ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି ।
୧୦ ଦିନର ଗ୍ରୀଷ୍ମ ପ୍ରବାହ ପରେ ରାଜ୍ୟବାସୀ ସାମାନ୍ୟ ଆଶ୍ୱସ୍ତି ଲାଭ କରିଥିବା ବେଳେ ପାଣିପାଗ ବିଭାଗ କହିଛି। ୨୬ ତାରିଖ ଯାଏଁ ତାତିରୁ ମିଳିବ ଆଶ୍ୱସ୍ତି।
ତାତିରେ ସଡନ୍ ବ୍ରେକ୍। ହାଲୁକା ବର୍ଷା, ଥଣ୍ଡା ପବନ ପାଇଁ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। ୨୨ ଏବଂ ୨୩ ତାରିଖରେ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି।
୩ ଦିନ ମଧ୍ୟରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ଖସିବା ସମ୍ଭାବନା ।
ଏହାରି ଭିତରେ ଖୋର୍ଦ୍ଧା, କଟକ ସମେତ ୪ ଜିଲ୍ଲାକୁ ଆସନ୍ତାକାଲି ଯାଏଁ ଜାରି କରାଯାଇଛି ଅରେଞ୍ଜ୍ ୱାର୍ଣ୍ଣିଂ । ସେପଟେ ତାତି ବଢାଇଛି ଦିନ ମଜୁରିଆଙ୍କ ସମସ୍ୟା । ସରକାରଙ୍କ ବାରଣ ସତ୍ତ୍ୱେ ବି ଡହଡହ ଖରାରେ ପେଟ ପାଇଁ ମୂଲ ଖଟିବାକୁ ବାଧ୍ୟ ହେଉଛନ୍ତି ସେମାନେ ।
ଆଜି ବି ହିଟ୍ ୱେଭ୍ ନେଇ ପାଣିପାଗ ବିଭାଗ ଜାରି କରିଛି ୱାର୍ଣ୍ଣିଂ । ବୌଦ୍ଧ, ସୋନପୁର, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଂଜ ଏହି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତାକାଲିଠୁ ଗୁରୁଚାପ ବଳୟ ପ୍ରଭାବ ପରେ ତାତି କମିବା ସମ୍ଭାବନା ରହିଛି। ଏଥିସହ ଆସନ୍ତା ୨୧, ୨୨ ଓ ୨୩ ତାରିଖରେ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ପୂର୍ବାନୁମାନ କରିଛି।
ସାରା ରାଜ୍ୟରେ ବର୍ଷୁଛି ନିଆଁ । ଦିନ ସାଢ଼େ ୧୧ଟା ସୁଦ୍ଧା ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଛି ।
ଏମିତି ଖରା ଯେ ଘରୁ ବାହାରିବା ମୁସ୍କିଲ ହୋଇପଡ଼ୁଛି ।
୨୧ ଯାଏଁ ନିଦାଘରୁ ନିସ୍ତାର ନାହିଁ: ପାଣିପାଗ ବିଭାଗ । ଅସହ୍ୟ ଗୁଳୁଗୁଳିରେ ଡାକ୍ତରଖାନାରେ ଛଟପଟ ରୋଗୀ, ସଂପର୍କୀୟ ।
ଉତ୍ତରରୁ ଉପକୂଳ, ଦକ୍ଷିଣରୁ ପଶ୍ଚିମ ସବୁଠି ଖରା । ପ୍ରବଳ ଖରାରେ ଜନଜୀବନ ଅସ୍ତବ୍ୟସ୍ତ ।
ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ, ଆହୁରି ୪ ଦିନ ଲାଗି ରହିପାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସ୍ଥିତି। ୨୧ ତାରିଖ ପରେ ତାପମାତ୍ରା କ୍ରମେ ହ୍ରାସ ପାଇବ।
