ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ରେଡ୍। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରଦୀପଙ୍କ ବ୍ରହ୍ମପୁର ଏବଂ ଭୁବନେଶ୍ୱର ବାସଭବନରେ ରେଡ୍ କରିଛି ଭିଜିଲାନ୍ସ। ଦେଖନ୍ତୁ ବର୍ତ୍ତମାନର ବଡ଼ ଖବର।
ବଢ଼ିଲା ପ୍ରଦୀପଙ୍କ ଅଡ଼ୁଆ । ପୁଣି ଘରେ ପଶିଲା ଭିଜିଲାନ୍ସ । ବିବାଦୀୟ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ପୁଣି ଭିଜିଲାନ୍ସ ରେଡ୍ । କେବଳ ବିଧାୟକଙ୍କ ଘରେ ନୁହେଁ ବରଂ ତାଙ୍କ ବନ୍ଧୁ ବାନ୍ଧବଙ୍କ ଘରେ ମଧ୍ୟ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି ।
୫ ବର୍ଷ ୧୦ ମାସ ହେଲାଣି ଚାକିରି କରିଛନ୍ତି। ଆଉ ୨ ମାସ ହୋଇଥିଲେ, ରେଗୁଲାର ହୋଇଥାନ୍ତେ। ସୂଚନା ଅନୁସାରେ ଦେବଗଡ଼, ସମ୍ବଲପୁରରେ ତାଙ୍କର ୬୦ରୁ ଅଧିକ ପ୍ଲଟ ଅଛି। ନଗଦ ୫ ଲକ୍ଷ ଟଙ୍କା, ବିପୁଳ ସୁନା ଅଳଙ୍କାର ମିଳିଛି।
ଭିଜିଲାନ୍ସ ପଞ୍ଛାରେ ୩ ପ୍ରଥମ ଶ୍ରେଣୀ ଅଧତ୍କାରୀ ଗିରଫ । ଗତକାଲି ବିପୁଳ ଟଙ୍କା ସହ ଧରାପଡ଼ିଥିବା ୩ ପ୍ରଥମ ଶ୍ରେଣୀ ଅଧତ୍କାରୀଙ୍କୁ ଗିରଫ କରିଛି ଭିଜିଲାନ୍ସ । ୩ ଜଣଙ୍କ ଠାରୁ ୨୨ ଲକ୍ଷ ୬୧ ହଜାର ୪୩୦ ଟଙ୍କା ଜବତ ହୋଇଥିବା ଭିଜିଲାନ୍ସ ଦର୍ଶାଇଛି
ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡର ୨ ଆଞ୍ଚଳିକ ଅଧିକାରୀ ବି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ରାଉରକେଲା କାର୍ଯ୍ୟାଳୟର ଆଞ୍ଚଳିକ ଅଧିକାରୀ ପି. କେ. ମହାପାତ୍ର ରାଉରକେଲାରୁ ଭୁବନେଶ୍ୱର ଫେରିବା ବାଟରେ ୧ ଲକ୍ଷ ୭୫ ହଜାର ଜବତ ହୋଇଛି। ଟଙ୍କା ଜବତ ପରେ ତାଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି।
