Advertisment

‍ତାତିରୁ ମିଳିଲା ତ୍ରାହି

ଭୁବନେଶ୍ୱର: ତାତିରୁ ସାମାନ୍ୟ ତ୍ରାହି। ଗତକାଲି ଭୁବନେଶ୍ୱର ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବା ଫଳରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। ଆଜି ବି ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ମାଡ଼ ସହ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ଏସବୁ ଜିଲ୍ଲାଗୁଡ଼ିକ ହେଉଛି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଞ୍ଜାମ, ଗଜପତି, […]

author-image
Otv Khabar Bureau
‍ତାତିରୁ ମିଳିଲା ତ୍ରାହି

kalabaisakhi

ଭୁବନେଶ୍ୱର: ତାତିରୁ ସାମାନ୍ୟ ତ୍ରାହି। ଗତକାଲି ଭୁବନେଶ୍ୱର ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବା ଫଳରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି।

Advertisment

ଆଜି ବି ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ମାଡ଼ ସହ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ଏସବୁ ଜିଲ୍ଲାଗୁଡ଼ିକ ହେଉଛି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, କନ୍ଧମାଳ, ଅନୁଗୁଳ ଓ ଢେଙ୍କାନାଳ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା ମେ ୪ ତାରିଖ ଯାଏଁ ତାତିରେ ସାମାନ୍ୟ ହ୍ରାସ ହେବ। ୫ରୁ ପୁଣି ତାପମାତ୍ରା ବୃଦ୍ଧି ପାଇବ। ଗତକାଲି ୫ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିଲା। ୪୨.୮ ଡିଗ୍ରୀ ସହ ସୋନପୁର ସବୁଠୁ ଉତ୍ତପ୍ତ ସହର ଥିଲା।

Advertisment
Norwester Kalabaisakhi Kalabaisakhi In Odisha
Advertisment
Advertisment