Advertisment

ପୀଡ଼ିତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର: ସାଲେପୁର ଦୁଷ୍କର୍ମ ପୀଡ଼ିତାଙ୍କ ମୃତ୍ୟୁ ଖବରରେ ଗଭୀର ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୀଡ଼ିତାଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ପୀଡ଼ିତାଙ୍କ ପରିବାର ପାଇଁ ୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ୮ ଦିନ ଧରି ମୃତ୍ୟୁ ସହ ସଂଗ୍ରାମ ପରେ ଶେଷରେ ଆଖିବୁଜିଥିଲେ ସାଲେପୁରର ପୀଡ଼ିତା। କଟକ ଏସ୍‌ସିବିର ଶିଶୁ ବିଭାଗ ଟ୍ରମା ICUରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ତାଙ୍କର ମୃତ୍ୟୁ ହୋଇଛି। ଏସ୍‌ସିବିର ୧୩ ଜଣିଆ […]

author-image
Otv Khabar Bureau
ପୀଡ଼ିତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଅନୁକମ୍ପା ରାଶି ଘୋଷଣା

representationl image

ଭୁବନେଶ୍ୱର: ସାଲେପୁର ଦୁଷ୍କର୍ମ ପୀଡ଼ିତାଙ୍କ ମୃତ୍ୟୁ ଖବରରେ ଗଭୀର ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୀଡ଼ିତାଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ପୀଡ଼ିତାଙ୍କ ପରିବାର ପାଇଁ ୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

Advertisment

୮ ଦିନ ଧରି ମୃତ୍ୟୁ ସହ ସଂଗ୍ରାମ ପରେ ଶେଷରେ ଆଖିବୁଜିଥିଲେ ସାଲେପୁରର ପୀଡ଼ିତା। କଟକ ଏସ୍‌ସିବିର ଶିଶୁ ବିଭାଗ ଟ୍ରମା ICUରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ତାଙ୍କର ମୃତ୍ୟୁ ହୋଇଛି। ଏସ୍‌ସିବିର ୧୩ ଜଣିଆ ଡାକ୍ତରୀ ଦଳ ତାଙ୍କୁ ଚିକିତ୍ସା କରୁଥିଲେ। ତେବେ କ୍ରମାଗତ ଭାବେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରେ ଲାଗିଥିଲା।

ମୃତ ନାବାଳିକା ଜଣକ ମାତ୍ର ୬ ବର୍ଷ ବୟସର। ତାଙ୍କୁ ଗତ ୨୧ ତାରିଖ ରାତିରେ ସାଲେପୁର ଥାନା ଅଞ୍ଚଳର ଏକ ସ୍କୁଲ ବାରଣ୍ଡାରୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ନାବାଳିକା ଜଣକ ଚକୋଲେଟ୍ ଆଣିବାକୁ ଘରୁ ବାହାରକୁ ଯାଇଥିବାବେଳେ ତାଙ୍କୁ ଦୁଷ୍କର୍ମ କରାଯାଇଥିବା ନେଇ ଅଭିଯୋଗ ହୋଇଥିଲା।

Advertisment

ଏହି ଘଟଣାରେ ପୋଲିସ ପୂର୍ବରୁ ଜଣେ ଅଭିଯୁକ୍ତକୁ ମଧ୍ୟ ଗିରଫ କରିଥିଲା। ଶେଷରେ ଗତକାଲି ପୀଡ଼ିତାଙ୍କ ମୃତ୍ୟୁ ହୋଇଛି। ପୀଡ଼ିତାଙ୍କ ଭଉଣୀ ଏବଂ ତାଙ୍କ ବାପା ଅଭିଯୁକ୍ତକୁ ଫାଶି ଦଣ୍ଡ ଦିଆଯାଉ ବୋଲି ଦାବି କରିଛନ୍ତି।

Salepur Rape Victim SCB Medical Salepur
Advertisment
Advertisment