ଓଡ଼ିଶାର ଅଧିକ ସ୍ଥାନରେ ଦିନ ୧୦ଟା ପରେ ଆଉ ପଦାକୁ ବାହାରିବା ସମ୍ଭବ ହେଉନାହିଁ।
ଲଘୁଚାପ ବାତ୍ୟାର ରୂପ ନେବା ନେଇ ଚର୍ଚ୍ଚା ପ୍ରସଙ୍ଗରେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ କହିଲେ କଣ?
ଫୁଲବାଣୀ ଓ କେନ୍ଦୁଝରରେ ୮ ଡିଗ୍ରୀ, ସୋନପୁର, ଝାରସୁଗୁଡା, ବୌଦ୍ଧ ଓ ଭବାନୀପାଟଣାରେ ୯ ଡିଗ୍ରୀ, ଅନୁଗୁଳରେ ୯.୬ ଡିଗ୍ରୀ, କୋରାପୁଟ ଓ ନୟାଗଡ଼ରେ ୧୦ ଡିଗ୍ରୀ ରେକର୍ଡ କରାଯାଇଛି ।
ରାତ୍ରି ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ।
ଆସନ୍ତା ୨ ଦିନ ମଧ୍ୟରେ ରାଜ୍ୟରେ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ଖସିବ।
ଆସନ୍ତାକାଲିଠୁ ଶୁଖିଲା ପାଗ ଥିବା ବେଳେ କୁହୁଡ଼ି ବଢ଼ିବ। କାଲି ସାମାନ୍ୟରୁ ମଧ୍ୟମ ଧରଣର କୁହୁଡ଼ି ରହିପାରେ।
୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି।
ଲରଙ୍କୁ ଅପେକ୍ଷା ଭିତରେ ବର୍ଷାରେ ଭିଜି ଗଜା ଧରିରାଣି ସାଇତା ଧାନ। ଏହା ସତ୍ତ୍ୱେ ଏଯାଏଁ ମିଲର୍ସଙ୍କ ଦେଖାନଥିବା ଅଭିଯୋଗ କରିଛନ୍ତି ଚାଷୀ।
ଶୀତ ଦିନରେ ଅଦିନିଆ ବର୍ଷା ଆଶଙ୍କା। ଠିକ୍ ଅମଳ ସମୟରେ ଆସୁଥିବା ଏହି ବର୍ଷା ଆସନ୍ତାକାଲିଠୁ ୪ ଦିନ ଧରି ପ୍ରାୟ ୧୧ ଜିଲ୍ଲାକୁ ଭିଜାଇବ। ବିଶେଷ କରି ପଶ୍ଚିମ ଓ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଆସନ୍ତାକାଲି କିଛି ଜିଲ୍ଲାରେ ସାମାନ୍ୟ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ୧୦ ତାରିଖରେ ପଶ୍ଚିମ ଓଡିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।
ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ୯ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ ବୋଲି ଅନୁମାନ କରାଯାଉଥିବା ବେଳେ ୧୦ରେ ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି ।
ଆସନ୍ତାକାଲି ଘନ କୁହୁଡ଼ି ନେଇ ୧୩ ଜିଲ୍ଲାକୁ ସତର୍କ ସୂଚନା । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କଟକ ଜିଲ୍ଲାକୁ ସତର୍କ କରାଯାଇଛି ।
ସୁନ୍ଦରଗଡ, ଝାରସୁଗୁଡା ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି।
ଗତକାଲି ଭୁବନେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ରେକର୍ଡ ହୋଇଥିଲା। ଏହା ପୂର୍ବରୁ ଭୁବନେଶ୍ୱରରେ ୨୦୧୮ରେ ସର୍ବକାଳୀନ ସର୍ବନିମ୍ନ ୮.୨ ଡିଗ୍ରୀ ରେକର୍ଡ ହୋଇଥିଲା।
୭ ତାରିଖରୁ ଓଡ଼ିଶାରେ ପାଗ ଶୁଖିଲା ରହିବ। ଆଜିଠୁ ୩ ରୁ ୪ ଡ଼ିଗ୍ରୀ ଯାଏ ରାତିର ତାପମାତ୍ରା ତଳକୁ ଖସିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି ଯେ ଗତକାଲି ଦକ୍ଷିଣ ଆଣ୍ଡାମାନ ତତ୍ ସଲଗ୍ନ ଥାଇଲାଣ୍ଡ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ଆଜି ସାମାନ୍ୟ ପଶ୍ଚିମ-ଉତ୍ତର ଓ ପଶ୍ଚିମ ଦିଗରେ ଗତି କରି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସକ୍ରିୟ ରହିଛି। ଏହାସହିତ ଜଡ଼ିତ ଘୂର୍ଣ୍ଣିବଳୟ ୫.୮ କିଲୋମିଟର୍ ପର୍ଯ୍ୟନ୍ତ ବ୍ୟାପିଛି।
ରାଜ୍ୟରେ ଧୀରେଧୀରେ ବଢ଼ିଲାଣି ଥଣ୍ଡା। ଗତ ୨୪ ଘଣ୍ଟା ଭିତରେ ୭ ସହରରେ ୧୫ ଡିଗ୍ରୀ ତଳେ ରହିଛି। ସର୍ବନିମ୍ନ ତାପମାତ୍ରା ୧୦ ଡ଼ିଗ୍ରୀ ସହ ଦାରିଙ୍ଗବାଡି ଓଡିଶାର ଥଣ୍ଡା ସହର ପାଲଟିଛି।
ସୁନ୍ଦରଗଡ଼ର କୋଇଡ଼ାରେ ଘନ କୁହୁଡ଼ିର ଆସ୍ତରଣ ଦେଖାଦେଇଛି। ଘନ କୁହୁଡ଼ି ସାଙ୍ଗକୁ କୋଇଡ଼ାରେ ହାଡ଼ଭଙ୍ଗା ଶୀତ ଅନୁଭୂତ ହେଉଛି। ବଣାଇରେ ମଧ୍ୟ ଘନ କୁହୁଡ଼ି ଦେଖାଦେଇଛି। ପାଖକୁ ପାଖ ଦେଖାଯାଉନି।
ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଜି ବର୍ଷା ସମ୍ଭାବନା ରହିଛି। ଆଜି ପାଇଁ ୧୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଘଡ଼ଘଡ଼ି ଓ ବଜ୍ରପାତ ନେଇ ଗତକାଲି ପାଇଁ ୧୭ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଥିଲା।
ଲଘୁଚାପ ଘନୀଭୂତ ହେଲା ପରେ ବାତ୍ୟାର ରୂପ ନେବ ନା ନାହିଁ, ଯଦି ବାତ୍ୟା ହୁଏ ତାର ପ୍ରଭାବ କେତେ ରହିବ, ଗତିପଥ କଣ ହେବ ତାହା ପରବର୍ତ୍ତୀ ସମୟରେ ସ୍ପଷ୍ଟ ହେବ। କିନ୍ତୁ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ବର୍ଷା ଓ ବଜ୍ରପାତ ନେଇ ୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।