏମିତିକି କରୋନା ଟିକାର ପ୍ରମାଣ ପତ୍ର କୌଣସି ସ୍ଥାନରେ ଦାଖଲ କରିବା ଜରୁରୀ ନୁହେଁ
ଖାଲି ଡେଲ୍ଟା ନୁହେଁ ବରଂ କରୋନାର ନୂଆ ଭ୍ୟାରିଆଣ୍ଟ ଓମିକ୍ରନ୍କୁ ନେଇ ସାରା ଦେଶ ଆତଙ୍କିତ ହୋଇପଡିଛି । ଏମିତିକି ଦେଶରେ ପ୍ରାୟ ସ୍ଥାନରେ ବୁଷ୍ଟର ଡୋଜ ଟିକାକରଣ ମଧ୍ୟ କରାଯାଉଛି। ଏହାରି ଭିତରେ ସୁପ୍ରିମକୋର୍ଟ କେନ୍ଦ୍ରକୁ କହିଛନ୍ତି ଯେ, କୌଣସି ବ୍ୟକ୍ତିର ଇଚ୍ଛା ବିରୁଦ୍ଧରେ କିମ୍ବା ବାଧ୍ୟତାମୂଳକ ଭାବେ ଟିକା ଦିଆଯିବ ନାହିଁ । ଏମିତିକି ତାଙ୍କୁ ବାଧ୍ୟ ମଧ୍ୟ କରାଯିବ ନାହିଁ ।
ଆଇନର ଉଦ୍ଦେଶ୍ୟ ପୂରଣ କରୁନଥିବା ତଥା ବାଧା ସୃଷ୍ଟି କରୁଥିବା ନିୟମକୁ ପରିବର୍ତ୍ତନ କରିବା ଉଚିତ୍ ବୋଲି କହିଛନ୍ତି ସୁପ୍ରିମକୋର୍ଟ । ଏହା ପରିବର୍ତ୍ତେ ଆଇନର ଉଦ୍ଦେଶ୍ୟକୁ ପୂରଣ କରୁଥିବା ସଂଜ୍ଞା ନିରୂପଣ କରାଯିବା ଉଚିତ୍ ବୋଲି କହିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଫିରୋଜପୁର ଗସ୍ତବେଳେ ସୁରକ୍ଷା ତ୍ରୁଟି ପ୍ରସଙ୍ଗ ଘଟଣାର ତଦନ୍ତ ନେଇ ଉଚ୍ଚସ୍ତରୀୟ କମିଟି ଗଠନ କଲେ ସୁପ୍ରିମକୋର୍ଟ । ସୁପ୍ରିମକୋର୍ଟଙ୍କ ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ନେତୃତ୍ୱରେ କମିଟି ଗଠନ ହୋଇଛି ।
ନିଆଁ ଲାଗିବା ଭଗବାନଙ୍କ କାମ ବୋଲି ଆହ୍ଲାବାଦ ହାଇକୋର୍ଟ ରାୟ ଦେଇଥିଲେ । ସୁପ୍ରିମକୋର୍ଟ ଏହି ମାମଲାର ଶୁଣାଣି କରି ହାଇକୋର୍ଟଙ୍କ ରାୟକୁ ଖାରଜ କରିଦେଇଛନ୍ତି । ସୁପ୍ରିମକୋର୍ଟ କହିଛନ୍ତି, ଏହାକୁ କଦାପି ଭଗବାନଙ୍କ କାମ ବୋଲି କୁହାଯାଇପାରିବ ନାହିଁ । ଜଷ୍ଟିସ ଏ ଏମ ଖାନୱିଲକରଙ୍କ ଅଧ୍ୟକ୍ଷତାରେ ଗଠିତ ଏକ ତିନି ଜଣିଆ ଖଣ୍ଡପୀଠ ଏହି ରାୟ ଦେଇଛନ୍ତି ।
କେନ୍ଦ୍ରୀୟ ପ୍ୟାନେଲକୁ ପଞ୍ଜାବ ପୋଲିସ, ସରକାର, ଗୁଇନ୍ଦା, ଏସପିଜି ଏବଂ ସୁରକ୍ଷାରେ ମୁତୟନ ଥିବା ସମସ୍ତ ସଂସ୍ଥା ସମ୍ପୂର୍ଣ୍ଣ ଭାବେ ସହଯୋଗ କରିବାକୁ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି।
