Advertisment

ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଡିଭିଏଫ୍ ଯବାନ ସହିଦ

ରାୟଗଡ଼ା: ରାୟଗଡ଼ାରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଡିଭିଏଫ୍ ଯବାନ ସହିଦ। ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ଥାନା ନିୟମଗିରି ପାଦ ଦେଶରେ ଥିବା ସକଟା ଗାଁ ନିକଟରେ ଏହି ଘଟଣା ଘଟିଛି। ଗତକାଲି ସଂଧ୍ୟାରେ ଡିଭିଏଫ୍ ପକ୍ଷରୁ କମ୍ବିଂ ଅପରେସନ୍  ଚାଲିଥିବା ବେଳେ ଏହି ବିସ୍ଫୋରଣ ଘଟିଥିଲା। ଏଥିରେ ଡିଭିଏଫ୍ ଯବାନ ସଞ୍ଜୟ ମାଝୀ ଗୁରୁତର ଆହତ ହୋଇଥିଲେ। ତେବେ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଯାଇଛି। ସହିଦ ଯବାନଙ୍କ ଘର ରାୟଗଡ଼ା ଆମ୍ବଦଳା ଅଞ୍ଚଳରେ ବୋଲି ରାୟଗଡ଼ା […]

author-image
Otv Khabar Bureau
ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଡିଭିଏଫ୍ ଯବାନ ସହିଦ

dvf jawan

ରାୟଗଡ଼ା: ରାୟଗଡ଼ାରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଡିଭିଏଫ୍ ଯବାନ ସହିଦ। ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ଥାନା ନିୟମଗିରି ପାଦ ଦେଶରେ ଥିବା ସକଟା ଗାଁ ନିକଟରେ ଏହି ଘଟଣା ଘଟିଛି।

Advertisment

ଗତକାଲି ସଂଧ୍ୟାରେ ଡିଭିଏଫ୍ ପକ୍ଷରୁ କମ୍ବିଂ ଅପରେସନ୍  ଚାଲିଥିବା ବେଳେ ଏହି ବିସ୍ଫୋରଣ ଘଟିଥିଲା। ଏଥିରେ ଡିଭିଏଫ୍ ଯବାନ ସଞ୍ଜୟ ମାଝୀ ଗୁରୁତର ଆହତ ହୋଇଥିଲେ। ତେବେ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଯାଇଛି।

ସହିଦ ଯବାନଙ୍କ ଘର ରାୟଗଡ଼ା ଆମ୍ବଦଳା ଅଞ୍ଚଳରେ ବୋଲି ରାୟଗଡ଼ା ଏସ୍‌ପି କହିଛନ୍ତି।  ସହିଦ ଯବାନଙ୍କ ମୃତଦେହକୁ ଏବେ ରାୟଗଡ଼ା ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ରଖାଯାଇଛି।

Advertisment

ସେଠାରୁ ଜିଲ୍ଲା ପୋଲିସ ମୁଖ୍ୟାଳୟକୁ ମୃତଦେହକୁ ନିଆଯାଇ ଗାର୍ଡ ଅଫ୍ ଅନର୍ ଦିଆଯିବ। ଏହାପରେ ଜନ୍ମମାଟିକୁ ଫେରିବ ସହିଦଙ୍କ ମରଶରୀର। ଅନ୍ୟପଟେ ନିୟମଗିରି ସକଟା ଅଞ୍ଚଳରେ ୩ ପ୍ଲାଟୁନ୍‌ ଏସଓଜି ଓ ସିଆରପିଏଫ୍ ଯବାନଙ୍କ ସର୍ଚ୍ଚ ଅପରେସନ ଜାରି ରହିଛି।

Odisha Rayagada Landmine Blast Dvf Jawan Dvf Jawan Martyred
Advertisment
Advertisment