ଭିଜିଲାନ୍ସ ଜାଲରେ କୋଟିପତି ଅଙ୍ଗନବାଡି ଦିଦି। ଭୁବନେଶ୍ୱର କୋରଡ଼କଣ୍ଟାର ଅଙ୍ଗନବାଡି କର୍ମୀ କବିତା ମାଥନଙ୍କ ଭୁବନେଶ୍ୱର କେଶୁରା ଓ ଝାରପଡ଼ାରେ ଏକାଧିକ ବହୁତଳ କୋଠା ଠାବ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଚଢ଼ାଉ କରାଯାଇଛି।
ଭିଜିଲାନ୍ସ ଜାଲରେ କୋଟିପତି ଅଙ୍ଗନବାଡ଼ି ଦିଦି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର କୋରଡ଼କଣ୍ଟାର ଅଙ୍ଗନବାଡି କର୍ମୀ କବିତା ମାଥନଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି। ଭିଜିଲାନ୍ସ ଟିମ୍ କବିତାଙ୍କ ୬ଟି ଘରେ ଚଢ଼ଉ କରିଛି।
ଲାଞ୍ଚ ନେବାବେଳେ ଭିଜିିଲାନ୍ସ ଜାଲରେ ପଡ଼ିଲେ ଦୁଇ ସରକାରୀ କର୍ମଚାରୀ। ସେମାନେ ହେଲେ ସୁନ୍ଦରଗଡ଼ ଜିଲ୍ଲା ହେମଗିରିର ବିଇଓ ସୁରେନ୍ଦ୍ର କୁମାର ସାହୁ ଓ କିରାଣୀ ବିରଞ୍ଚି ଖିଲେଇ।
ସୁପରଭାଇଜରଙ୍କ ଘରେ ଭିଜିଲାନ୍ସ ରେଡ଼୍ ହୋଇଛି । ଭଦ୍ରକ ସିଡିପିଓଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ରେଡ଼୍ ।
ବସୁନ୍ଧରା ଜମି ଦୁର୍ନୀତି ସମ୍ପର୍କରେ ୬ ମାସ ତଳେ ଓଟିଭିରେ ଖବର ପ୍ରସାରିତ ହୋଇଥିଲା। ସେତେବେଳେ ସରକାରୀ ବାବୁଙ୍କ ଦୁର୍ନୀତିର ପର୍ଦାଫାଶ କରି ଓଟିଭି ସରକାରଙ୍କ ଦୃଷ୍ଟିକୁ ଆଣିଥିଲା। ଗତ ଫେବ୍ରୁଆରୀ ୧୮ରେ ଓଟିଭିରେ ପ୍ରସାରିତ ହୋଇଥିବା ଖବର, ଯେଉଁଥିରେ ଦୁର୍ନୀତିଗ୍ରସ୍ତ ଅଫିସର ଓ ଜମି ମାଫିଆଙ୍କ ସଲାସୁତୁରାରେ କିଭଳି ଏହି ଜମି କେଳେଙ୍କାରୀ ହୋଇଥିଲା।
ରାଜ୍ୟ ସରକାରଙ୍କ ବସୁନ୍ଧରା ଜମି ଜାଲିଆତି ମାମଲାରେ ଭିଜିଲାନ୍ସର ଚଢାଉ । ମୋଟ ୬ ଜଣ ଅଧିକାରୀଙ୍କ ୯ଟି ଘରେ ଏକକାଳୀନ ଚଢ଼ାଉ କରାଯାଇଛି । କଟକ ଭିଜିଲାନ୍ସ ଟିମ୍ ଏହି ରେଡ୍ କରିଛି । ଭୁବନେଶ୍ୱର, କଟକ, ଭଦ୍ରକ ଓ ଜଗତସିଂହପୁରରେ ଆଦି ଅଞ୍ଚଳରେ ଚଢ଼ାଉ ହୋଇଛି ।