ସୁପ୍ରିମକୋର୍ଟରେ କୋଟିଆ ମାମଲାର ଶୁଣାଣି । ଆଜି ସୁପ୍ରିମକୋର୍ଟରେ ଏହି ମାମଲାର ଶୁଣାଣି ବେଳେ ନିଜ ପକ୍ଷ ରଖି ଏହି ଆବେଦନ କରିଛି ଆନ୍ଧ୍ର । ତେବେ ନିଷ୍କର୍ଷ ନ ବାହାରିବା ଯାଏ ମାମଲା ଚାଲିବ । ଜାନୁଆରି ପ୍ରଥମ ସପ୍ତାହରେ ଏହାର ପରବର୍ତ୍ତୀ ଶୁଣାଣି ହେବ ।
ପୁଣି ଘୁଞ୍ଚିଲା କୋଟିଆ ଶୁଣାଣି । ସୁପ୍ରିମକୋର୍ଟରେ କୋଟିଆ ମାମଲାର ଶୁଣାଣି । ଯେ ପର୍ଯ୍ୟନ୍ତ ଉଭୟ ରାଜ୍ୟ ମିଶି ସମାଧାନର ରାସ୍ତା ନବାହାର କରିଛନ୍ତି ସେ ପର୍ଯ୍ୟନ୍ତ ସୁପ୍ରିମକୋର୍ଟରେ ଏହି ମାମଲା ଚାଲୁ ରହିବ । ଉଭୟ ରାଜ୍ୟଙ୍କୁ ସେ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ । ଏହାର ପରବର୍ତ୍ତି ଶୁଣାଣି ଜାନୁଆରୀ ମାସର ପ୍ରଥମ ସପ୍ତାହ ମଧ୍ୟରେ ହେବ ।
ଅନଲାଇନ୍ ନୁହେଁ, ଅଫଲାଇନରେ ହେବ ସିବିଏସ୍ଇର ଟର୍ମ-୧ ବୋର୍ଡ ପରୀକ୍ଷା। ସୁପ୍ରିମକୋର୍ଟ ଆଜି ଏହି ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଶୁଣନ୍ତୁ ଏ ସଂକ୍ରାନ୍ତ ପୁରା ଖବର ।
ପିଲାମାନଙ୍କୁ ଯୌନ ଶୋଷଣରୁ ରକ୍ଷା କରିବା ପାଇଁ ସୁପ୍ରିମକୋର୍ଟ ଏକ ଐତିହାସିକ ରାୟ ଦେଇଛନ୍ତି । ମନ୍ଦ ଉଦ୍ଦେଶ୍ୟ ରଖି ଶରୀରର ବିଭିନ୍ନ ଅଙ୍ଗକୁ ଛୁଇଁବା POCSO ଆକ୍ଟ ଅଧୀନରେ ଆସୁଛି । କେବଳ ସ୍କିନ ଟୁ ସ୍କିନ୍ ଟଚ୍ ଅପରାଧ ନୁହେଁ । ହାଇକୋର୍ଟଙ୍କ ଆଦେଶକୁ ରଦ୍ଦ କରି ସୁପ୍ରିମକୋର୍ଟ ଦେଲେ ଏହି ରାୟ ।
ବଡ଼ ରାୟ ଦେଲେ ସୁପ୍ରିମକୋର୍ଟ। କହିଲେ, ଅନଲାଇନ୍ ନୁହେଁ, ଅଫଲାଇନ୍ରେ ହେବ ସିବିଏସ୍ଇର ଟର୍ମ-୧ ବୋର୍ଡ ପରୀକ୍ଷା
ରାଜଧାନୀରେ ବଢ଼ୁଥିବା ପ୍ରଦୂଷଣକୁ ଦୃଷ୍ଟିରେ ରଖି ସମସ୍ତ କର୍ମଚାରୀଙ୍କ ୱାର୍କ ଫ୍ରମ୍ ହୋମ୍ ବ୍ୟବସ୍ଥା କରିବାକୁ ସୁପାରିଶ ହୋଇଥିଲା । କିନ୍ତୁ ଏଥିରେ ରାଜି ନୁହଁନ୍ତି କେନ୍ଦ୍ର ସରକାର ।
ବାୟୁ ପ୍ରଦୂଷଣ ପାଇଁ ଦିଲ୍ଲୀରେ ହୋଇପାରେ ଲକଡାଉନ୍ । ସୁପ୍ରିମକୋର୍ଟରେ କେଜ୍ରିଓ୍ୱାଲ୍ ସରକାରଙ୍କ ସତ୍ୟପାଠ ଦାଖଲ । ୨୪ ଘଣ୍ଟାରେ ଆକ୍ସନ ପ୍ଲାନ୍ ପ୍ରସ୍ତୁତ କରିବାକୁ ସୁପ୍ରିମକୋର୍ଟ ଦେଲେ ଆଦେଶ।
