ଆଗାମୀ ଦିନେ କି ୨ଦିନ ପରେ ଉପକୂଳ ଓଡିଶାରୁ ହିଟ-ୱେଭ ଉପରେ ଲାଗିପାରେ ବ୍ରେକ । ୬ ତାରିଖ ପରେ ରାଜ୍ୟରୁ ଗ୍ରୀଷ୍ମ ପ୍ରବାହରେ ବ୍ରେକ ସମ୍ଭାବନା ରହିଛି ।
ରାଜ୍ୟରେ ଅନେକ ସ୍ଥାନରେ ଆଗାମୀ ୩ଦିନ ଯାଏଁ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ହେଲେ ପରବର୍ତ୍ତୀ ସମୟରେ ଦିନ ତାପମାତ୍ରାରେ ୩ରୁ ୪ଡ଼ିଗ୍ରୀ ଯାଏଁ ହ୍ରାସ ଘଟିବା ସମ୍ଭାବନା ରହିଛି ।
୧୧ ଜିଲ୍ଲାକୁ ଦିଆଯାଇଛି ୟେଲୋ ସତର୍କତା। କାଲି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ।
ଅସହ୍ୟ ଗରମ ଓ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ଲୋକେ। ଆଜି ବି ରାଜ୍ୟରେ ଗ୍ରୀଷ୍ମ ପ୍ରକୋପ ଜାରି ରହିବ । ୧୦ ଜିଲ୍ଲାକୁ ଅରେଞ୍ଜ ଓ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।
ସକାଳ ୮ଟା ପରଠୁ ପ୍ରଚଣ୍ଡ ଖରା ସହ ତାଳ ଦେଇ ଜନଜୀବନକୁ କଲବଲ କରି ଦେଉଥିଲା ଗୁଳୁଗୁଳି ।
ନିଇତି ରେକର୍ଡ ଭାଙ୍ଗୁଛି ଏପ୍ରିଲ୍ ତାତି । ଆଜି ୪୬.୪ ଡିଗ୍ରୀରେ ବାରିପଦା ଅଗ୍ନି ପିଣ୍ଡୁଳା ସାଜିଥିବାବେଳେ ୪୫ ଡିଗ୍ରୀ ସହ ଜଳିଛି ଭୁବନେଶ୍ୱର ସହର।
ରାଜ୍ୟରେ ଜାରି ରହିଛି ସିଭିୟର ହିଟୱେଭ୍ ସ୍ଥିତି । ତାତିରୁ ତ୍ରାହି ତ୍ରାହି ଡାକୁଛନ୍ତି ରାଜ୍ୟବାସୀ। ଖରା ସାଙ୍ଗକୁ ଗରମ ଓ ଝାଞ୍ଜି କଲବଲ କରୁଛି।
ଟାଇଁ ଟାଇଁ ଖରାରେ ସନ୍ତୁଳି ହେଉଥିବା ଲୋକଙ୍କୁ ଆଜି ବି କଲବଲ କରିବ ତାତି । ସାରା ଓଡ଼ିଶାରେ ଆଜି ବି ଉପରମୁହାଁ ହୋଇ ରହିବ ତାପମାତ୍ରା ।
ଆଜିକୁ ୪୦ ବର୍ଷ ହେଲାଣି ରହି ଆସୁଛନ୍ତି ରାଜଧାନୀରେ। କିନ୍ତୁ ଏଭଳି ପ୍ରଚଣ୍ଡ ତାତି ସେ କେବେ ଅନୁଭବ କରିନାହାନ୍ତି।
ତତଲା କଡେଇରେ ଭାଜି ହେଲା ଭଳି ସାରା ରାଜ୍ୟ । ଭୀଷଣ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ପାଇଁ ଆଜି କଟକ ସହରକୁ ରେଡ ଆଲର୍ଟ ଜାରି କରାଯାଇଛି । ସେହିପରି ରାଜଧାନୀ ଭୁବନେଶ୍ୱର ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।
ଅସମ୍ଭାଳ ଗ୍ରୀଷ୍ମ ପ୍ରବାହରେ ଛଟପଟ ରାଜଧାନୀ, ସନ୍ତୁଳି ହେଉଛି ହଜାରେ ବର୍ଷର ସହର କଟକ। ଗତ ୧୦ ଦିନ ହେଲା ଟ୍ବିନସିଟିରେ ଖରା ତ ନୁହେଁ, ଆକାଶ ଉପରୁ ସତେଯେମିତି ଖସୁଛି ନିଆଁଝୁଲ। ୪୦ ତଳକୁ ଖସିବାର ନାଁ ଧରୁନି ପାରଦର ଗ୍ରାଫ୍।
୪୦ ତଳକୁ ଖସିବାର ନାଁ ଧରୁନି ପାରଦର ଗ୍ରାଫ୍। ଆଜି ସର୍ବାଧିକ ୪୪.୬ ଡିଗ୍ରୀ ସହ ଚଳିତ ଗ୍ରୀଷ୍ମୠତୁରେ ସର୍ବକାଳୀନ ରେକର୍ଡ କରିଛି ଭୁବନେଶ୍ୱରର ତାପମାତ୍ରା।