ଭିଜିଲାନ୍ପସ ଜାଲରେ ପଞ୍ଚାୟତ ନିର୍ବାହୀ ଅଧିକାରୀ । ଭୂବନ ବ୍ଲକ୍ ଦିଘି ଓ ମଠକରଗୋଳ ପଞ୍ଚାୟତ ପିଇଓଙ୍କ ଘରେ ଚଢାଉ । ପିଇଓ ସନ୍ତୋଷ ସାହୁଙ୍କ ଘର ସମେତ ୫ଟି ସ୍ଥାନରେ ରେଡ୍ । ଗୋଟିଏ ତିନି ମହାଲା କୋଠା ଓ ୨ଟି ଏକ ମହଲା କୋଠା ଠାବ ହୋଇଥିବା ସୂଚନା ମିଳିଛି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ୍ କରଯାଇଛି ।
ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ନୂଆପଡ଼ା ମୁଖ୍ୟ ପ୍ରାଣୀଧନ ଚିକିତ୍ସାଧିକାରୀ ତ୍ରିଲୋଚନ ଧଳ। ତାଙ୍କ ଗାଡ଼ିରୁ ଜବତ ହୋଇଛି ୨ ଲକ୍ଷ ୭୭ ହଜାର ଟଙ୍କା
ପ୍ରାୟ ୪ କୋଟିର ଆୟବହିର୍ଭୂତ ସଂପତ୍ତିର ଉତ୍ସ, ବେଆଇନ ନିବେଶ ଏବଂ ଦୁର୍ନୀତିର ବ୍ଲୁ ପ୍ରିଣ୍ଟ ଆଦି ଦିଗକୁ ନେଇ ଖୋଳତାଡ଼ କରୁ କରୁ ଏବେ କୁବେର ବିରଞ୍ଚିଙ୍କ ଖୋଲୁଛି ଭାନୁମତି ପେଡ଼ି। ତାହେଲେ ଚାକିରି ପାଇବାକୁ ହେଲେ ପଲିସି କରିବାକୁ ପଡ଼ିବ ବୋଲି ପ୍ରବର୍ତ୍ତାଉଥିଲେ କି ବିରଞ୍ଚି ?
ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ ସଦସ୍ୟଙ୍କ ବ୍ୟକ୍ତିଗତ ସଚିବ ବିରଞ୍ଚି ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ଉ ପରେ ଆଜି ଭିଜିଲାନ୍ସ ଟିମ୍ ଓଏସ୍ଏସ୍ସି କାର୍ଯ୍ୟାଳୟରେ ପହଞ୍ଚିଥିଲା ।
ନିଯୁକ୍ତି ପ୍ରକ୍ରିୟାରେ ଯଦି ଅନିୟମିତତା ହେଉଥିଲା, ତାପଛରେ ପିଏସ୍ ବିରଞ୍ଚି ନାରାୟଣ ସାହୁ ସାଜିଥିଲେ କି କାର୍ପଟଦାର୍ ? କାରଣ ଚଢ଼ାଉବେଳେ ବିରଞ୍ଚିଙ୍କ ଘରୁ ଏକାଧିକ ଆଡ୍ମିଟ୍ କାର୍ଡ ପାଇଛି ଭିଜିଲାନ୍ସ। ବିରଞ୍ଚିଙ୍କ ପଛରେ ଅଛନ୍ତି କି ବଡ଼ମୁଣ୍ଡ? ବର୍ଷ ବର୍ଷ ଧରି ଆଶାୟୀ ଅଭିଯୋଗ କରୁଥିଲେ ବି କାହିଁକି କାହା ବିରୋଧରେ ହୋଇନଥିଲା କାର୍ଯ୍ୟାନୁଷ୍ଠାନ?
