ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୧୬ ତାରିଖ ଯାଏଁ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।
ରାଜ୍ୟରେ ଧୀରେଧୀରେ ବଢ଼ିଲାଣି ଥଣ୍ଡା। ଗତ ୨୪ ଘଣ୍ଟା ଭିତରେ ୭ ସହରରେ ୧୫ ଡିଗ୍ରୀ ତଳେ ରହିଛି। ସର୍ବନିମ୍ନ ତାପମାତ୍ରା ୧୦ ଡ଼ିଗ୍ରୀ ସହ ଦାରିଙ୍ଗବାଡି ଓଡିଶାର ଥଣ୍ଡା ସହର ପାଲଟିଛି।
ସୁନ୍ଦରଗଡ଼ର କୋଇଡ଼ାରେ ଘନ କୁହୁଡ଼ିର ଆସ୍ତରଣ ଦେଖାଦେଇଛି। ଘନ କୁହୁଡ଼ି ସାଙ୍ଗକୁ କୋଇଡ଼ାରେ ହାଡ଼ଭଙ୍ଗା ଶୀତ ଅନୁଭୂତ ହେଉଛି। ବଣାଇରେ ମଧ୍ୟ ଘନ କୁହୁଡ଼ି ଦେଖାଦେଇଛି। ପାଖକୁ ପାଖ ଦେଖାଯାଉନି।
ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ଯେ ଆଜିଠୁ ୨ ତାରିଖ ଯାଏଁ ରାଜ୍ୟରେ ପାଗରେ ପରିବର୍ତ୍ତନ ହେବ। ୭ ଜିଲ୍ଲାରେ ବର୍ଷା ହେବ।
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି.. ଆହୁରି ବର୍ଷିବ
ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଟୁଇଟ୍ କରିଛି। ସେପଟେ ରାଜ୍ୟର ଅର୍ଦ୍ଧେକ ଅଞ୍ଚଳରୁ ଦକ୍ଷିଣ ପଶ୍ଚିମ ମୌସୁମୀ ଫେରିଛି। ପଶ୍ଚିମ ଓଡ଼ିଶାର ୮ଟି ଜିଲ୍ଲାରୁ ସଂପୂର୍ଣ୍ଣ ଭାବେ ମୌସୁମୀ ଚାଲିଯାଇଛି।
ଲଘୁଚାପ ଘନୀଭୂତ ହେଲା ପରେ ବାତ୍ୟାର ରୂପ ନେବ ନା ନାହିଁ, ଯଦି ବାତ୍ୟା ହୁଏ ତାର ପ୍ରଭାବ କେତେ ରହିବ, ଗତିପଥ କଣ ହେବ ତାହା ପରବର୍ତ୍ତୀ ସମୟରେ ସ୍ପଷ୍ଟ ହେବ। କିନ୍ତୁ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ବାତ୍ୟା ହେବା ନେଇ ବିଭିନ୍ନ ମଡେଲ୍ ସଙ୍କେତ ଦେଉଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ପୂର୍ବତନ ନିର୍ଦ୍ଦେଶକ ଶରତ ସାହୁ ମଧ୍ୟ କହିଛନ୍ତି ବାତ୍ୟା ଆସିବାର ସମ୍ଭାବନା ରହିଛି। ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ବାତ୍ୟା କିମ୍ବା ସିଭିୟର୍ ସାଇକ୍ଲୋନର ରୂପ ନେଇପାରେ। ସମ୍ଭାବ୍ୟ ବାତ୍ୟା ୧୫ରୁ ୧୭ ତାରିଖ ଭିତରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ଥିବା ସେ ଆକଳନ କରିଛନ୍ତି।
ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ବର୍ଷା ଓ ବଜ୍ରପାତ ନେଇ ୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
ବାତ୍ୟା ଶ୍ରୀକାକୁଲମରୁ କୋରାପୁଟ ଜିଲ୍ଲାକୁ ପଶିବ। ପ୍ରଭାବରେ ରାତିରେ ଗଜପତି, ରାୟଗଡ଼ା, କୋରାପୁଟରେ ବର୍ଷା ବଢ଼ିବ। ଗଜପତି, ରାୟଗଡ଼ା, କୋରାପୁଟରେ ଅତିପ୍ରବଳ ବର୍ଷା ମଧ୍ୟ ହୋଇପାରେ।
