କିଛି ଦିନର ଶୀତ ପରେ ରାଜ୍ୟରୁ ଶୀତ ଉଭାନ। କମ୍ୱଳ ଘୋଡ଼ାଇ ହେବା ସମୟରେ ଫ୍ୟାନ ଦରକାର ପଡୁଛି। ତେବେ ଆଜିଠାରୁ ତାପମାତ୍ରା ୨ ରୁ ୩ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଫଳରେ ଶୀତ ସାମାନ୍ୟ କମିପାରେ।
ଆଜି ଦକ୍ଷିଣ ଓଡ଼ିଶାର ୧୧ ଜିଲ୍ଲାକୁ ସତର୍କତା ଜାରି ହୋଇଛି। ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଜପତି, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି।
ଆସନ୍ତା ଦୁଇଦିନ ମଧ୍ୟରେ ଜଗତ୍ସିଂହପୁର, କଳାହାଣ୍ତି, ସୁନ୍ଦରଗଡ଼, କନ୍ଧମାଳ, ଯାଜପୁର ଆଦି ସ୍ଥାନରେ ତାପମାତ୍ରା କମିବା ସହ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ହେବାର ସମ୍ଭାବନା ରହିଛି ।
ଯମ ଦୂତ ସାଜିଛି ବଜ୍ରପାତ! ଅକାଳରେ ନେଉଛି ଜୀବନ । ବିଗତ ୩ ବର୍ଷରେ ବ୍ରଜପାତ ନେଲାଣି ୧୦୫୭ ପ୍ରାଣ ।
୨୪ ଘଣ୍ଟାରେ ଦକ୍ଷିଣ ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମ ବର୍ଷା । ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ
ATMକୁ ଟଙ୍କା ଉଠାଇବାକୁ ଯାଇଥିବା ବେଳେ ଇଲେକଟ୍ରିକ୍ କରେଣ୍ଟ ଲାଗି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ଆଉ ମୃତଦେହ ATM ବାହାରେ ଥିବା ପାଣିରେ ବୁଡି ରହିଛି। ଏହି ଘଟଣାର ଭିଡିଓ ଏବେ ଭାଇରାଲ୍ ହେବାରେ ଲାଗିଛି।
ଏତିକିବେଳେ ପବନର ଘଣ୍ଟାପ୍ରତି ବେଗ ୭୦ରୁ ୮୦ କିମି ରହିପାରେ । ସ୍ଥଳ ବିଶେଷରେ ଏହା ବଢି ୯୦ କିମି ଛୁଇଁପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ଓଡ଼ିଶା ଉପରେ ଏହି ବାତ୍ୟାର ସିଧାସଳଖ ପ୍ରଭାବ ପଡ଼ିନଥିଲେ ମଧ୍ୟ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ହୋଇପାରେ ।
ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହେଉଛି ।
ବାତ୍ୟା ଦାନାର କ୍ଷୟକ୍ଷତି ଆକଳନ କରିବାକୁ କେନ୍ଦ୍ରାପଡା ଓ ଭଦ୍ରକରେ ପହଞ୍ଚିଲେ କେନ୍ଦ୍ରୀୟ ଟିମ । କେନ୍ଦ୍ରାପଡାକୁ ଆସିଥିବା ୨ ଜଣିଆ କେନ୍ଦ୍ରୀୟ ଟିମରେ କେନ୍ଦ୍ର ରାଜପଥ ସଡକ, ପରିବହନ ମନ୍ତ୍ରଣାଳୟର ଆଞ୍ଚଳିକ ଅଧିକାରୀ ସୁନୀଲ କୁମାର ଏବଂ ସ୍ନେହା ସାମିଲ ହୋଇଛନ୍ତି ।
ପାଣିପାଗକୁ ନେଇ ଆସିଲା ବଡ଼ ସୂଚନା । ବଙ୍ଗୋପସାଗରରେ ଆସୁଛି ମାଡ଼ି ଆସୁଛି ଆଉ ଏକ ଲଘୁଚାପ । ୨୩ ସୁଦ୍ଧା ଲଘୁଚାପ ନେଇ ପୂର୍ବାନୁମାନ କଲା ପାଣିପାଗ ବିଭାଗ ।
ପୁଣି ଚିନ୍ତା ବଢ଼ାଇଲା ଚଳିତ ବର୍ଷର ବିଶ୍ବ ତାପମାତ୍ରା । ୨୦୨୩କୁ ଟପି ସର୍ବକାଳୀନ ରେକର୍ଡ ଭାଙ୍ଗିବ ୨୦୨୪ର ତାତି । ବିଶ୍ବ ପାଣିପାଗ ସଂଗଠନର ରିପୋର୍ଟ ପରେ ଜାତିସଂଘ ଉଦବେଗ ପ୍ରକାଶ କରିଛି।
ଏବେ ନାହିଁ ଲଘୁଚାପ । ପାଣିପାଗ ବିଭାଗ କହିଛି, ଆସନ୍ତା ୭ଦିନ ମଧ୍ୟରେ ଲଘୁଚାପ ହେବାର କୌଣସି ସମ୍ଭାବନା ନାହିଁ ।