ଆବଶ୍ୟକ ପଡ଼ିଲେ ବିରଞ୍ଚିଙ୍କୁ ରିମାଣ୍ଡରେ ଆଣି ଅଧିକ ତଦନ୍ତ କରାଯିବ ବୋଲି ଭିଜିଲାନ୍ସ ଏସ୍ପି ଆର. ପ୍ରକାଶ ସୂଚନା ଦେଇଛନ୍ତି। ଭିଜିଲାନ୍ସ ଚଢାଉ ବେଳେ କଟକ ଓ ଭୁବନେଶ୍ୱରରେ ବିରଞ୍ଚିଙ୍କ କୋଟି କୋଟି ଟଙ୍କାର ସ୍ଥାବର ଏବଂ ଅସ୍ଥାବର ସମ୍ପତ୍ତି ଠାବ ହୋଇଥିଲା। ଦେଢ଼ କିଲୋ ଓଜନର ସୁନା ଅଳଙ୍କାର ସହ ନଗଦ ୨୫ ଲକ୍ଷ ଟଙ୍କା, ୧୪ଟି ପ୍ଲଟ ଏବଂ ୨ଟି ଦୁଇ ତାଲା ଘର ସମେତ ୪ଟି କୋଠା ଠାବ କରିଥିଲା ଭିଜିଲାନ୍ସ
ଭିଜିଲାନ୍ସ ରେଡ୍ ବେଳେ ବିରଞ୍ଚିଙ୍କ ଘରୁ ନିଯୁକ୍ତି ସମ୍ପର୍କିତ ପରୀକ୍ଷାର ବହୁ ସଂଖ୍ୟକ ଆଡମିଟ କାର୍ଡ ମିଳିବା ପଛର ସମ୍ଭାବ୍ୟ କାରଣ ବି ଦର୍ଶାଇଛନ୍ତି। ଆବେଦନକାରୀ ହିଁ କେବଳ ଆଡ୍ମିଟ୍ କାର୍ଡ ଡାଉନଲୋଡ଼ କରିପାରିବେ। ତାହେଲେ ନିଯୁକ୍ତି ଆଳରେ ଆଶାୟୀଙ୍କ ସହ ମିଶି ବଡ଼ଧରଣର ରାକେଟ୍ ଚଳାଇଥିଲେ କି ବିରଞ୍ଚି ?
ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନଙ୍କ କୁବେର ପିଏସ୍ ବିରଞ୍ଚି ନାରାୟଣ ସାହୁଙ୍କୁ ପୋଲିସ ଗିରଫ କରିଛି। ଗତକାଲି ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ତାଙ୍କ ଘରେ ରେଡ୍ କରିଥିବା ବେଳେ କୋଟି କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ କରିଥିଲା ।
ଦେଢ଼ କେଜି ସୁନା, ନଗଦ ୨୫ ଲକ୍ଷ ଟଙ୍କା, ପାଖାପାଖି ସାଢ଼େ ୩ କୋଟିର ସଂପତ୍ତି ତା’ ସାଙ୍ଗକୁ ଆହୁରି କେତେ କଣ ଏଭଳି ବିପୁଳ ପରିମାଣର ଆୟବହିର୍ଭୁତ ସଂପତ୍ତି ଭିଜିଲାନ୍ସ ରେଡ୍ରୁ ଜଣେ ଷ୍ଟାଫ୍ ସିଲେକ୍ସନ୍ କମିଶନଙ୍କ ପିଏସ୍ଙ୍କ ଘରୁ ଠାବ ହୋଇଛି। ଏହାକୁ ନେଇ ହଇଚଇ ସୃଷ୍ଟି ହୋଇଛି।
OSSC ସଦସ୍ୟଙ୍କ ପିଏସ୍ଙ୍କ ଘରେ ଭିଜିଲାନ୍ସ ରେଡ୍ ଘଟଣାକୁ ନେଇ OSSC ଅଧ୍ୟକ୍ଷ ନିର୍ମଳ ଚନ୍ଦ୍ର ମିଶ୍ରଙ୍କ ପ୍ରତିକ୍ରିୟା । ‘ଘଟଣାର ଇଣ୍ଟରନାଲ୍ ଇନ୍କ୍ୱାରୀ କରାଯିବ । ଦୃଢ ପଦକ୍ଷେପ ନିଆଯିବ ।
ଭିଜିଲାନ୍ସ ଜାଲରେ ପଡିଛନ୍ତି ଜଣେ କୁବେର ଅଫିସର। ଷ୍ଟାଫ୍ ସିଲେକ୍ସନ୍ କମିଶନ ସଦସ୍ୟଙ୍କ ପ୍ରାଇଭେଟ୍ ସେକ୍ରେଟାରୀ ବିରଞ୍ଚି ନାରାୟଣ ସାହୁଙ୍କ ଭୁବନେଶ୍ୱରସ୍ଥିତ ଘରେ ହୋଇଛି ରେଡ୍।