ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହେଇସାରିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ଅବପାତରେ ପରିଣତ ହେବା ପରେ ଏହା ଘଣ୍ଟା ପ୍ରତି ୫ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା, ଉତ୍ତର ଛତିଶଗଡ଼ ଏବଂ ମଧ୍ୟ ପ୍ରଦେଶ ଆଡ଼କୁ ଯିବା ସମ୍ଭାବନା ରହିଛି।
ରାଜ୍ୟର ସମସ୍ତ ବନ୍ଦରରେ ୩ ନମ୍ବର ବିପଦ ସଙ୍କତ ଜାରି କରାଯାଇଛି। ଯେହେତୁ ଅବପାତର ରୂପ ନେଇଛି, ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ପବନର ବେଗ ଘଣ୍ଟା ପ୍ରତି ୫୫ ଓ ଝଟ୍କା ପବନ ୬୫ କିମି ରହିବ। ଆସନ୍ତାକାଲି ୫ ଆଭ୍ୟନ୍ତରୀଣ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା। ଆଜି ପାଇଁ ୧୭ ଜିଲ୍ଲାକୁ ପାଣିପାଗ ବିଭାଗର ଓ୍ୱାର୍ଣ୍ଣିଂ। ୮ ଜିଲ୍ଲାକୁ ଅରେଞ୍ଜ, ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ।
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା। ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ଓ୍ବାର୍ଣ୍ଣିଂ।
ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ନିକଟ ଉତ୍ତରପଶ୍ଚିମରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ୭ଟି ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।
ମୌସୁମୀ ପ୍ରବାହ ଏବେ ଓଡ଼ିଶା ଉପରେ ଦୁର୍ବଳ ଥିବା ସତ୍ତ୍ୱେ ଆସନ୍ତା କାଲିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିବ ବର୍ଷା। ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ସାମାନ୍ୟ ବର୍ଷା ହେବାକୁ ଥିବା ବେଳେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛିାଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍.ଆର୍. ବିଶ୍ୱାସଙ୍କ କହିବାନୁଯାୟୀ, ଆସନ୍ତା ୨୫,୨୬, ୨୭ କିଛି ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି, ବିଜୁଳି ମାରିବାର ସମ୍ଭାବନା ରହିଛି। ଏହାବାଦ କିଛି ସ୍ଥାନରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି।
ବୁଧବାର ଭୋର ପ୍ରାୟ ୪ଟା ୨୦ରେ ବାଦଲ ଫାଟିଥିଲା। ପ୍ରବଳ ବର୍ଷାରେ ୫ ଘର ଭୁଷୁଡି ଯାଇଥିଲା। ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଲୋକ ନିଖୋଜ ହୋଇଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସେନା, ପୋଲିସ ଏବଂ ପ୍ରଶାସନର ମିଳିତ ସହଯୋଗରେ ଲୋକଙ୍କୁ ଉଦ୍ଧାର କରାଯାଇ ସୁରକ୍ଷିତ ସ୍ଥାନକୁ ପଠାଯାଉଛି।
ଗତ କିଛିଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଜି ମଧ୍ୟ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖରେ ଗତକାଲି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି।
ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଦୁଇ ଦୁଇଟି ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ୨୭ ତାରିଖ ଯାଏ ବର୍ଷା ସମ୍ଭାବନା
ଗତକାଲି ଟ୍ୱିନ ସିଟିରେ ପ୍ରବଳ ବର୍ଷା ହୋଇଯାଇଛି। କାଲିର ବର୍ଷା ପ୍ରବଳ ଗରମ ଓ ଗୁଳୁଗୁଳିରୁ ଆଶ୍ୱସ୍ତି ଦେଇଥିବାବେଳେ ଆଜି ମଧ୍ୟ ଅନେକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି।
ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବର୍ଷା ଜାରି ରହିବ। ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଏବଂ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।