ଓଡ଼ିଶାରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ଣ ପ୍ରବାହ । ରାଜ୍ୟର ୩ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଡେଇଁଛି ୪୧.୪ ଡିଗ୍ରୀ ସହ ଟିଟିଲାଗଡ଼ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ବଲାଙ୍ଗିରରେ ମଧ୍ୟ ୪୧. ୩ ଡିଗ୍ରୀ ତାପମାତ୍ରା ରହିଛି ।
ଘୂର୍ଣ୍ଣିବଳୟ ପ୍ରଭାବରେ ବିଷୁବରେଖା ପାର୍ଶ୍ୱବର୍ତ୍ତୀ ଭାରତ ମହାସାଗର ଓ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାଛଡ଼ା ଏହି ଲଘୁଚାପ କ୍ଷେତ୍ର ବାତ୍ୟାରେ ପରିଣତ ହେବ କି ନାହିଁ ସେନେଇ ମଧ୍ୟ ପାଣିପାଗ ବିଭାଗ ଆକଳନ କରି ନାହିଁ।
ଆଜି ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ କଟକ ଏବଂ ଏହାର ଆଖପାଖ ଅଞ୍ଚଳରେ ଘନ କୁହୁଡ଼ି ଦେଖିବାକୁ ମିଳିଥିଲା । ଫଳରେ ଯାନବାହାନ ଚଳାଚଳରେ ସମସ୍ୟା ସୃଷ୍ଚି ହୋଇଥିଲା ।
ରାଜ୍ୟରେ ଆସନ୍ତା ୨୩ ତାରିଖ ଯାଏଁ ଶୁଖିଲା ପାଗ ରହିବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ରାଜ୍ୟରେ କିଛି ସ୍ଥାନରେ ଆଜି ବର୍ଷା ସମ୍ଭାବନା ରହିଛି । କେନ୍ଦୁଝର, ସୁନ୍ଦରଗଡ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁରର କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆସନ୍ତା ୧୧, ୧୨ ଓ ୧୩ ତାରିଖରେ ରାଜ୍ୟର ସମସ୍ତ ସ୍ଥାନରେ ପାଗ ଶୁଖିଲା ରହିବ ।
ରାଜ୍ୟରେ ଆଜି ଓ କାଲି ପୁଣି ବର୍ଷା ସମ୍ଭାବନା ! ପଶ୍ଚିମା ବାୟୁ ପ୍ରଭାବରେ ବର୍ଷା ନେଇ ପୂର୍ବାନୁମାନ ।ଆସନ୍ତାକାଲି ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁରର ସ୍ଥାନେ ସ୍ଥାନେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ପଶ୍ଚିମା ଝଡ଼ ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ଜାରି ରହିଛି। ଦକ୍ଷିଣ ଉପକୂଳ ଓଡ଼ିଶାର ମଧ୍ୟ କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଏହାସହ ରାଜ୍ୟର ସୁନ୍ଦରଗଡ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକରେ କୁଆପଥର ବର୍ଷା ସମ୍ଭାବନା ରହିଛି ।
