/odishatv-khabar/media/post_attachments/uploadimage/library/16_9/16_9_0/strike-in-dkl_1626434009.jpg)
strike in dkl
ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ଯୁବ ବିଜେଡି ସଭାପତି ଯଶୋବନ୍ତ ପରିଡ଼ାଙ୍କୁ ହତ୍ୟା ଘଟଣାର ପ୍ରତିବାଦ। ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଦାବିରେ କାମାକ୍ଷାନଗର ହନୁମାନ ବଜାରଠାରେ ୫୩ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି ସ୍ଥାନୀୟ ଲୋକେ।
ରାସ୍ତା ଅବରୋଧ ଫଳରେ ତାଳଚେର-କାମାକ୍ଷାନଗର-ଯାଜପୁର ରାସ୍ତାରେ ଗାଡି ଚଳାଚଳରେ ବାଧା ଉପୁଜିଛି। ଏପଟେ ଏହି ଘଟଣା ନେଇ ପୋଲିସ ତନାଘନା ଜାରି ରଖିଛି।
ହତ୍ୟାକାଣ୍ଡରେ ବ୍ୟବହୃତ ବୋଲେରୋକୁ ଜବତ କରିବା ସହ ଥାନାରେ ଜଣଙ୍କୁ ଅଟକ ରଖି ପୋଲିସ ପଚରାଉଚରା ଚଳାଇଛି। ତେବେ ଏଯାଏ ହତ୍ୟାକାରୀଙ୍କ ସଂପର୍କରେ କିଛି ବି ଟେର ପାଇନି ପୋଲିସ।
ଗତକାଲି କାମାକ୍ଷାନଗରରେ ନିର୍ମାଣାଧିନ ଘର କାମ ଦେଖି ନିଜର ଔଷଧ ଦୋକାନକୁ କାର୍ରେ ଫେରୁଥିବା ବେଳେ ଯଶୋବନ୍ତ ଉପରକୁ ଦୁର୍ବୃତ୍ତମାନେ ଗୁଳିମାଡ କରିଥିଲେ। ପ୍ରାଣ ବିକଳରେ କାରରୁ ବାହାରି ଦୌଡ଼ି ପଳାଇବାକୁ ଉଦ୍ୟମ କରୁଥିବା ବେଳେ ତାଙ୍କ ମୁଣ୍ଡରେ ଗୁଳି ବାଜିବାରୁ ଘଟଣାସ୍ଥଳରେ ଯଶୋବନ୍ତ ଟଳି ପଡ଼ିଥିଲେ। ହତ୍ୟାର କାରଣ ଏବେବି ଅସ୍ପଷ୍ଟ ରହିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)