Advertisment

ହାତୀ ଆକ୍ରମଣରେ ୩ଜଣଙ୍କ ମୃତ୍ୟୁ

କାମାକ୍ଷାନଗର : ଢେଙ୍କାନାଳରେ ଦୁଇ ଜଣଙ୍କୁ ଦଳି ମାରିଦେଲା ହାତୀ। ଢେଙ୍କାନାଳ ଜିଲ୍ଲାର ମହାବିରୋଡ଼ ରେଞ୍ଜର ଡିହୋଡୋଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ସରାଙ୍ଗରେ ହାତୀ ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ସରାଙ୍ଗ ଖନ୍ଦାନାଳ ଆଶ୍ରମର ତିନି ଜଣ ଲୋକ ଶୌଚ ପାଇଁ ନଦୀକୁ ଯାଇଥିବା ବେଳେ ହାତୀ ହାବୁଡରେ ପଡ଼ିଯାଇଥିଲେ। ତେବେ ଏମାନଙ୍କ ମଧ୍ୟରୁ ଜଣେ ଦୌଡ଼ି ପଳାଇ ଆସିଥିବା ବେଳେ ଦୁଇ ଜଣଙ୍କୁ ନଦୀ ପଠାରେ ହାତୀ ଦଳି ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ […]

ହାତୀ ଆକ୍ରମଣରେ ୩ଜଣଙ୍କ ମୃତ୍ୟୁ

elephant-1

Advertisment

କାମାକ୍ଷାନଗର : ଢେଙ୍କାନାଳରେ ଦୁଇ ଜଣଙ୍କୁ ଦଳି ମାରିଦେଲା ହାତୀ। ଢେଙ୍କାନାଳ ଜିଲ୍ଲାର ମହାବିରୋଡ଼ ରେଞ୍ଜର ଡିହୋଡୋଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ସରାଙ୍ଗରେ ହାତୀ ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି।

Advertisment

ସରାଙ୍ଗ ଖନ୍ଦାନାଳ ଆଶ୍ରମର ତିନି ଜଣ ଲୋକ ଶୌଚ ପାଇଁ ନଦୀକୁ ଯାଇଥିବା ବେଳେ ହାତୀ ହାବୁଡରେ ପଡ଼ିଯାଇଥିଲେ। ତେବେ ଏମାନଙ୍କ ମଧ୍ୟରୁ ଜଣେ ଦୌଡ଼ି ପଳାଇ ଆସିଥିବା ବେଳେ ଦୁଇ ଜଣଙ୍କୁ ନଦୀ ପଠାରେ ହାତୀ ଦଳି ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣା ପରେ ଡିହଡୋଳ ସେକ୍ସନ ବନ କର୍ମଚାରୀ ପହଞ୍ଚିଛନ୍ତି। ହାତୀ ଆକ୍ରମଣରେ ଦୁଇ ଦୁଇ ଜଣଙ୍କ ମୃତ୍ୟୁକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି।

publive-imageସେହିପରି ନୂଆପଡ଼ାରେ ବି ହାତୀ ନେଇଛି ଜୀବନ। କୋମନା ବ୍ଲକର କରଙ୍ଗାଭଟା ଗାଁରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। କରଙ୍ଗାଭଟା ଗାଁର ସହଦେବ ପରାଗୁଏ ଆଜି ସକାଳେ ନିଜ କ୍ଷେତକୁ ଯାଉଥିବା ବେଳେ ହାତୀ ଆକ୍ରମଣର ଶୀକାର ହୋଇଥିଲେ।

Advertisment

ସହଦେବଙ୍କୁ ଏକାବେଳେକେ ୭ଟି ହାତୀ ଆକ୍ରମଣ କରିଥିଲେ। ହାତୀପଲ ତାଙ୍କୁ ଶୁଣ୍ଡରେ କଚାଡ଼ି ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। କୋମନା ଅଞ୍ଚଳରେ ଗତ କିଛି ଦିନ ହେବ ବଲାଙ୍ଗିରରୁ ବହୁ ଜଙ୍ଗଲୀ ହାତୀ ଚାଲି ଆସିଥିବାରୁ ଅଞ୍ଚଳରେ ହାତୀଙ୍କ ଦୌରାତ୍ମ ବୃଦ୍ଧି ପାଉଥିବା ଅଭିଯୋଗ ହୋଇଛି।

Odisha Dhenkanal Nuapada Death Elephants Attack
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