କରୋନା ପରେ ବାୟୁ ପ୍ରଦୂଷଣକୁ ନେଇ ଦିଲ୍ଲୀରେ ଲାଗୁ ହୋଇପାରେ ଲକଡାଉନ୍ । ଦିଲ୍ଲୀରେ ସମ୍ପୂର୍ଣ୍ଣ ଲକଡାଉନ୍ କରିବାକୁ ଆଜି କେଜରିୱାଲ ସରକାର ପକ୍ଷରୁ ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖଲ କରାଯାଇଛି ।
ମହାମାରୀ କରୋନା ପରେ ଏବେ ଦିଲ୍ଲୀରେ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି। ସ୍ଥିତି ଏଭଳି ହୋଇଛି ଯେ, ଲୋକଙକୁ ଘର ଭିତରେ ବି ମାସ୍କ ପିନ୍ଧିକି ରହିବାକୁ ପଡୁଛି।
ସୁପ୍ରିମକୋର୍ଟଙ୍କ ତତ୍ୱାବଧାନରେ ହେବ ପେଗାସସ୍ ସ୍ପାଏେୱର ମାମଲାର ତଦନ୍ତ । ଏଥିପାଇଁ ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍ ଆର.ଭି. ରବୀନ୍ଦ୍ରନଙ୍କ ଅଧ୍ୟକ୍ଷତାରେ ୩ ଜଣିଆ କମିଟି ଗଠନ କରିଛନ୍ତି ସୁପ୍ରିମକୋର୍ଟ। ଏହି କମିଟି ସୁପ୍ରିମରକୋର୍ଟଙ୍କ ତତ୍ୱାବଧାନରେ କାର୍ଯ୍ୟ କରିବ । କମିଟିରେ ଥିବା ଅନ୍ୟ ଦୁଇ ସଦସ୍ୟ ହେଲେ ଆଲୋକ ଜୋଶୀ ଓ ସନଦୀପ
ବହୁ ଚର୍ଚ୍ଚିତ ଲଖିମପୁର ଖେରୀ ହିଂସା ମାମଲାରେ ଆଜି ପୁଣି ଉତ୍ତରପ୍ରଦେଶ ସରକାରଙ୍କ ଉପରେ ବର୍ଷିଛନ୍ତି ସୁପ୍ରିମକୋର୍ଟ। ଆଜି ଏହି ମାମଲାର ଏକ ନିରପେକ୍ଷ ତଦନ୍ତ ପାଇଁ ହୋଇଥିବା ଆବେଦନ ଉପରେ ଶୁଣାଣି ହୋଇଥିଲା
୩୯ ମହିଳା ସେନାଧିକାରୀଙ୍କୁ ମିଳିଲା ସ୍ଥାୟୀ ନିଯୁକ୍ତି । ନ୍ୟାୟିକ ଲଢ଼େଇରେ ବିଜୟ ପରେ ମିଳିଲା ସ୍ଥାନୀୟ ନିଯୁକ୍ତି । ସୁପ୍ରିମକୋର୍ଟରେ ଆଇନଗତ ଲଢ଼େଇରେ ବିଜୟ ପରେ ୩୯ ଜଣ ମହିଳା ସେନାଧିକାରୀଙ୍କୁ ସେନା ବାହିନୀରେ ସ୍ଥାୟୀ ନିଯୁକ୍ତି ଦିଆଯାଇଛି ।
ଉତ୍ତରପ୍ରଦେଶ ଲଖିମପୁର ହିଂସା ନେଇ ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଆଉ ଉତ୍ତର ପ୍ରଦେଶ ସରକାରଙ୍କ ଉପରେ ବର୍ଷିଛନ୍ତି ସୁପ୍ରିମକୋର୍ଟ। ରାଜ୍ୟ ସରକାରଙ୍କ ପଦକ୍ଷେପ ଯଥେଷ୍ଟ ନୁହେଁ ବୋଲି ସଫା ସଫା କହିଛନ୍ତି କୋର୍ଟ
