Advertisment

ଛତିଶା ନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ

ପୁରୀ: ଆସନ୍ତା ୧୬ ତାରିଖ ସୁଦ୍ଧା ଭକ୍ତମାନେ ଜଗମୋହନକୁ ଯାଇ ଭିତରକାଠ ପାଖରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ଜୟବିଜୟ ଦ୍ୱାର ଦେଇ ପ୍ରବେଶ କରି ବେହରଣ ଦ୍ୱାର ଦେଇ ପ୍ରସ୍ଥାନ କରିବେ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଗତକାଲି ବସିଥିବା ଛତିଶା ନିଯୋଗ ବୈଠକରେ ଏନେଇ ଆଲୋଚନା ହୋଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଜଗମୋହନ ଭିତରକାଠ ଦର୍ଶନ ସହ ଗର୍ଭଗୃହକୁ ପାଳିଆ ସେବକମାନଙ୍କ ପ୍ରବେଶ ସଂପର୍କରେ ବୈଠକରେ ଆଲୋଚନା ହୋଇଥିଲା। ହାଇକୋର୍ଟଙ୍କ ନିର୍ଦ୍ଦେଶର ଅନୁପାଳ କରାଯିବାକୁ ବୈଠକରେ ନିଷ୍ପତ୍ତି […]

ଛତିଶା ନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ

jagannath temple

Advertisment

ପୁରୀ: ଆସନ୍ତା ୧୬ ତାରିଖ ସୁଦ୍ଧା ଭକ୍ତମାନେ ଜଗମୋହନକୁ ଯାଇ ଭିତରକାଠ ପାଖରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ଜୟବିଜୟ ଦ୍ୱାର ଦେଇ ପ୍ରବେଶ କରି ବେହରଣ ଦ୍ୱାର ଦେଇ ପ୍ରସ୍ଥାନ କରିବେ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଗତକାଲି ବସିଥିବା ଛତିଶା ନିଯୋଗ ବୈଠକରେ ଏନେଇ ଆଲୋଚନା ହୋଇଛି।

Advertisment

ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଜଗମୋହନ ଭିତରକାଠ ଦର୍ଶନ ସହ ଗର୍ଭଗୃହକୁ ପାଳିଆ ସେବକମାନଙ୍କ ପ୍ରବେଶ ସଂପର୍କରେ ବୈଠକରେ ଆଲୋଚନା ହୋଇଥିଲା। ହାଇକୋର୍ଟଙ୍କ ନିର୍ଦ୍ଦେଶର ଅନୁପାଳ କରାଯିବାକୁ ବୈଠକରେ ନିଷ୍ପତ୍ତି ହୋଇଛି।

ତେବେ ସେବକଙ୍କ ପ୍ରବେଶ କଟକଣାର ପୁନର୍ବିଚାର ପାଇଁ ହାଇକୋର୍ଟଙ୍କୁ ନିବେଦନ କରାଯିବାକୁ ନିଷ୍ପତ୍ତି ହୋଇଛି। ମୁଖ୍ୟ ପ୍ରଶାସକ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲାପାଳ, ଏସ୍‌ପି, ନୀତି ପ୍ରଶାସକ, ସୁରକ୍ଷା ପ୍ରଶାସକଙ୍କ ସମେତ ଛତିଶା ନିଯୋଗର ବରିଷ୍ଠ ସଦସ୍ୟମାନେ ଯୋଗ ଦେଇଥିଲେ।

Advertisment
Puri Jagannath Temple Shree Jagannath Temple Administration Jagamohan
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