ଆସନ୍ତାକାଲିଠୁ ପାଗରେ ଆସିବ ପରିବର୍ତ୍ତନ । ଏଥିସହ ତାପମାତ୍ରା ବଢିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆଗାମୀ ୪ରୁ ୫ ଦିନ ମଧ୍ୟରେ ଦିନ ତାପମାତ୍ରା ୪-୫ ଡିଗ୍ରୀ ବୃଦ୍ଧି ପାଇବ ।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଉଭୟ ଦିନ ଓ ରାତିରେ ତାପମାତ୍ରା ସ୍ୱାଭାବିକଠୁ ଅଧିକ ରହିବ । ଏବେ ପଶ୍ଚିମ ଓଡ଼ିଶାର ତାପମାତ୍ରା ୩୫ ଡିଗ୍ରୀ ପାର୍ କରିଛି ।
ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସହ ଉପକୂଳ ଓଡ଼ିଶାରେ ବିଜୁଳି ଘଡଘଡି ନେଇ ପାଣିପାଗ କେନ୍ଦ୍ର ସତର୍କ କରାଇଛି । ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ କୁଆପଥର ବର୍ଷାକୁ ନେଇ ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।
୨୩, ୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶା ସହ ପାଶ୍ବବର୍ତ୍ତୀ ଜିଲ୍ଲା ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ବାରଣ କରାଯାଇଛି। ଧାମରା, ପାରାଦୀପ, ପୁରୀ ଏବଂଗୋପାଳପୁର ପୋର୍ଟକୁ ୩ ନମ୍ବର ବିପଦ ସଂକେତ ଜାରି କରାଯାଇଛି।
ଉପକୂଳ ସହ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆଗାମୀ ୫ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା ଓ ଗଜପତି ଜିଲ୍ଲାରେ ଅଧିକ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଆଜି ଓ ଆସନ୍ତାକାଲି ୨ ଦିନ ପାଇଁ କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ। ପ୍ରବଳ ବର୍ଷା ନେଇ ଆଜି ପାଇଁ ୫ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ।
ଝଡ଼ ପବନ ସହ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କତା
ଆସନ୍ତା ୧୫ ତାରିଖରୁ ପଶ୍ଚିମାଝଡ଼ର ପ୍ରଭାବ ସମ୍ଭାବନା
ହିମ ଚାଦରରେ ଢାଙ୍କି ହୋଇଛି ହୋଇଗଲାଣି ପ୍ରସିଦ୍ଧ ବଦ୍ରିନାଥ ଧାମ।
ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି ଆଦି ଜିଲ୍ଲା ପ୍ରବଳ ବର୍ଷିବ ।
ରାୟଗଡ଼ା ଓ କଳାହାଣ୍ଡିରେ ଧୋଇଗଲା ରାସ୍ତା, ଚାଷଜମିରେ ପାଣି । ନୃସିଂହନାଥରେ ଫସିଲେ କାଉଡ଼ିଆ । ବନ୍ୟା ଆଶଙ୍କାକୁ ଏଡ଼ାଇ ହେବନି କହିଲା ପାଣିପାଗ ବିଭାଗ ।
ଗରମ ଗୁଳୁଗୁଳିରୁ ନିସ୍ତାର ଆଣିବ ପ୍ରାକ୍ ମୌସୁମୀ ବର୍ଷା। ରାଜ୍ୟରେ ଆସନ୍ତା ୨ ଦିନ ଯାଏ ଘଡ଼ଘଡ଼ି ସହ ବର୍ଷା ନେଇ SRCଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
କାଳବୈଶାଖୀ ଓ ବଜ୍ରପାତ ଆଶଙ୍କା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ସକାଳ ସାଢ଼େ ୮ଟାରୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏ ଏହିସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି।
ରାଜ୍ୟରେ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ୧୩ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି।
ରାଜ୍ୟର ୧୪ଟି ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଝଡ଼ବର୍ଷା ଓ ବଜ୍ରପାତ ଆଶଙ୍କା ନେଇ ଆଜି ୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ କିଛିଦିନ ପୂର୍ବେ ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିଲା।
ଚଳିତ ସିଜିନରେ ତାତିର ସବୁ ରେକର୍ଡ ପାର୍ କରିଛି ପଶ୍ଚିମ ଓଡ଼ିଶାର ପ୍ରମୁଖ ସହର।
ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହରେ ଜଳୁଛି ପଶ୍ଚିମ ଓଡ଼ିଶା। ତତଲା ତାଓ୍ୱା ପାଲଟିଛି ଝାରସୁଗୁଡ଼ା। ଆଜି ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ। ଆଜି ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି।
ଆସନ୍ତାକାଲି ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁରର ସ୍ଥାନେ ସ୍ଥାନେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ବର୍ଷା ସମ୍ଭାବନା ଥିବା ଜିଲ୍ଲା ଗୁଡିକ ହେଲା ନୂଆପଡା, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ।
ବର୍ଷାର ପରିମାଣ କମିବା ସହ ଶୀତ ବଢ଼ିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ପାରଦ। କିଛି ସ୍ଥାନରେ ସ୍ୱାଭାବିକ ଏବଂ କିଛି ସ୍ଥାନରେ ସ୍ୱାଭାବିକଠାରୁ କମ୍ ରହିପାରେ ତାପମାତ୍ରା। ରାଜଧାନୀ ଭୁବନେଶ୍ୱରରେ ଆଜି ସର୍ବନିମ୍ନ ତାପମାତ୍ରା ୧୭ ଡିଗ୍ରୀକୁ ଖସିପାରେ
ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୧୫ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।
୧୮ ତାରିଖ ସନ୍ଧ୍ୟା ପରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୧୯ ଓ ୨୦ ତାରିଖରେ ବିଶେଷକରି ଉତ୍ତର ଓଡ଼ିଶାର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଆସନ୍ତା ୬ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ୬ ତାରିଖରେ ଲଘୁଚାପ ସୃଷ୍ଟି ହେଲେ ୬ ଓ ୭ ଏହି ୨ ଦିନ ପ୍ରବଳ ବର୍ଷା ହୋଇପାରେ।