ଅନ୍ୟପଟେ ଆଗାମୀ ୪ ଦିନ ଯାଏଁ ରାଜ୍ୟରେ ଏଭଳି ଗ୍ରୀଷ୍ମପ୍ରବାହ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଆଜି ପାଇଁ ୯ ଜିଲ୍ଲା ଗଜପତି, ଗଞ୍ଜାମ, ବାଲେଶ୍ୱର, ମୟୂରଭଞ୍ଜ, ଝାରସୁଗୁଡ଼ା, ଢେଙ୍କାନାଳ, ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡିକୁ ସିଭିୟର ହିଟୱେଭ୍ ନେଇ ରେଡ୍ ଆଲର୍ଟ ଦିଆଯାଇଛି। ସେହିପରି ଆସନ୍ତାକାଲି ପାଇଁ ୧୫ ଜିଲ୍ଲାକୁ ରେଡ୍ ଓ ୧୪ଜିଲ୍ଲାକୁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି।
କାଲିଠୁ ଆହୁରି ପ୍ରଚଣ୍ଡ ହେବ ଗ୍ରୀଷ୍ମଲହରି। ସୂର୍ଯ୍ୟକୋପରେ ଜଳିବ ଉପକୂଳରୁ ଉପାନ୍ତ। କାଲିଠୁ ଦୁଇ ଦିନ ହିଟୱେଭ୍ ନେଇ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଦୁଇ ତିନି ଦିନର ସାମାନ୍ୟ ଆଶ୍ୱସ୍ତି ପରେ ରାଜ୍ୟକୁ ପୁଣି ଫେରିଛି ଗ୍ରୀଷ୍ମ ଲହରି । ଆଜିଠୁ ତାତି ବଢ଼ିବ । କାଲିଠୁ ଆହୁରି ଉପରମୁହାଁ ହେବ ପାରଦ । ଆଜି ଦିନ ୨ଟା ସୁଦ୍ଧା ୪୩ ଡିଗ୍ରୀ ଡେଇଁଛି ତାତି ।
ରାଜ୍ୟରେ ଆହୁରି ବଢିବ ତାତି । ଆସନ୍ତା ୫ ଦିନ ପାଇଁ ୧୦ ଜିଲ୍ଲାକୁ ସିଭିୟର ହିଟ୍ ୱେଭ୍ ୱାର୍ଣ୍ଣିଂ । ୨୭ ଓ ୨୮ ତାରିଖରେ ହେବ ଅସମ୍ଭାଳ ତାତି ।
୭ ଜିଲ୍ଲାରେ ପାରଦ ୪୫ ଡିଗ୍ରୀ ଟପିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା କହିଛନ୍ତି, ଗତ ୯ ଦିନ ହେଲା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।
ଗଜପତି, ଅନୁଗୁଳ, ମୟୂରଭଞ୍ଜ, ଝାରସୁଗୁଡ଼ା, ସମ୍ବଲପୁର, କଳାହାଣ୍ଡି, ନୂଆପଡ଼ା ଜିଲ୍ଲାରେ ତାପମାତ୍ରା ୪୫ ଡିଗ୍ରୀ ଉପରେ ରହିବାର ସମ୍ଭାବନା ରହିଛି।
ଏଥିପାଇଁ କଟକ, ଭୁବନେଶ୍ୱର ସହ ୭ ଜିଲ୍ଲା ରାୟଗଡ଼ା, ଗଞ୍ଜାମ, କଟକ, ଖୋର୍ଦ୍ଧା, ପୁରୀ, ବରଗଡ଼, ନୟାଗଡ଼କୁ ୟେଲୋ ଆଲର୍ଟ ଜାରି ହୋଇଛି ।
ଆହୁରି ବଢିବ ତାତି। ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରାରେ ୪ରୁ ୬ ଡିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା ରହିଛି ।
ଆହୁରି ବଢିବ ତାତି! ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରାରେ ୪ରୁ ୬ ଡିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା ରହିଛି । ଏଥିସହ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରିରହିବାର ସମ୍ଭାବନା ରହିଛି ।
ଜଳୁଛି ସାରା ରାଜ୍ୟ। ଅସହ୍ୟ ତାତିରେ ଅସ୍ତବ୍ୟସ୍ତ ହେଲାଣି ଜନଜୀବନ। ଆଗାମୀ ୪ ଦିନ ଯାଏଁ ପ୍ରଚଣ୍ତ ଗ୍ରୀଷ୍ମ ପ୍ରବାହ ଲାଗି ରହିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ।
ଆଜି ତାତି କମିଲେ ବି, କଲବଲ କରିବ ଗରମ ଓ ଗୁଳୁଗୁଳି । ୨୩ ଓ ୨୪ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ସାମାନ୍ୟ ହ୍ରାସ ଘଟିବ । ପାରଦ ୨ ରୁ ୩ ଡିଗ୍ରୀ ଖସିଲେ ବି ଏହା ୪୧ ଡିଗ୍ରୀ ପାଖାପାଖି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।