/odishatv-khabar/media/post_attachments/uploadimage/library/16_9/16_9_0/Naveen_1622629043.jpg)
Naveen
ଭୁବନେଶ୍ୱର: କରୋନା ଟିକା ପାଇଁ ସବୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟିକା ସଂକଟ ଦୂର କରିବା ନେଇ ସମସ୍ତଙ୍କ ସହମତି ଲୋଡ଼ିଛନ୍ତି । ଟିକା ପାଇଁ ପରସ୍ପର ଭିତରେ ନଲଢ଼ି, ଏକାଠି ଲଢ଼ିବାକୁ ଆହ୍ବାନ ଦେଇଛନ୍ତି । ଆମ ଲୋକଙ୍କୁ ସୁରକ୍ଷା ଦେବାର ଏକମାତ୍ର ମାଧ୍ୟମ ହେଉଛି ଟିକା । ତେଣୁ ଯୁଦ୍ଧକାଳୀନ ଭିତ୍ତିରେ ଟିକାକରଣ ନକଲେ କୌଣସି ରାଜ୍ୟ ସୁରକ୍ଷିତ ନୁହେଁ ବୋଲି ନବୀନ ଚିଠିରେ ଲେଖିଛନ୍ତି ।
କେନ୍ଦ୍ର ନିୟମ କୋହଳ କଲା ପରେ କିଛି ରାଜ୍ୟ ଟେଣ୍ଡର ଡାକିଛନ୍ତି । କିନ୍ତୁ ଟିକା କଂପାନୀମାନେ କେନ୍ଦ୍ର ସରକାରଙ୍କ ଠାରୁ କ୍ଲିୟରାନ୍ସ ଚାହୁଁଛନ୍ତି । ସେମାନେ ସିଧାସଳଖ ରାଜ୍ୟ ସରକାରଙ୍କ ସହ ଚୁକ୍ତି ଚାହୁଁ ନାହାନ୍ତି । ଏଭଳି ସ୍ଥିତିରେ କେନ୍ଦ୍ର ଟିକା ଆଣି ରାଜ୍ୟକୁ ବାଣ୍ଟିବା ଏକମାତ୍ର ବିକଳ୍ପ ବୋଲି ନବୀନ ଚିଠିରେ ଉଲ୍ଲେଖ କରିଛନ୍ତି । ସମସ୍ତଙ୍କୁ ଟିକାକରଣ ପାଇଁ ନିୟମରେ କୋହଳ ଲାଗି ରାଜ୍ୟକୁ ଅନୁମତି ଦେବାକୁ ନବୀନ ପ୍ରସ୍ତାବ ରଖିଛନ୍ତି ।
ସୂଚନାଯୋଗ୍ୟ, ରାଜ୍ୟ ସରକାରଙ୍କ ଗ୍ଲୋବାଲ ଟେଣ୍ଡରକୁ ଲାଗିଛି ଶକ୍ତ ଝଟକା । ଟେଣ୍ଡର ପ୍ରକ୍ରିୟାରେ ସାମିଲ ହେବାକୁ ଆଗ୍ରହ ଦେଖାଇଲେନି ଟିକା କମ୍ପାନୀ । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ରାଜ୍ୟସ୍ୱାସ୍ଥ୍ୟ ମନ୍ତ୍ରୀ ଚିଠି ଲେଖିଥିଲେ । ଚିଠିରେ ଉଲ୍ଲେଖ ଥିଲା ଯେ, ଟିକା କମ୍ପାନୀମାନେ ଟେଣ୍ଡରରେ ଅଂଶଗ୍ରହଣ କରିବାକୁ ଚାହୁଁନାହାନ୍ତି । ଏପରିକି ପ୍ରି-ବିଡ଼ିଂ ମିଟିଂକୁ ବି ଆସି ନାହାନ୍ତି ସେରମ୍ ଓ ଭାରତ ବାୟୋଟେକ୍ । ତେବେ କମ୍ପାନୀମାନେ କେନ୍ଦ୍ର ସରକାରଙ୍କ ସହ ଡିଲ୍ କରିବାକୁ ଚାହୁଁଛନ୍ତି ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଚିଠିରେ ଉଲ୍ଲେଖ କରିଥିଲେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)