ସମ୍ଭାବ୍ୟ ବାତ୍ୟା ଗୁଲାବର ପ୍ରଭାବ ପଡ଼ିବ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରରେ । ସେହି ଦୃଷ୍ଟିରୁ ଏହି ଅଞ୍ଚଳ ଦେଇ ଗତି କରୁଥିବା ୨୬ଟି ଟ୍ରେନ୍ ବାତିଲ କରାଯାଇଛି । ଜୋର୍ ବର୍ଷା ପବନର ଆଶଙ୍କା ଥିବାରୁ ଏହି ପଦକ୍ଷେପ ନେଇଛି ରେଳ ବିଭାଗ । ତା ସହିତ ୫ଟି ଟ୍ରେନର ଗତିପଥ ପରିବର୍ତ୍ତନ କରାଯାଇଛି । କେତେକ ଟ୍ରେନର ଯାତାୟତ ସମୟରେ ପରିବର୍ତ୍ତନ କରାଯାଇଥିବା ମଧ୍ୟ ସୂଚନା ଦିଆଯାଇଛି ।
ଉପକୂଳ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ଗୁଲାବ । ଆଜି ଭୋର ୫ଟା ୧୫ରେ ପାଣିପାଗ ବିଭାଗ ଜାରି କରିଥିବା ବୁଲେଟିନ ଅନୁସାରେ ବାତ୍ୟା ଏବେ ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଅଛି । ଗୋପାଳପୁର ଠାରୁ ଏହା ୩୧୦ କିଲୋମିଟର ଦୂରରେ ଥିବା ବେଳେ କଳିଙ୍ଗପଟ୍ଟନମରୁ ୩୮୦ କିଲୋମିଟର ଦୂରରେ ରହିଛି ।
ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା । ଭାରତୀୟ ପାଣିପାଗ କାର୍ଯ୍ୟାଳୟର ପୂର୍ବାନୁମାନ ଅନୁସାରେ ବାତ୍ୟାଟି ଆସନ୍ତାକାଲି ସ୍ଥଳଭାଗ ଛୁଇଁବ । ଆନ୍ଧ୍ର ପ୍ରଦେଶର କଳିଙ୍ଗପଟ୍ଟନମ୍ ନିକଟରେ ଲ୍ୟାଣ୍ଡଫଲ୍ କରିବ ବୋଲି ଆକଳନ କରାଯାଇଛି ।
ଦକ୍ଷିଣ ଓଡ଼ିଶା ଜିଲ୍ଲାଗୁଡ଼ିକରେ ଅତ୍ୟନ୍ତ ପ୍ରବଳ ବର୍ଷାର ଆଶଙ୍କା ରହିଛି। ବାତ୍ୟା ଲ୍ୟାଣ୍ଡଫଲ୍ କରିବା ସମୟରେ ସମୁଦ୍ର ଅଶାନ୍ତ ରହିବା ସହ ଗଞ୍ଜାମ, ଶ୍ରୀକାକୁଲମ୍ ଓ ବିଜୟନଗରମ୍ ଜିଲ୍ଲାର ଉପକୂଳରେ ଅଧମିଟର ପର୍ଯ୍ୟନ୍ତ ଜୁଆର ଉଠିପାରେ। ତେଣୁ ଆଜିଠାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି।
ଏହି ସମୟରେ ପବନର ବେଗ ରହିବ ଘଣ୍ଟାକୁ ୬୫ରୁ ୭୫ କିଲୋମିଟର । ଏହି ସମ୍ଭାବ୍ୟ ବାତ୍ୟାର ପ୍ରଭାବରେ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଧିରେ ଧିରେ ବାତ୍ୟାର ରୂପ ନେବାର ଆଶଙ୍କା କରାଯାଉଛି । ଆଜି ସଂଧ୍ୟା ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବାପରେ ସ୍ଥଳଭାଗ ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି । ବର୍ତ୍ତମାନ ଗଭୀର ଅବପାତଦକ୍ଷିଣ ଓଡ଼ିଶାର ଗୋପାଳପୁର ଠାରୁ ୪୭୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇ ରହିଛି ।
ଆସନ୍ତା କିଛି ଘଣ୍ଟାରେ ଏହା ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ସଦ୍ୟତମ ସୂଚନା ଅନୁସାରେ ଏହା ଗୋପାଳପୁରରୁ ପୂର୍ବ ଓ ଦକ୍ଷିଣ ପୂର୍ବ ୫୧୦ କିମି ଦୂରରେ ଏହା ଅବସ୍ଥିତ ରହିଛି ।
ବାତ୍ୟା ପାଇଁ ଗଜପତି ଜିଲ୍ଲାରେ ଛୁଟି ବାତିଲ । ସମ୍ଭାବ୍ୟ ବାତ୍ୟା ମୁକାବିଲା ଲାଗି ୨୫ ଓ ୨୬ରେ ଅଫିସରଙ୍କ ଛୁଟି ବାତିଲ କରାଯାଇଛି । ଜରୁରୀ ପରିସ୍ଥିତିର ସାମ୍ନା କରିବା ପାଇଁ ଅଫିସରଙ୍କୁ ହେଡକ୍ୱାଟର୍ସରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ବିନା ଅନୁମତିରେ କେହି ହେଡକ୍ୱାଟର୍ସ ନ ଛାଡ଼ିବାକୁ ନିର୍ଦ୍ଦେଶ ରହିଛି । ବାତ୍ୟା ପ୍ରଭବରେ ୨୫ରୁ ୨୭ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି ।
