ଭୁବନେଶ୍ୱର: ଖୁବଶୀଘ୍ର ଖୋଲିବ କଲେଜ । ମେ’ ୩୧ରେ ଖରା ଛୁଟି ସରିବା ପରେ ଜୁନ୍ ପହିଲାରୁ ଖୋଲିବ କଲେଜ। ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଜୁନ୍ ପହିଲାରୁ ଖୋଲିବା ନେଇ ନିଷ୍ପତ୍ତି ହୋଇଛି । ସରକାରୀ ଓ ସରକାରୀ ଅନୁଦାନ ପ୍ରାପ୍ତ ଡିଗ୍ରୀ କଲେଜ ଗୁଡିକ ମଧ୍ୟ ଜୁନ୍ ପହିଲାରୁ ଖୋଲିବାକୁ ଅନୁମତି ଦିଆଯାଇଛି ।
ଏନେଇ ବିଶ୍ୱବିଦ୍ୟାଳୟ କୁଳପତି ଓ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି ଉଚ୍ଚଶିକ୍ଷା ସଚିବ । ମେ ୩୧ରେ ଗ୍ରୀଷ୍ମ ଛୁଟି ସରିବା କ୍ଷଣି ଶିକ୍ଷାନୁଷ୍ଠାନ ଖୋଲିବାକୁ ଚିଠିରେ ଦର୍ଶାଇଛନ୍ତି ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର । ଏପ୍ରିଲ୍ ୧୬ ଓ ୨୬ରେ ଦିଆଯାଇଥିବା ନିର୍ଦ୍ଦେଶାବଳୀକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ଚିଠିରେ ଉଲ୍ଲେଖ କରାଯାଇଛି ।
ସୂଚନା ଅନୁସାରେ, ରାଜ୍ୟରେ କରୋନା ମହାମାରୀ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ମାମଲା ବୃଦ୍ଧି ପାଇବା ପରେ ରାଜ୍ୟ ସରକାର ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରିଦେଇଥିଲେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/admission-in-medical-college_1622226464.jpg)