ନଭେମ୍ବରରେ ଆଉ ଏକ ବାତ୍ୟା ଆସିବା ନେଇ IMD କିମ୍ବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ । କିନ୍ତୁ ଖଡ଼ିରତ୍ନ ପଞ୍ଜିକାରେ ଏହାକୁ ନେଇ ସୂଚନା ରହିଛି ।
ବାତ୍ୟା ପରେ ରାଜ୍ୟରେ ବନ୍ୟାସ୍ଥତି ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । କହିଛନ୍ତି ରାଜ୍ୟରେ ବନ୍ୟା ସ୍ଥିତି ହୋଇନି ।
ଦାଉ ସାଧିଲା ଦାନା । ବାତ୍ୟା ମାଡ଼ରେ କେତେ ଘାଇଲା ହୋଇଛି ତିନି ଜିଲ୍ଲା କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକ ।
ମଝି ରାତିରେ ମାଡ଼ ହେଲା ଭୀଷଣ ବାତ୍ୟା ଦାନା । ଭିତରକନିକା ପାଖରେ ମାଟି ଛୁଇଁଲା, ଯେଉଁବାଟ ଦେଇ ଗଲା, ତାଣ୍ଡବ ରଚିଲା ।
ବାତ୍ୟା ଦାନା ପ୍ରଭାବରେ ଘର ଭାଙ୍ଗିଥିବା ଲୋକଙ୍କୁ ମିଳିବ ପକ୍କା ଘର ।
ବାତ୍ୟା ଦାନାର ପ୍ରଭାବ ଯୋଗୁଁ ବର୍ଷା ଏବଂ ପବନ ଜାରି ରହିଛି । ଏଥିପାଇଁ ଆସନ୍ତାକାଲି ସକାଳ ୮ଟା୩୦ ପର୍ଯ୍ୟନ୍ତ ୪ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ବାତ୍ୟା ଦାନା ତାଣ୍ଡବ ରଚିବା ପରେ ଏବେ ଜୋରସୋରରେ ଚାଲିଛି ଉଦ୍ଧାରକାର୍ଯ୍ୟ । ଅଗ୍ନିଶମ ବାହିନୀ ପକ୍ଷରୁ ରାସ୍ତାରେ ପଡିଥିବା ଗଛ ସବୁ କଟା ଚାଲିଛି ।
ବାତ୍ୟା ଦାନା ପ୍ରଭାବରେ ରାଜଧାନୀ ଭୁବନେଶ୍ବରର ଆକାଶ ଗତକାଲିଠାରୁ ମେଘୁଆ ରହିଥିଲା । ମଝିରେ ମଝିରେ ଝିପିଝିପି ବର୍ଷା ଲାଗି ରହିଥିଲା । ହେଲେ ବର୍ଷା ଓ ପବନର ପ୍ରକୋପ ନ ଥିଲା ।
ବାତ୍ୟା ‘ଦାନା’ ଉପକୂଳ ମୁହାଁ ହେଉଥିବା ବେଳେ ୨ଟି ଆଣ୍ଟି ସାଇକ୍ଲୋନିକ ସର୍କୁଲେସନ ସୃଷ୍ଟି ହୋଇଥିଲା । ଉଭୟ ପୂର୍ବ ଓ ପଶ୍ଚିମ ଦିଗରୁ ଦୁଇଟି ଆଣ୍ଟି ସାଇକ୍ଲୋନିକ ସର୍କୁଲେସନ ସୃଷ୍ଟି ହୋଇଥିଲା । ଏଥିପାଇଁ ବାତ୍ୟାର ଗତି ସାମାନ୍ୟ ମନ୍ଥର ହୋଇଯାଇଥିଲା ।
ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ସମୁଦ୍ର ଭାଗରେ ଭୀଷଣ ବାତ୍ୟାର ରୂପ ନେଇସାରିଛି । ଆଜି ରାତିରୁ ଆସନ୍ତାକାଲି ସକାଳ ଭିତରେ ଭିତରକନିକା ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିବ। ଏବେ ତାହା ପାରାଦୀପଠାରୁ ୨୮୦ କିଲୋମିଟର ଏବଂ ଧାମରାରୁ ୩୧୦ କିଲୋମିଟର ଦୂରରେ ରହିଛି ।
ଭଦ୍ରକ ଜିଲ୍ଲା ଧାମରାରୁ କେନ୍ଦ୍ରାପଡ଼ା ଜିଲ୍ଲା ଭିତରକନିକା। ସମ୍ଭାବ୍ୟ ଲ୍ୟାଣ୍ଡଫଲ୍ ସ୍ଥଳରେ ସ୍ପଷ୍ଟ ବାରି ହେଲାଣି ବାତ୍ୟାର ପୂର୍ବାଭାସ। ସମୁଦ୍ରରେ ଥାଇ ତାଉ ଦେଖାଇବା ଆରମ୍ଭ କଲାଣି ଦାନା ।
କେତେ ସୁରକ୍ଷିତ ଉପକୂଳ ଓଡ଼ିଶାର ବିଭିନ୍ନ ପୁରୁଣା ବାତ୍ୟା ଆଶ୍ରୟସ୍ଥଳୀ? ବାତ୍ୟା ପ୍ରକୋପରୁ ବର୍ତ୍ତିବାକୁ ଠିକ୍ ଅଛି ତ ଆଶ୍ରୟସ୍ଥଳୀର ଅବସ୍ଥା?
ବାତ୍ୟା ‘ଦାନା’ ଆସିବା ପୂର୍ବରୁ ହାଟ ବଜାରରେ ତାଣ୍ଡବ ରଚୁଛି ଦରବୃଦ୍ଧିର ଝଡ଼ । ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ କଥା ଛାଡ଼ନ୍ତୁ, ମାର୍କେଟରୁ ଏକ ପ୍ରକାର ଉଭାନ୍ ହୋଇଗଲାଣି ଆଳୁ, ପିଆଜ ।