ଏତଲାରେ ଅଛି କେତେ ଜଣଙ୍କ ନାଁ ? ମାମଲାରେ କେଉଁମାନେ ଅଛନ୍ତି ଅଭିଯୁକ୍ତ? ସେମାନଙ୍କୁ ଗିରଫ କରାଗଲାଣି କି ନାହିଁ? କେତେଜଣଙ୍କୁ ଗିରଫ କଲାଣି ପୋଲିସ? ଲଖିମପୁର ଖେରି ହିଂସାକାଣ୍ଡ ମାମଲାର ଶୁଣାଣି କରି, ଏହିସବୁ ଦିଗରୁ ଉତ୍ତରପ୍ରଦେଶ ସରକାରଙ୍କୁ ଷ୍ଟାଟସ୍ ରିପୋର୍ଟ ମାଗିଛନ୍ତି ସୁପ୍ରିମକୋର୍ଟ । ଆଜି ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ ।
ଲଖିମପୁର ଖେରି ହିଂସାକାଣ୍ଡ ଘଟଣାକୁ ନେଇ ଆଜି ସୁପ୍ରମିକୋର୍ଟରେ ଶୁଣାଣି ହୋଇଛି। ଘଟଣାରେ ସୁପ୍ରିମକୋର୍ଟ ୟୁପି ସରକାରଙ୍କୁ ଷ୍ଟାଟସ୍ ରିପୋର୍ଟ ମାଗିବା ସହ କାଲି ସୁଦ୍ଧା ରିପୋର୍ଟ ଦାଖଲ କରିବା ଲାଗି କହିଛନ୍ତି।
ଉତ୍ତର ପ୍ରଦେଶ ଲଖିମପୁର ଖେରି ହିଂସା ମାମଲାରେ ଆଜି ହେବ ସୁପ୍ରିମକୋର୍ଟରେ ଶୁଣାଣି । ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଏନ୍. ଭି. ରମନ୍ନାଙ୍କ ନେତୃତ୍ୱରେ ତିନି ଜଣିଆ ଖଣ୍ଡପୀଠ ଆଜି ମାମଲାର ଶୁଣାଣି କରିବେ ।
ଡିଏନ୍ଏ ଟେଷ୍ଟ୍ କରିବା ବାଧ୍ୟତାମୂଳକ ନୁହେଁ । କୌଣସି ବ୍ୟକ୍ତିଙ୍କୁ ଡିଏନ୍ଏ ଟେଷ୍ଟ୍ ପାଇଁ ବାଧ୍ୟ କରିବା ତାଙ୍କ ବ୍ୟକ୍ତିଗତ ସ୍ୱାଧୀନତା ଏବଂ ଗୋପନୀୟତା ଅଧିକାରର ଉଲ୍ଲଂଘନ ଅଟେ ବୋଲି କହିଛନ୍ତି ସୁପ୍ରିମକୋର୍ଟ ।
କରୋନା ଯୋଗୁଁ ପ୍ରାଣ ହରାଇଥିବା ପରିବାରକୁ କ୍ଷତିପୂରଣ ହିସାବରେ ୫୦ ହଜାର ଟଙ୍କା ପ୍ରଦାନ କରାଯିବା ନେଇ କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖଲ କରିଥିଲେ। କୋଭିଡ -୧୯ ରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ପରିବାର ଲୋକେ ୫୦,୦୦୦ ଟଙ୍କା କ୍ଷତିପୂରଣ ଭାବେ ପାଇବେ। ତେବେ ଏହି ଅର୍ଥ ରାଜ୍ୟ ସରକାର ପ୍ରଦାନ କରିବେ ବୋଲି ସରକାର ମଧ୍ୟ କହିଥିଲେ।
ଭାରତ କୋଭିଡ ମହାମାରୀ ସମୟରେ ଯେଉଁଭଳି ସଠିକ୍ ପରିଚାଳନା କରିଛି ସେଭଳି ଅନ୍ୟ କେଉଁ ଦେଶ କରିପାରିବେନି । କୋଭିଡ ପରିଚାଳନା କ୍ଷେତ୍ରରେ ସରକାର ସୁପ୍ରିମକୋର୍ଟରେ ନିଜସ୍ୱ ପକ୍ଷ ରଖିବା ପରେ ଏଭଳି କହିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ ।