kalabaisakhi
ଭୁବନେଶ୍ୱର: କାଳବୈଶାଖୀ ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି ।
କାଳବୈଶାଖୀ ପ୍ରଭାବରେ ଆଜି ରାଜ୍ୟର ୫ ଜିଲ୍ଲା- ଗଞ୍ଜାମ, କନ୍ଧମାଳ, ନୟାଗଡ଼, ମୟୂରଭଞ୍ଜ ଓ ବାଲେଶ୍ୱରରେ ଅପରାହ୍ନ ୨ଟା ଭିତରେ ବର୍ଷା ହେବାର ସମ୍ଭାବନା ରହିଛି। ବଜ୍ରପାତ ମଧ୍ୟ ହେବ। ଏହି ସମୟରେ ୫୦ରୁ ୬୦ କିମି ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେଣୁ ଘରୁ ନ ବାହାରିବା ପାଇଁ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।
ସୂଚନାଯୋଗ୍ୟ, ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରି ରହିଥିବା ଯୋଗୁଁ ଉପକୂଳ ଓଡ଼ିଶାରେ ତାପମାତ୍ରା କିଛି ପରିମାଣରେ ହ୍ରାସ ପାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/kalabaisakhi00_1626502841.jpg)