ପାଣି ଅଭାବରୁ ହାତୀ ମୃତ୍ୟୁ ଘଟଣାକୁ କିନ୍ତୁ ଅସ୍ୱୀକାର କରିଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ । ସେ କହିଛନ୍ତି, ହାତୀ ମରିଥିବା ଅଞ୍ଚଳରେ ୩ଟି ପୋଖରୀରେ ପାଣି ଅଛି।
ଖରା ସାଙ୍ଗକୁ ଗୁଳୁଗୁଳି କରିବ ଅଣାୟତ୍ତ । ଦିନର ତାପମାତ୍ରା ଅଧିକାଂଶ ସ୍ଥାନରେ ୪୦ ଡିଗ୍ରୀ ବା ତାଠାରୁ ଅଧିକ ରହିବ।
ରାଜଧାନୀରେ ପୁଣି ତାତିର ପ୍ରକୋପ । ସକାଳ ୮ଟା ୩୦ ସୁଦ୍ଧା ଭୁବନେଶ୍ୱରରେ ୩୧.୬ ଡିଗ୍ରୀ ।
ଆଜିଠୁ ସାଧାରଣ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ । ସେହିପରି ୧୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ।
ସମ୍ବଲପୁର-୪୨.୨ ଡିଗ୍ରୀ, ଝାରସୁଗୁଡା- ୪୧.୬ ଡିଗ୍ରୀ
ଉତ୍ତରରୁ ଉପକୂଳ, ଦକ୍ଷିଣରୁ ପଶ୍ଚିମ ସବୁଠି ଖରା । ଭୁବନେଶ୍ୱର, କଟକ ସମେତ ସାରା ଓଡ଼ିଶାରେ ପ୍ରବଳ ତାତି । ସକାଳ ୯ଟା ପରେ ଘରୁ ବାହାରିବା ମୁସକିଲ୍ ।
ଗ୍ରୀଷ୍ମପ୍ରବାହ ନେଇ ସତର୍କ ରହିବାକୁ ପରାମର୍ଶ ଦେଲେ SRC । ଖରାବେଳେ କାମ ନ କରିବାକୁ ଶ୍ରମିକଙ୍କୁ ପରାମର୍ଶ ଦିଆଯାଇଛି । ଅତି ଆବଶ୍ୟକ ନ ପଡ଼ିଲେ ଘରୁ ନ ବାହାରିବାକୁ ଲୋକଙ୍କୁ ପରାମର୍ଶ ।
ସର୍ବାଧିକ ତାପମାତ୍ରାରେ କାଲି ବିରଳ ରେକର୍ଡ କରିଛି ଝାରସୁଗୁଡ଼ା । ଦେଶ ସହ ଏସିଆର ସର୍ବାଧିକ ଉତ୍ତପ୍ତ ଅଞ୍ଚଳ ପାଲଟିଛି ଝାରସୁଗୁଡା ।
ଆଜି ଦିନ ୨ଟା ୩୦ ସୁଦ୍ଧା ଝାରସୁଗୁଡାରେ ସର୍ବାଧିକ ୪୨ ଦଶମିକ ୪ ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।
ମାଡ଼ି ଆସୁଛି ମୁଣ୍ଡ ଫଟା ଖରା । ୧୩ରୁ ୧୫ ଯାଏଁ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ହିଟ୍ ୱେଭ ୱାର୍ଣ୍ଣିଂ ଜାରି କଲାଣି ପାଣିପାଗ ବିଭାଗ । ଏମିତିକି ୧୫ ତାରିଖରେ ଝାରସୁଗୁଡ଼ାରେ ପାରଦ ୪୪ ଡିଗ୍ରୀ ଡେଇଁବା ଅନୁମାନ କରିଛି ।
ନିଆଁ ବର୍ଷୁଛି, ମୁଣ୍ଡ କାନ ଝାଇଁ ମାରି ଯାଉଛି । ଅପରାହ୍ନ ସାଢ଼େ ୨ଟା ବେଳକୁ ରାଜଧାନୀରେ ପାରଦ ୪୦ ଡିଗ୍ରୀ ଟପିଗଲା । ଡହ ଡହ ଖରାରେ କଲବଲ ହେଉଛନ୍ତି ଭୁବନେଶ୍ୱରବାସୀ ।
ରାଜ୍ୟର କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବ । ଆଗାମୀ ୪ ଦିନ ମଧ୍ୟରେ ଦିନ ତାପମାତ୍ରା ୩ରୁ୪ ଡିଗ୍ରୀ ବୃଦ୍ଧି ସମ୍ଭାବନା ରହିଛି ।
ଚଳିତ ବର୍ଷ ସ୍ୱାଭାବିକ ହେବ ମୌସୁମୀ ବର୍ଷା। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।