Advertisment

୫ଟି ସହର ତାପମାତ୍ରା ୪୦ ଡିଗ୍ରୀ ଉପରେ

ଭୁବନେଶ୍ୱର: ସାରା ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଉପକୂଳ ତଥା ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଉଛି। ଗତକାଲି ତାପମାତ୍ରା ସାମାନ୍ୟ ହ୍ରାସ ପାଇଥିବା ଜଣାପଡିଛି। ମାତ୍ର ୫ଟି ସହର ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଟିଟିଲାଗଡ଼ରେ ସର୍ବାଧିକ ୪୨. ୫ ଡିଗ୍ରୀ ରେକର୍ଡ ହୋଇଥିଲା।  ସେହିପରି ଆଭ୍ୟନ୍ତୀରଣ ଓଡ଼ିଶାର ଭବାନୀପାଟଣା, ବଲାଙ୍ଗିର, ମାଲକାନଗିରି ଓ ସୋନପୁରର ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ସାରା ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା […]

author-image
Otv Khabar Bureau
୫ଟି ସହର ତାପମାତ୍ରା ୪୦ ଡିଗ୍ରୀ ଉପରେ

heat wave

ଭୁବନେଶ୍ୱର: ସାରା ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଉପକୂଳ ତଥା ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଉଛି। ଗତକାଲି ତାପମାତ୍ରା ସାମାନ୍ୟ ହ୍ରାସ ପାଇଥିବା ଜଣାପଡିଛି।

Advertisment

ମାତ୍ର ୫ଟି ସହର ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଟିଟିଲାଗଡ଼ରେ ସର୍ବାଧିକ ୪୨. ୫ ଡିଗ୍ରୀ ରେକର୍ଡ ହୋଇଥିଲା।  ସେହିପରି ଆଭ୍ୟନ୍ତୀରଣ ଓଡ଼ିଶାର ଭବାନୀପାଟଣା, ବଲାଙ୍ଗିର, ମାଲକାନଗିରି ଓ ସୋନପୁରର ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା।

ସାରା ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଜିଲ୍ଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଢେଙ୍କାନାଳ ଓ ଯାଜପୁରରେ କାଳବୈଶାଖୀ ସମ୍ଭାବନା ରହିଛି।  ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ମାଡ଼ ସହ ବର୍ଷା ସମ୍ଭାବନା ରହିଛି।

Advertisment
Heat Wave Conditions In Odisha Heat Wave Condition In Odisha Heat Wave
Advertisment
Advertisment