ସରିନି ଅଦିନିଆ ବର୍ଷା । ଆହୁରି ୨ ଦିନ ବର୍ଷିବ । ବାୟୁମଣ୍ଡଳର ମଧ୍ୟ ଏବଂ ଉପର ସ୍ତରର ପଶ୍ଚିମା-ବାୟୁ ଏବଂ ନିମ୍ନ ଭାଗର ପୂର୍ବାଳୀ ବାୟୁ ସହ ସଂସ୍ପର୍ଶ ଯୋଗୁ, ପାରସ୍ପରିକ ପ୍ରକ୍ରିୟା ତଥା ବଙ୍ଗୋପସାଗର ମଧ୍ୟରୁ ରାଜ୍ୟକୁ ପ୍ରବେଶ କରୁଥିବା ଜଳୀୟବାଷ୍ପପୁର୍ଣ୍ଣ ବାୟୁ ପ୍ରଭାବରେ, କିଛି ଜିଲ୍ଲାରେ କୁଆପଥର ବର୍ଷା ସହ ପ୍ରବଳ ବର୍ଷା ହୋଇଛି । ଆଗାମୀ ଦୁଇ ଦିନ ଯାଏଁ ଆହୁରି ବର୍ଷିବ ବୋଲି ପାଣିପାଗ ବିଭାଗର ସୂଚନା ଦେଇଛି ।
ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରି । ଉପକୂଳରୁ ଉତ୍ତର, ଦକ୍ଷିଣରୁ ପଶ୍ଚିମ ସବୁଠି ଥଣ୍ଡା । ଗତକାଲି ସୁନ୍ଦରଗଡ଼ ସବୁଠାରୁ ଥଣ୍ଡା ସହର ହୋଇଥିବା ବେଳେ ଫୁଲବାଣୀ, ଦାରିଙ୍ଗିବାଡ଼, ଟିଟିଲାଗଡ଼ ଏବଂ ବୌଦ୍ଧରେ ସର୍ବନିମ୍ନ ପାରଦ ରେକର୍ଡ କରାଯାଇଛି ।
ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରି । ଉପକୂଳରୁ ଉତ୍ତର, ଦକ୍ଷିଣରୁ ପଶ୍ଚିମ ସବୁଠି ଥଣ୍ଡା ହିଁ ଥଣ୍ଡା । ଆଜି ବି ରାଜ୍ୟରେ ଜାରି ରହିବ ଶୀତ ଲହରି । ୧୦ ଡିଗ୍ରୀ ତଳେ ରହିଛି ୧୧ଟି ସ୍ଥାନର ରାତି ତାପମାତ୍ରା ।
ଶୀତ ବଢୁଥିବାରୁ ଚାରି ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଁ। ରାତି ଆସିଲେ ଆସୁଛି କୋହଲା ପବନ ଲହରୀ । ପ୍ରବଳ ଶୀତକକରରେ ଥରୁଛି ପୂରା ଓଡିଶା।
ଶୀତରେ ଥରୁଛି ସାରା ଓଡ଼ିଶା ଉପକୂଳରୁ ଆଭ୍ୟନ୍ତର ସବୁଠି ଥରାଉଛି କୋହଲା ପବନ । ଆଗାମୀ ଦୁଇରୁ ତିନି ଯାଏଁ ରାଜ୍ୟରେ କିଛି ଜିଲ୍ଲାରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୪ରୁ ୬ ଡିଗ୍ରୀ ତଳେ ରହିବାର ସମ୍ଭାବନା ରହିଛି ।
ରାଜ୍ୟରେ ଶୀତ ଲହରି ଆହୁରି ବଢ଼ିବ । ଶୀତ ଲହରୀ ବଢ଼ିବା ନେଇ ସତର୍କ କଲା ପାଣିପାଗ ବିଭାଗ। ଉତ୍ତର-ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ପବନ ଆସୁଥିବାରୁ ରାଜ୍ୟରେ ଶୀତ ବଢ଼ିବ ବୋଲି କୁହାଯାଉଛି। ୨/୩ ଦିନ ପର୍ଯ୍ୟନ୍ତ ସ୍ୱାଭାବିକ ଠାରୁ ୪ରୁ ୬ ଡିଗ୍ରୀ ତାପମାତ୍ରା କମିବ ।
ଆଗାମୀ ୪ରୁ ୫ ଦିନ ଯାଏଁ ଅଧିକାଂଶ ସ୍ଥାନର ରାତ୍ରୀ ତାପମାତ୍ରା ୩ରୁ ୪ ଡିଗ୍ରୀ ହ୍ରାସ ହେବାନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଦକ୍ଷିଣ ଓଡ଼ିଶାରେ ବର୍ଷା କମିଛି, ଉତ୍ତର ଓଡ଼ିଶାରେ ବର୍ଷା ବଢ଼ିଛି । ଓଡ଼ିଶା ଉପକୂଳରେ ଆଜି ସଂଧ୍ୟା ଯାଏଁ ପବନ ବହିବ, ରାତିକୁ କମିବ ବୋଲି ଆଇଏମ୍ଡି ଡିଜି କହିଛନ୍ତି ।
ବର୍ତ୍ତମାନ ସମୁଦ୍ର ଭିତରେ ଗଭୀର ଅବପାତରେ ପରିଣତ ହୋଇ ଦୁର୍ବଳ ହୋଇଛି। ବାତ୍ୟା ଜଓ୍ୱାଦ ମୋଡ଼ ବଦଳାଇ ପଶ୍ଚିମବଙ୍ଗ ଆଡକୁ ଚାଲିଯିବ ବୋଲି କହିଛି ଆଇଏମଡି। ପରବର୍ତ୍ତୀ ୧୨ ଘଣ୍ଟାରେ ଏହା ଦୁର୍ବଳ ହୋଇ ୱେଲ ମାର୍କଡ ଲଘୁଚାପରେ ପରିଣତ ହେବ।
ମଧ୍ୟରାତ୍ରୀ ପରଠୁ ଘଣ୍ଟା ପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବ ଏବଂ କ୍ରମଶଃ ବଢ଼ି ୮୦ରୁ ୯୦, ଏମିତିକି ରବିବାର ୧୦୦ କିଲୋମିଟରକୁ ଛୁଇଁପାରେ।
ଏହି ଅବପାତ ଏବେ ଆନ୍ଧ୍ରର ବିଶାଖାପାଟଣାଠାରୁ ଦକ୍ଷିଣ ଓ ଦକ୍ଷିଣ ପୂର୍ବ ଦିଗରେ ୯୬୦ କିଲୋମିଟର, ଓଡ଼ିଶାର ଗୋପାଳପୁରଠୁ ଦକ୍ଷିଣ ଓ ଦକ୍ଷିଣ ପୂର୍ବ ଦିଗରେ ୧୦୨୦ କିଲୋମିଟର ଏବଂ ପାରାଦୀପଠୁ ଦକ୍ଷିଣ ଓ ଦକ୍ଷିଣ ପୂର୍ବ ଦିଗରେ ୧୦୬୦ କିଲୋମିଟର ଦୂରରେ ରହିଛି।
୬୦ ଓଡ୍ରାଫ୍, ୧୭ NDRF, ଅଗ୍ନିଶମର ୧୭୨ ଟିମ୍ ମୁତୟନ ହେବେ। ଆକଳନ ଅନୁସାରେ ୯୦ରୁ ୧୦୦ କିମି ବେଗରେ ପବନ ବହିବ। ତଳିଆ ଅଞ୍ଚଳ ଲୋକଙ୍କୁ ସ୍ଥାନାନ୍ତରଣ ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଚ୍ଚସ୍ତରୀୟ ବୈଠକ କରାଯାଇଛି। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ୮ଟି ଆକ୍ସନ ପଏଣ୍ଟ ଉପରେ ଫୋକସ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଆଣ୍ଡାମାନ ସାଗର ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆସନ୍ତାକାଲି ଅବପାତରେ ପରିଣତ ହେବ। ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି କାଲି ଅବପାତ ରୂପ ନେବ ଅବପାତରେ ପରିଣତ ହେଲା ପରେ କେଉଁଠି ମାଡ଼ ହେବ ତାହା ସ୍ପଷ୍ଟ ହେବ।
ସାଇକ୍ଲୋନ ପ୍ରଭାବରେ ୩ ତାରିଖ ରାତିରୁ ଓଡ଼ିଶା ଉପକୂଳରେ ବର୍ଷା ସାଙ୍ଗକୁ ପବନ ଆରମ୍ଭ ହୋଇଯିବ। ୩ ତାରିଖ ମଧ୍ୟରାତ୍ରରୁ ପବନ ବଢ଼ି ଘଣ୍ଟା ପ୍ରତି ୪୫ରୁ ୫୫ କିମି ବେଗରେ ବୋହିପାରେ। ପରେ ପବନର ବେଗ ୯୦ କିମି ବହିବାର ସମ୍ଭାବନା ରହିଛି।
ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି ଯେ ଗତକାଲି ଦକ୍ଷିଣ ଆଣ୍ଡାମାନ ତତ୍ ସଲଗ୍ନ ଥାଇଲାଣ୍ଡ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ଆଜି ସାମାନ୍ୟ ପଶ୍ଚିମ-ଉତ୍ତର ଓ ପଶ୍ଚିମ ଦିଗରେ ଗତି କରି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସକ୍ରିୟ ରହିଛି। ଏହାସହିତ ଜଡ଼ିତ ଘୂର୍ଣ୍ଣିବଳୟ ୫.୮ କିଲୋମିଟର୍ ପର୍ଯ୍ୟନ୍ତ ବ୍ୟାପିଛି।