ମାଡ଼ି ଆସୁଛି ବାତ୍ୟା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଗଭୀର ଅବପାତରେ ପରିଣତ ହୋଇସାରିଛି । ଗୋପାଳପୁରରୁ ପୂର୍ବ ଓ ଦକ୍ଷିଣ ପୂର୍ବର ୫୧୦ କିମି ଦୂରରେ ଏହା ଅବସ୍ଥିତ ରହିଛି । ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ । ଶେଷ ୬ ଘଣ୍ଟାରେ ୧୨ କିମି ବେଗରେ ଉପକୂଳକୁ ମୁହାଁଉଛି ବାତ୍ୟା ।
ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହୋଇଛି। ଆସନ୍ତା ୧୨ ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି ।
ଏହାର ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ୨୫ ତାରିଖ ଓ ୨୮ ତାରିଖରେ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ କେତେକ ସ୍ଥାନରେ ୨୬ ଓ ୨୭ ତାରିଖ ଦିନ ପ୍ରବଳରୁ ପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି। ଏହା ଦ୍ୱାରା ତଳିଆ ଅଞ୍ଚଳରେ ପାଣି ଜମା ହେବାର ଆଶଙ୍କା ପ୍ରକାଶ କରାଯାଇଛି।
ମାଡ଼ି ଆସୁଛି ଲଘୁଚାପ। ଗୋଟିଏ ନୁହେଁ, ଦୁଇ ଦୁଇଟି ଲଘୁଚାପ ଓଡ଼ିଶା ଆଡେ ମୁହାଁଇଛନ୍ତି। ଏମିତି ସୂଚନା ଦେଇଛନ୍ତି ଅନେକ ଘରୋଇ ପାଣିପାଗ ସଂସ୍ଥା। ଚଳିତ ମାସରେ ବଙ୍ଗୋପସାଗରରେ ଗୋଟିଏ ପରେ ଗୋଟିଏ ଲଘୁଚାପ ସୃଷ୍ଟି ହେବାରେ ଲାଗିଛି
ଗତ ୨୪ ଘଣ୍ଟାରେ ଓଡ଼ିଶା ଉପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଯାହାର ପ୍ରଭାବରେ ଅନେକ ସ୍ଥାନରେ ହାଲୁକା ଓ ମଧ୍ୟମ ଧରଣରେ ବର୍ଷା ଅନୁଭୁତ ହୋଇଛି। ସର୍ବାଧିକ ବର୍ଷା କଳାହାଣ୍ଡି ଜିଲ୍ଲା ସଦର ମହକୁମା ଭବାନୀପାଟଣାରେ ହୋଇଛି।
ଓଡ଼ିଶା ଉପକୂଳ ନିକଟତର ହେଉଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ । ଆସନ୍ତା କିଛି ଘଣ୍ଟା ଭିତରେ ଏହା ବଙ୍ଗୋପ ସାଗରର ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବାର ସମ୍ଭାବନା ଅଛି । ଏହାର ପ୍ରଭାବରେ ଉପକୂଳ ଏବଂ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି ।
ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁସାରେ, ଓଡ଼ିଶାରେ ୧୮ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ନାହିଁ। କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୧୯ ଓ ୨୦ ତାରିଖରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୭ରୁ ୧୨ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ।